pravati parida meet modi ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି। ‘ଆସନ୍ତା ୨୮ ତାରିଖ (ରାଖୀ ପୂର୍ଣ୍ଣିମା) ଅବସରରେ ନୟାଗଡ଼ଠାରୁ ପ୍ରଦାନ କରାଯିବାକୁ ଥିବା ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ବଣ୍ଟନ ପ୍ରସ୍ତୁତି ସମ୍ପର୍କରେ ଉପମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଥିଲେ।
ଏହି ପଞ୍ଚମ କିସ୍ତି ମାଧ୍ୟମରେ ପ୍ରତ୍ୟେକ ଯୋଗ୍ୟ ମହିଳା ହିତାଧିକାରୀଙ୍କ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର (DBT) ଜରିଆରେ ୫,୦୦୦ ଟଙ୍କା ଲେଖାଏଁ ପାଇବେ। ମୋଟ ୧,୦୩,୨୬,୧୬୨ ଜଣ ଯୋଗ୍ୟ ମହିଳା ହିତାଧିକାରୀ ଏହି କିସ୍ତି ଗ୍ରହଣ କରିବାକୁ ମନୋନୀତ ହୋଇଛନ୍ତି, ଯାହା ପାଇଁ ମୋଟ ୫,୧୬୦ କୋଟିରୁ ଅଧିକ ଟଙ୍କା ହସ୍ତାନ୍ତର କରାଯିବ।
ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ପାଖରେ ସଠିକ୍ ସମୟରେ ଏବଂ ସୁରୁଖୁରୁରେ ସହାୟତା ରାଶି ପହଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଶ୍ରୀମତୀ ପରିଡ଼ା ପ୍ରଧାନମନ୍ତ୍ରୀଙ୍କୁ ଜଣାଇଥିଲେ। ବିଶେଷ କରି ହିତାଧିକାରୀଙ୍କ ଯାଞ୍ଚ, ଇ-କେୱାଇସି (e-KYC), ଆଧାର-ସଂଯୋଗୀକୃତ ବ୍ୟାଙ୍କ ଆକାଉଣ୍ଟ, ଏନପିସିଆଇ (NPCI) ମ୍ୟାପିଂ ଏବଂ ଅନ୍ୟାନ୍ୟ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥାକୁ ସୁଦୃଢ଼ କରାଯାଇଛି, ଯାହାଦ୍ୱାରା ବିନା କୌଣସି ବିଳମ୍ବରେ ଆର୍ଥିକ ସହାୟତା ପହଞ୍ଚିପାରିବ।

ରାଜ୍ୟର ମହିଳାମାନଙ୍କ ଆର୍ଥିକ ସଶକ୍ତୀକରଣ ଏବଂ ସାମାଜିକ ଅନ୍ତର୍ଭୁକ୍ତିକରଣକୁ ଆଗେଇ ନେବାରେ ଏହି ପଞ୍ଚମ କିସ୍ତିର ଗୁରୁତ୍ୱପୂର୍ଣ୍ଣ ଭୂମିକା ସମ୍ପର୍କରେ ମଧ୍ୟ ଉପମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଆଲୋକପାତ କରିଥିଲେ। ସୂଚନାଯୋଗ୍ୟ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୨୦୨୪ ସେପ୍ଟେମ୍ବର ୧୭ ରେ ଭୁବନେଶ୍ୱରଠାରେ ଯୁଗାନ୍ତକାରୀ ‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିଥିଲେ।

  • Related Posts

    bjd ବିଜେଡି ସଂଖ୍ୟାଲଘୁ ସେଲ୍‌ ନବକଳେବର

    ଭୁବନେଶ୍ୱର : ଦଳକୁ ପୁନର୍ଗଠନ କରିବାରେ ଲାଗି ପଡ଼ିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ଦଳର ସଂଖ୍ୟାଲଘୁ ସେଲ୍ ନବକଳେବର କରାଯାଇଛି । ରାଜ୍ୟସ୍ତରୀୟ ସେଲ୍କୁ ପୁନର୍ଗଠନ କରାଯିବା ସହ ୩୦ଟି ସାଂଗଠନିକ ଜିଲ୍ଲାରେ ସଂଖ୍ୟାଲଘୁ ସେଲ୍ ସଭାପତି ଘୋଷଣା…

    Continue reading
    bjp meeting ବିଜେପି କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

    ଭୁବନେଶ୍ବର: ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୈଠକରେ ଯୋଗ ଦେଇଛନ୍ତି । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ