ଓଡ଼ିଆରେ ଏତେ ବଡ଼କଥା କହିଦେଲେ ମୋଦି

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପହଞ୍ଚିବା ପରେ ସେ ଏୟାରପୋର୍ଟରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ଭାଷଣ ଆରମ୍ଭରୁ ସେ ଓଡ଼ିଆରେ ସମ୍ବୋଦନ କରିଛନ୍ତି। ଓଡ଼ିଆରେ ଅଭିଭାଷଣ ଆରମ୍ଭ କରିଛନ୍ତି ମୋଦି। ସମସ୍ତଙ୍କୁ ଓଡ଼ିଆରେ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ଦିଲ୍ଲୀରେ ଓଡ଼ିଶା ପର୍ବରେ ୫ ଦିନ ପୂର୍ବେ ଭଲ ମସଲା ଚା ପିଇଥିଲି। ଆଜି ଲିଙ୍ଗରାଜଙ୍କ ଭୂମିକୁ ଆସିବାର ସୁଯୋଗ ମିଳିଛି। ବିମାନ ବନ୍ଦରରେ ଏତେ ସଂଖ୍ୟାରେ ଲୋକ ମୋତେ ଅଭିଭୂତ କରିଛି। ଓଡ଼ିଶାର ବିକାଶ ପାଇଁ ଆମେ ଲଗାତାର କାମ କରୁଛୁ। ପୂର୍ବରୁ ମନ୍ତ୍ରି ପରିଷଦରେ ଓଡ଼ିଶାରୁ କେବେ ଏତେ ସଦସ୍ୟ ନଥିଲେ। ଓଡ଼ିଶା ଲୋକେ ହୃଦୟ ଖୋଲି ଆମକୁ ସମର୍ଥନ କରିଛନ୍ତି। ବିଦେଶକୁ ଗଲେ ଲଗାତାର ତୃତୀୟ ଥର ସରକାର ପାଇଁ ପ୍ରଶଂସା ପାଉଛୁ। ଶୁକ୍ରବାର ଅପରାହ୍ନରେ ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ଆସି ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବାବେଳେ ସର୍ବଭାରତୀୟ ସ୍ତରରେ ଆୟୋଜିତ ୫୯ ଡିଜିପି ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ବିମାନବନ୍ଦରରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ପରେ ସେ ଏକ କାର୍‌ରେ ସଭାସ୍ଥଳକୁ ଯାଇଛନ୍ତି। ମୋଦିଙ୍କୁ ପାଛୋଟି ଆଣିବା ପାଇଁ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ କନକ ବର୍ଦ୍ଧନ ସିଂଦେଓ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ବିମାନବନ୍ଦରରେ ଉପସ୍ଥିତ ଥିଲେ। ଏହା ପୂର୍ବରୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଅଜିତ ଡୋଭାଲ ଏବଂ ଅଶ୍ୱିନୀ ବୈଷ୍ଣବ ମଧ୍ୟ ପହଞ୍ଚି ସାରିଥିଲେ।

ସର୍ବଭାରତୀୟ ୫୯ତମ ଡିଜି-ଆଇଜି ସମ୍ମିଳନୀ ଭୁବନେଶ୍ୱରରେ ଶୁକ୍ରବାର ଆରମ୍ଭ ହୋଇ ଡିସେମ୍ବର ୧ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବ। ଗୁରୁବାର ଭୁବନେଶ୍ୱରରେ ୩ଟି ରାଜ୍ୟର ପ୍ରତିନିଧିଙ୍କ ସମେତ ପ୍ରାୟ ୩୦ରୁ ଅଧିକ ଅଧିକାରୀ ପହଞ୍ଚତ୍ ସାରିଲେଣି। ଗୋଇନ୍ଦା ନିର୍ଦ୍ଦେଶକ ତପନ ଡେକା ମଧ୍ୟ ପହଞ୍ଚତ୍ ସାରିଛନ୍ତି। ତେଣୁ ସମସ୍ତଙ୍କ ସୁରକ୍ଷା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ସରିଥିବାବେଳେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏପରି କି ଅତିଥିଙ୍କୁ ସ୍ବାଗତ ଓ ସହାୟତା ପାଇଁ ବିମାନବନ୍ଦରରେ କମିଶନରେଟ ପୋଲିସ ପକ୍ଷରୁ କ୍ୟାମ୍ପ ସାଙ୍ଗକୁ ୨ଟି ହେଲ୍ପ ଡେସ୍କ ଖୋଲାଯାଇଛି। ସେହିପରି ସହରର ସମସ୍ତ ଏଣ୍ଟ୍ରି ପଏଣ୍ଟକୁ ସିଲ୍‌ କରି ପୋଲିସ ଓ ବିଏସ୍‌ଏଫ୍‌ କଡ଼ା ଯାଞ୍ଚ କରୁଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟରେ ପୋଲିସ ସନ୍ଧାନୀ କୁକୁର ସହାୟତାରେ ଗୁରୁବାର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛି। ଏହାସହ ବିମାନବନ୍ଦର, ଲୋକ ସେବାଭବନ, ରାଜଭବନ ଓ ରାଜ୍ୟ ଅତିଥିଭବନ, ମୈତ୍ରୀବିହାର, ଚନ୍ଦ୍ରଶେଖରପୁରରେ ଥିବା ଆଇପିଏସ୍‌ ମେସ୍‌ ସହିତ ପ୍ରମୁଖ ଅଞ୍ଚଳରେ ପୋଲିସ କଡ଼ା ପହରା ଦେବା ସହ ନୋ ଫ୍ଲାଏ ଜୋନ୍‌ ଘୋଷଣା କରାଯାଇଛି। ସେହିଭଳି ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ବ୍ଲୁ ବୁକ ଅନୁଯାୟୀ କଡ଼ା ସୁରକ୍ଷା ବନ୍ଦୋବସ୍ତ କରାଯାଇଛି। ଏଥିପାଇଁ ଗୁରୁବାର ପୋଲିସ ପକ୍ଷରୁ କାର୍‌କେଡ୍‌ ରିହରସାଲ୍‌ କରାଯାଇଛି। ବିମାନବନ୍ଦରଠାରୁ ରାଜଭବନ ପର୍ଯ୍ୟନ୍ତ ରିହରସାଲ କରାଯାଇଛି।

  • Related Posts

    ଡିନାମାଇଟ ବିସ୍ଫୋରଣରେ ମତ୍ସ୍ୟଜୀବୀ ଗୁରୁତର

    ଦେବଗଡ଼:ବାରକୋଟ ବ୍ଲକର ବିଜୟନଗର ଗ୍ରାମର ଗୋପାଳପାଲି ନାଳରେ ଆଜି ଡିନାମାଇଟ ସାହାର୍ଯ୍ୟରେ ମାଛ ମାରୁଥିବା ବେଳେ ଜଣେ ମତ୍ସ୍ୟଜୀବୀ ଗୁରୁତ ଆହତ ହୋଇଥିବା ଜଣାପଡିଛି। ଆହତ ମତ୍ସ୍ୟଜୀବି ହେଲେ ବିଜୟନଗର ଗ୍ରାମର ସଞ୍ଜୟ ବିରୁଆ(୩୨)। ସୂଚନା ଅନୁଯାୟୀ, ସଞ୍ଜୟ ଆଜି ମାଛ…

    Continue reading
    ପିପିଲିରେ ବିଶ୍ୱପ୍ରସିଦ୍ଧ ଚାନ୍ଦୁଆ ହସ୍ତଶିଳ୍ପ ହବ୍‌ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

    ୮୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବ ୫ ମହଲା ବିଶିଷ୍ଟ ଅତ୍ୟାଧୁନିକ ଚାନ୍ଦୁଆ ବଜାର ଉପକୃତ ହେବେ ୬ ହଜାର ସ୍ଥାନୀୟ ଚାନ୍ଦୁଆ କାରିଗର ସମୃଦ୍ଧ ଓଡିଶା ଗଠନରେ ହେବ ଆଉ ଏକ ମାଇଲଖୁଣ୍ଟ ପ୍ରଧାନମନ୍ତ୍ରୀଙ୍କ ‘ଭୋକାଲ ଫର ଲୋକାଲ’…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ