ଭୁବନେଶ୍ୱରଠାରେ ନ୍ୟାୟିକ ଅଦାଲତ ପରିସରକୁ ଉଦଘାଟନ କଲେ ରାଷ୍ଟ୍ରପତି

ଭୁବନେଶ୍ୱର: ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି ଭୁବନେଶ୍ୱରଠାରେ ନୂତନ ନ୍ୟାୟିକ ଅଦାଲତର ନବନିର୍ମିତ ଭବନକୁ ଉଦଘାଟନ କରିଛନ୍ତି। ଏହି ଉପଲକ୍ଷେ ଆୟୋଜିତ ସମାବେଶକୁ ଉଦ୍‌ବୋଧନ ଦେଇ ରାଷ୍ଟ୍ରପତି କହିଛନ୍ତି, ଠିକ୍ ସମୟରେ ନ୍ୟାୟ ନମିଳିବା ଅନ୍ୟାୟ ସହିତ ସମାନ। ବିଚାର ପ୍ରକ୍ରିୟା ସ୍ଥଗିତ ରଖାଯିବା ସଂସ୍କୃତି ଯୋଗୁଁ ଗରିବମାନେ ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହେଉଛନ୍ତି। ବାରମ୍ବାର ଅଦାଲତକୁ ଆସିବା ପାଇଁ ସେମାନଙ୍କ ପାଖରେ ଅର୍ଥ କିମ୍ବା ମାନବ ସମ୍ବଳ ନାହିଁ। ସମସ୍ତ ଅଂଶୀଦାରମାନେ ସାଧାରଣ ଲୋକଙ୍କ ସ୍ୱାର୍ଥରେ ସ୍ଥଗିତ ରଖାଯିବାର ସଂସ୍କୃତିକୁ ଏଡ଼ାଇବା ପାଇଁ ଏକ ଉପାୟ ଖୋଜିବା ପାଇଁ ପ୍ରାଥମିକତା ଦେବେ ବୋଲି ସେ ବିଶ୍ୱାସ ପ୍ରକଟ କରିଥିଲେ। ରାଷ୍ଟ୍ରପତି କହିଥିଲେ ଯେ ଭାଷା ମଧ୍ୟ ସାଧାରଣ ଲୋକଙ୍କ ପାଇଁ ଏକ ପ୍ରତିବନ୍ଧକ। ଓକିଲ ସେମାନଙ୍କ ସପକ୍ଷରେ କ’ଣ ଯୁକ୍ତି କରୁଛନ୍ତି କିମ୍ବା ବିଚାରପତି କ’ଣ ରାୟ ଦେଉଛନ୍ତି ତାହା ସେମାନେ ବୁଝିପାରନ୍ତି ନାହିଁ। ନ୍ୟାୟାଳୟଙ୍କ ରାୟଗୁଡ଼ିକ ବର୍ତ୍ତମାନ ଓଡ଼ିଆ ଏବଂ ସାନ୍ତାଳୀ ଭାଷାରେ ଅନୁବାଦ କରାଯାଉଛି ଏବଂ ଏହି ଅନୁବାଦିତ ରାୟଗୁଡ଼ିକ ସୁପ୍ରିମକୋର୍ଟ ଏବଂ ଓଡ଼ିଶା ହାଇକୋର୍ଟର ୱେବସାଇଟରେ ଉପଲବ୍ଧ ବୋଲି ଜାଣି ରାଷ୍ଟ୍ରପତି ଖୁସି ହୋଇଥିଲେ। ରାଷ୍ଟ୍ରପତି କହିଥିଲେ ଯେ ଆଜି ମହିଳାଙ୍କ ନେତୃତ୍ୱାଧୀନ ବିକାଶ ପ୍ରତି ଗୁରୁତ୍ୱ ଦିଆଯାଉଛି। ଅନ୍ୟ କ୍ଷେତ୍ର ଭଳି ନ୍ୟାୟପାଳିକାରେ ମଧ୍ୟ ମହିଳାଙ୍କ ଭାଗିଦାରୀ ବଢ଼ୁଛି। ବର୍ତ୍ତମାନ ଓଡ଼ିଶା ନ୍ୟାୟିକ ସେବାରେ ୪୮ ପ୍ରତିଶତ ମହିଳା ଅଧିକାରୀ ରହିଥିବା ସେ ଉଲ୍ଲେଖ କରିଥିଲେ। ଆଗାମୀ ଦିନରେ ମହିଳା ଅଧିକାରୀଙ୍କ ସଂଖ୍ୟା ବୃଦ୍ଧି ପାଇବ ବୋଲି ରାଷ୍ଟ୍ରପତି ଦୃଢ଼ ବିଶ୍ୱାସ ପ୍ରକଟ କରିଥିଲେ। ରାଷ୍ଟ୍ରପତି କହିଥିଲେ ଯେ ସାଧାରଣ ନାଗରିକମାନେ କିପରି ବିନା ଭୟରେ ନ୍ୟାୟିକ ବ୍ୟବସ୍ଥା ସହିତ ଯୋଗାଯୋଗ କରିପାରିବେ ତାହା ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ। ଅଧିକାଂଶ ସମୟରେ ଲୋକମାନେ ଓକିଲ ଓ ବିଚାରପତିଙ୍କ ସମ୍ମୁଖରେ ଭୟଭୀତ ହୋଇଯାଆନ୍ତି । ଅଦାଲତରେ ଏକ ସମ୍ବେଦନଶୀଳ ବାତାବରଣ ରହିବା ଜରୁରୀ, ଯାହାଦ୍ୱାରା ସେମାନେ ମୁକ୍ତ ଭାବରେ ନିଜକୁ ପ୍ରକାଶ କରିପାରିବେ। ବର୍ତ୍ତମାନ ଏବଂ ଭବିଷ୍ୟତର ଆବଶ୍ୟକତାକୁ ପୂରଣ କରିବା ପାଇଁ ନୂତନ ଅଦାଲତ ପରିସରକୁ ଡିଜାଇନ୍ କରାଯାଇଥିବା ଦର୍ଶାଇ ରାଷ୍ଟ୍ରପତି ଖୁସି ବ୍ୟକ୍ତ କରିଥିଲେ। ସେ କହିଥିଲେ, ଏଥିରେ ନ୍ୟାୟିକ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ନୂତନ ଜ୍ଞାନକୌଶଳ ବ୍ୟବହାର କରାଯାଉଛି। କୋର୍ଟ ପରିସରରେ ଆଧୁନିକ ସୁବିଧା ନ୍ୟାୟିକ କ୍ଷେତ୍ରରେ ସୁରୁଖୁରୁରେ କାମ କରିବାରେ ସହାୟକ ହେବ ବୋଲି ସେ ବିଶ୍ୱାସ ବ୍ୟକ୍ତ କରିଥିଲେ ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ