ପୋଲାଭରମ୍ ପ୍ରସଙ୍ଗ: ଆଜି ଦିଲ୍ଲୀ ଯିବ ବିଜେଡି ଟିମ୍‌

ଭୁବନେଶ୍ୱର: ପୋଲାଭରମ ପ୍ରସଙ୍ଗରେ ଅଧିକ ତଥ୍ୟ ସଂଗ୍ରହ ଓ ଦାବି ଉପସ୍ଥାପନ ପାଇଁ ବିଜେଡିର ୭ ଜଣିଆ ଟିମ ଆସନ୍ତାକାଲି ଦିଲ୍ଲୀ ଗସ୍ତ କରିବ। ଉକ୍ତ ଟିମ୍ ୫ ତାରିଖ ଯାଏଁ ଦିଲ୍ଲୀରେ ସେଣ୍ଟ୍ରାଲ ୱାଟର କମିଶନ, ଜଳଶକ୍ତି ମନ୍ତ୍ରଣାଳୟ, ଆଦିବାସୀ ବ୍ୟାପାର ବିଭାଗକୁ ସ୍ମାରକପତ୍ର ଦେବ। ଦିଲ୍ଲୀ ଅଭିମୁଖେ ଓଡ଼ିଶାରୁ ଯିବେ ୭ ଜଣିଆ ଟିମ୍ । ସେଠାରେ ୭ ଜଣ ସାଂସଦ ମଧ୍ୟ ଏହି ଟିମ ସହ ସାମିଲ ହେବେ। କମିଟିରେ ଦେବୀ ପ୍ରସାଦ ମିଶ୍ର, ସାଂସଦ ମାନସ ମଙ୍ଗରାଜ, ସସ୍ମିତ ପାତ୍ର, ପୂର୍ବତନ ବିଧାୟକ ମାନସ ମାଡକାମୀ ପ୍ରମୁଖ ରହିଛନ୍ତି ବିଜୁଜନତା ଦଳ ତରଫରୁ ଆଜି ଶଙ୍ଖଭବନ ଠାରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ଏହି ସୂଚନା ଦିଆଯାଇଛି । ବିଜେଡିର ସମନ୍ୱୟ କମିଟିର ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର ଓ ଦଳର ସଭ୍ୟସଂଗ୍ରହ କମିଟିର ଆବାହକ ଅତନୁ ସବ୍ୟସାଚୀ ନାୟକ କହିଛନ୍ତି ଯେ ବିଜେଡିର ଏକ ପ୍ରତିନିଧି ମଣ୍ଡଳୀ ମଙ୍ଗଳବାର ଦିନ ତିନି ଦିନିଆ ଦିଲ୍ଲୀଗସ୍ତରେ ଯିବ। ସେଠାରେ ପୋଲାଭରମ ପ୍ରକଳ୍ପ ସମ୍ୱନ୍ଧୀୟ ବିଭାଗର ବିଭିନ୍ନ ଅଧିକାରୀଙ୍କୁ ଭେଟି ଏହି ପ୍ରକଳ୍ପ ହେଲେ ଓଡ଼ିଶାର ହେବାକୁ ଥିବା କ୍ଷତି ସମ୍ପର୍କରେ ଅବଗତ କରିବେ।
ଶ୍ରୀ ମିଶ୍ର କହିଥିଲେ ଯେ ପୋଲାଭରମ ପ୍ରକଳ୍ପ ଆରମ୍ଭ ସମୟରେ ଏହାର ଡିଜାଇନ ୩୬ ଲକ୍ଷ କ୍ୟୁସେକ ଜଳ ରହିବ ବୋଲି କୁହାଯାଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ଏହାର କ୍ଷମତା ୫୦ ଲକ୍ଷ କ୍ୟୁସେକକୁ ବଢ଼ାଇ ଦିଆଯାଇଥିଲା। ଏହି ପ୍ରକଳ୍ପର ଜଳଧାରଣ କ୍ଷମତା ବଢ଼ିଯିବା ପରେଏହାର ପ୍ରଭାବ ପାଶ୍ୱର୍ବର୍ତ୍ତୀ ଅଞ୍ଚଳଗୁଡ଼ିକରେ, ବିଶେଷକରି ମାଲକାନଗିରି ଜିଲ୍ଲା ଉପରେ କ’ଣ ପ୍ରଭାବ ପଡ଼ିବ, ତାହାର ଆକଳନ କରାଯାଇନଥିଲା। ତେଣୁ ୨୦୦୭ ମସିହାରେ ରାଜ୍ୟ ସରକାର ସର୍ବୋଚ୍ଚ ନ୍ୟାୟଳୟର ଦ୍ୱାରସ୍ଥ ହୋଇଥିଲେ। ପରେ, ସର୍ବୋଚ୍ଚ ନ୍ୟାୟାଳୟ ଏହା ଉପରେ ମନ୍ତବ୍ୟ ରଖି ପ୍ରକଳ୍ପର କ୍ଷମତାବୃଦ୍ଧି ପରେ ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ଉପରେ ଏହାର ପ୍ରଭାବ ଆକଳନ କରିବାର ଆବଶ୍ୟକତା ରହିଛି ବୋଲି ମତ ଦେଇଥିଲେ। ଏହା ପରେ ମଧ୍ୟ ଏହି ବର୍ଦ୍ଧିତ କ୍ଷମତାରେ ପ୍ରକଳ୍ପ ହେଲେ, ପ୍ରକଳ୍ପର ବ୍ୟାକୱାଟର ବା ପଛୁଆ ପାଣି କେଉଁ କେଉଁ ଅଞ୍ଚଳକୁ ଜଳମଗ୍ନ କରିବ, ତାହାର ଆକଳନ କରାଯାଇନାହିଁ। ଆଇଆଇଟି ରୁର୍କୀ ଦ୍ୱାରା କରାଯାଇଥିବା ଏକ ଆକଳନରୁ ଜଣାପଡ଼ିଛି, ବର୍ଦ୍ଧିତ କ୍ଷମତା ୫୦ ଲକ୍ଷ କ୍ୟୁସେକ ଜଳ ହେଲେ ପଛୁଆ ପାଣିର ଉଚ୍ଚତା ୨୩୨.୨ ମିଟର ହେବ। ବିଶେଷଜ୍ଞ ମାନଙ୍କ ସହ ଆଲୋଚନରୁ ଜଣାପଡ଼ିଛି, ଏହି ପ୍ରକଳ୍ପ ଯୋଗୁଁ ମାଲକାନଗିରି ଜିଲ୍ଲାର ମୋଟୁ ଓ ପଡିଆ ଅଞ୍ଚଳର ପ୍ରାୟ୨୦୦ରୁ ଊର୍ଦ୍ଧ୍ୱଗ୍ରାମ ଓ ପଡ଼ା ଗ୍ରାମ କ୍ଷତିଗ୍ରସ୍ତ ହେବେ।

  • Related Posts

    ଅଧ୍ୟାପକଙ୍କୁ ବିଧାୟକଙ୍କ ଅସଦଚାରଣ, ନିନ୍ଦା କଲା ବିଜେଡି

    ଭୁବନେଶ୍ବର: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅଧ୍ୟାପକଙ୍କୁ କଟକ ସଦରର ବିଜେପି ବିଧାୟକ ପ୍ରକାଶ ସେଠୀ ଗାଳିଗୁଲଜ କରିଥିବା ଅଭିଯୋଗ ହୋଇଛି । ଘଟଣାକୁ କଡ଼ା ଭାଷାରେ ନିନ୍ଦା କରିଛି ବିଜେଡି । ବିଜେପି ସରକାରରେ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ରାଜନୈତିକ ହସ୍ତକ୍ଷେପ ବୃଦ୍ଧି ପାଉଛି…

    Continue reading
    ବାଚସ୍ପତିଙ୍କୁ ଚିଠି ଲେଖିଲେ ବିଧାୟକ ପ୍ରକାଶ ସେଠୀ

    କଟକ: ରେଭେନ୍ସା ବିଶ୍ବବିଦ୍ୟାଳୟ ଚିଫ୍ ୱାର୍ଡେନ୍ ଏବଂ କଟକ ସଦର ବିଧାୟକ ପ୍ରକାଶ ସେଠୀଙ୍କ ମଧ୍ୟରେ ବଢିଲା କଳି । ଗୋଟିଏ ପଟେ ବିଧାୟକ କ୍ଷମା ମାଗନ୍ତୁ ବୋଲି ବିଶ୍ବବିଦ୍ୟାଳୟ ୱାର୍ଡେନ୍ ସଂଘ ଅଡି ବସିଛି । ଅନ୍ୟ ପଟେ ବିଧାୟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ