ରାଜଧାନୀରେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତି ଲୋକାର୍ପଣ କଲେ ରାଷ୍ଟ୍ରପତି

ଅଲ୍‌ଚିକ୍‌ ଭାଷାର ଶ୍ରଷ୍ଠା ହେଉଛନ୍ତି ପଣ୍ଡିତ ରଘୁନାଥ ମୁର୍ମୁ। ଆଜି ତାଙ୍କ ପ୍ରତିମୂର୍ତ୍ତି ରାଜଧାନୀ ଭୁବନେଶ୍ୱରେ ଲୋକାର୍ପିତ ହୋଇଛି। ମହାମହୀମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ କରିଛନ୍ତି। ଆନ୍ତକାଲି ମହାମହୀମ ଶ୍ରୀକ୍ଷେତ୍ର ଯିବେ। ଆଜି ଅପରାହ୍ନରେ ନିର୍ଦ୍ଧାରିତ ସମୟ ପୂର୍ବରୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ ରାଜ୍ୟପାଳ ରଘବର ଦାସ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପରେ ମହାମହୀମ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଚନ୍ଦ୍ରଶେଖରପୁର ସ୍ଥିତ ନୀଳାଦ୍ରି ବିହାର ଯାଇଥିଲେ। ସେଠାରେ ପ୍ରେସିଡେଣ୍ଟ ମୁର୍ମୁଙ୍କୁ ସ୍ୱାଗତ କରିଥିଲେ ନିଜ ସମ୍ପ୍ରଦାୟର ବୁଦ୍ଧିଜୀବୀ। ତା’ପରେ ରାଷ୍ଟ୍ରପତି ‘ଜାହିରା’ ପୀଠରେ ପୂଜାର୍ଚ୍ଚନା କରିଥିଲେ। ପରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ପୂଜା କରିଥିଲେ। ପୂଜାର୍ଚ୍ଚନା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପୂର୍ଣ୍ଣାଙ୍ଗ ପ୍ରତିମୂର୍ତ୍ତି ଲୋକାର୍ପଣ କରିଥିଲେ। ପ୍ରତିମୂର୍ତ୍ତି ଲୋକାର୍ପଣ ସମୟରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରମୁଖ ଉପସ୍ଥିତ ଥିଲେ। ତା’ ପରେ ରାଷ୍ଟ୍ରପତି ନିକଟସ୍ଥ ପାର୍କ ବୁଲି ଦେଖିଥିଲେ। ଆଉ ସ୍ଥାନୀୟ ବୁଦ୍ଧିଜୀବୀଙ୍କ ସହିତ କଥା ହୋଇଥିଲେ। ପ୍ରତିମୂର୍ତ୍ତି ଲୋକାର୍ପଣ ପରେ ରାଷ୍ଟ୍ରପତି ରାଜ ଭବନ ଅଭିମୁଖେ ଫେରିଛନ୍ତି। ଆଜି ରାତିରେ ରାଷ୍ଟ୍ରପତି ରାଜ ଭବନରେ ରହିବେ। ଆସନ୍ତାକାଲି ପୁରୀ ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ