puri temple ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ଝୁଲଣ ଯାତ୍ରା

ପୁରୀ : ଆଜିଠୁ ମହାପ୍ରଭୁଙ୍କ ଝୁଲଣ ଯାତ । ଶ୍ରୀମନ୍ଦିର ସହିତ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ବାଡ଼ିରେ ଆଜିଠାରୁ ଆରମ୍ଭ ହୋଇଛି ଝୁଲଣ ଯାତ୍ରାର ମାହୋଲ । ଏହି ଯାତ୍ରା ସାତଦିନ ଧରି ଚାଲିବ। ଶ୍ରାବଣ ଶୁକ୍ଳ ଦଶମୀରୁ ଭାଦ୍ରବ ମାସ କୃଷ୍ଣପକ୍ଷ ପ୍ରତିପଦା ପର୍ଯ୍ୟନ୍ତ ଏହି ପର୍ବ ପାଳନ କରାଯାଇଥାଏ । ସମଗ୍ର ମୁକ୍ତି ମଣ୍ଡପକୁ ପାରମ୍ପରିକ ସୋଲ ଓ ଜରି ଜମ୍ବୁରା କାର୍ଯ୍ୟରେ କାଠ ନିର୍ମିତ ଝୁଲା ସଜାଯାଇ ଏକ କୁଞ୍ଜ ନିର୍ମାଣ କରାଯିବ । ଏହି କୁଞ୍ଜକୁ ସୁନ୍ଦର ଆଲୋକ ମାଳାରେ ସଜ୍ଜିତ କରାଯିବା ସହ କୁଞ୍ଜରେ ମଦନ ମୋହନ ଭୂଦେବୀ ଶ୍ରୀଦେବୀ ବିଜେ କରିବାର ପରମ୍ପରା ରହିଛି ।

ତେବେ ମଣ୍ଡପ ତଳେ ଭୀମ, ଅର୍ଜୁନ ଶୋଭା ମଣ୍ଡନ କରିବା ସହ ଦୁଇ ପାର୍ଶ୍ୱରେ କାଳୀୟଦଳନ ଓ କୃଷ୍ଣ ଜନ୍ମର ଲୀଳା ପ୍ରଦର୍ଶିତ ହୁଏ । ଝୁଲଣ କୁଞ୍ଜରେ ଭିନ୍ନଭିନ୍ନ ପକ୍ଷୀ ବିରାଜମାନ କରିଥିବାର ଦୃଶ୍ୟ ସମସ୍ତଙ୍କୁ ଆକର୍ଷିତ କରିଥାଏ ।ଶ୍ରୀ ଜଗନ୍ନାଥ ବଲ୍ଲବ ମଠ ସମେତ ଶ୍ରୀକ୍ଷେତ୍ରରେ ଥିବା ସହିତ ଅନେକ ଛୋଟ ବଡ଼ ମଠ ମାନଙ୍କରେ ଏହି ଝୁଲଣ ଯାତ୍ରାକୁ ମହାଆଡ଼ମ୍ବର ସହକାରେ ପାଳନ କରାଯାଇଥାଏ । ଏହି ଅବସରରେ ଭିବିନ୍ନ ସ୍ଥାନରେ ପାରମ୍ପରିକ ଚମ୍ପୁ, ଛନ୍ଦ ଓ ପୂରାତନ ଝୁଲଣର ରାସ ଗୀତ ପରିବେଷଣ ହୋଇଥାଏ । ଜଗନ୍ନାଥ ବଲ୍ଳଭ ମଠରେ ଚଳିତ ବର୍ଷ ଅନେକ ନୂଆ ସାଜ ତିଆରି ହୋଇ ଦ୍ୱାପର ଯୁଗ ଆଧାରିତ ଶ୍ରୀକୃଷ୍ଣଙ୍କ ଲୀଳା ଓ ପ୍ରକୃତିର ରଙ୍ଗ ରୂପ ପ୍ରସ୍ତୁତି କରାଯାଇଛି ।

  • Related Posts

    ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ

    ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…

    Continue reading
    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ