ନଭେମ୍ବର ୪ରେ ଓଡିଶା ଆସିବେ ମହାମହିମ

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟା ଆଶଙ୍କା ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଆଠ ଦିନ ଘୁଞ୍ଚିଲା । ଅକ୍ଟୋବର ୨୮ ଓ ୨୯ ତାରିଖ ପରିବର୍ତ୍ତେ ନଭେମ୍ବର ୪ ଓ ୫ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି । ରାଷ୍ଟ୍ରପତି ସଚିବାଳୟର ଟୁର୍ ସେକ୍ସନ ପକ୍ଷରୁ ଜାରି ଚିଠିରେ ଏହି ସୂଚନା ଦିଆଯାଇଛି । କାର୍ଯ୍ୟସୂଚୀ ଅନୁଯାୟୀ, ରାଷ୍ଟ୍ରପତି ପଶ୍ଚିମବଙ୍ଗର କଲାଇକୁଣ୍ଡା ଦେଇ ଆସିବେ । ନଭେମ୍ବର ୪ରେ ଦାଣ୍ଡବୋଷ ବିମାନବନ୍ଦରରେ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପହଞ୍ଚି ଅବତରଣ ପରେ ସଡ଼କ ପଥରେ ବହଳଦା ସ୍ଥିତ ମା’ କିଚକେଶ୍ୱରୀ ମନ୍ଦିର ଅଭିମୁଖେ ବାହାରି ପୂଜା କରିବେ । ପରେ ମହୁଲଡିହାର ଲକ୍ଷ୍ମୀମଣ୍ଡପ ଏବଂ ରାଇରଙ୍ଗପୁରସ୍ଥିତ ରାଷ୍ଟ୍ରପତିଙ୍କ ଗୃହକୁ ଯିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟ ଓ ରାଇରଙ୍ଗପୁର କଚେରି ପଡ଼ିଆ ଗସ୍ତ ସହ ହଲିଡେ ହୋମ୍କୁ ଯିବେ । ନଭେମ୍ବର ୫ ତାରିଖରେ ରାଇରଙ୍ଗପୁର ସ୍ପୋର୍ଟସ୍ କମ୍ପେ୍ଲକ୍ସ, ବିକାଶ ନଗର ଏବଂ ଗୋରୁମହିଷାଣୀ ଆଇରନ୍ କଲେଜସ୍ଥିତ ମଲ୍ଟି ସ୍କିଲ୍ ଡେଭଲପମେଣ୍ଟ ସେଣ୍ଟର ସମେତ ଟାଉନ୍ ହଲ୍ ଗସ୍ତର କାର୍ଯ୍ୟସୂଚୀ ରହିଛି । ଏହାପରେ ଦାଣ୍ଡବୋଷ ବିମାନବନ୍ଦର ଅଭିମୁଖେ ଫେରିବେ । ରାଷ୍ଟ୍ରପତିଙ୍କ କାରକେଡ୍‌ର ସୁଗମ ଓ ସୁରକ୍ଷିତ ଯାତାୟାତ ପାଇଁ ପ୍ରତ୍ୟେକ ରାସ୍ତାର ଦୂରତା, ଯାତ୍ରାରେ ଲାଗିବାକୁ ଥିବା ସମୟ ଏବଂ ରାସ୍ତାର ବାସ୍ତବ ସ୍ଥିତି ଯାଞ୍ଚ ପାଇଁ ନିର୍ଦ୍ଦେଶ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ, ପୁଲିସ ଓ ସମ୍ପୃକ୍ତ ବିଭାଗଗୁଡ଼ିକ ପକ୍ଷରୁ ରାସ୍ତାଘାଟ, ଯାତାୟାତ ଓ ସୁରକ୍ଷା ବ୍ୟବସ୍ଥାର ସମନ୍ୱୟ ଉପରେ ଗୁରୁତ୍ୱ ଦିଆଯାଉଛି । ଏହି କାର୍ଯ୍ୟକ୍ରମ ପାଇଁ ପ୍ରାୟ ୬୫ ପ୍ଳାଟୁନ ପୁଲିସ ନିୟୋଜିତ ହେବେ ବୋଲି ବିଶେଷ ସୂତ୍ରରୁ ପ୍ରକାଶ ।

  • Related Posts

    ରାଜଧାନୀରେ ମଦ୍ୟପ ଚାଳକଙ୍କ ଆତଙ୍କ

    ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ମଦ୍ୟପ ଚାଳକଙ୍କ ବେପରୁଆ ଗାଡ଼ି ଚାଳନା । ସିଆରପି ଛକରୁ ଏକାମ୍ର କାନନ ଯିବା ରାସ୍ତାରେ ଦୁର୍ଘଟଣା ଘଟାଇଲେ ଚାଳକ । ବଡ଼ି ଭୋରୁ ନିଶାସକ୍ତ ଅବସ୍ଥାରେ ଗାଡ଼ି ଚଳାଇ ଲୋକଙ୍କୁ ଧକ୍କା ଦେବା ପରେ ଡିଭାଇଡରରେ…

    Continue reading
    ଆର୍‌ବିଆଇର ନୂତନ ଡାଟା ସେଣ୍ଟର ଏବଂ ସାଇବର୍‌ ସୁରକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନକୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

    ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ଜଟଣୀରେ ନିର୍ମିତ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ନୂତନ ଡାଟା ସେଣ୍ଟର ଏବଂ ସାଇବର୍‌ ସୁରକ୍ଷା ପ୍ରଶିକ୍ଷଣ ପ୍ରତିଷ୍ଠାନକୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ମୋଦୀ ରବିବାର ଅପରାହ୍ଣ ପ୍ରାୟ ୪ଟା ୧୦ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି