୧୯ରୁ ବର୍ଷା ସମ୍ଭାବନା, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ୫ ଦିନ ପାଇଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ବର୍ଷା ଯୋଗୁଁ ରାତିର ପାରଦ ମଧ୍ୟ ବୃଦ୍ଧି ପାଇବ। ହେଲେ ଶୀତର ପ୍ରଭାବ କମିବନି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ମିଳିଥିବା ସୂଚନା ଅନୁସାରେ, ଆସନ୍ତାକାଲି ଦକ୍ଷିଣ ଓଡ଼ିଶାରେ ବର୍ଷା ହେବା ନେଇ ବିଭାଗ ଆକଳନ କରିଛି। ୧୯ ରୁ ୨୧ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ବଙ୍ଗୋପସାଗରରେ ଲଘୁଚାପର ସକ୍ରିୟତା ସହ ରାଜ୍ୟ ମଧ୍ୟକୁ ପ୍ରବେଶ କରୁଥିବା ବାୟୁର ଦିଶା ପରିବର୍ତ୍ତନ କାରଣରୁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଥିବା ନେଇ ବିଭାଗ ସୂଚନା ଦେଇଛି। ତେବେ ଆସନ୍ତାକାଲି ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡ଼ା ଓ ମାଲକାନଗିରିରେ ବର୍ଷା ହେବାର ସମ୍ଭାବନା ରହିଛି। ୧୯ ରୁ ବର୍ଷାର ପରିମାଣ ବଢିବା ସହ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ, କଳାହାଣ୍ଡି, ମାଲକାନଗିରି କୋରାପୁଟ ଓ ନବରଙ୍ଗପୁର ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୦ ତାରିଖରେ ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, ଗଞ୍ଜାମ, ଗଜପତି , ଜଗତସିଂହପୁର, କେନ୍ଦ୍ରାପଡା, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ, ସୁନ୍ଦରଗଡ, ଝାରସୁଗୁଡା, ବରଗଡ଼, ସମ୍ୱଲପୁର, ସୋନପୁର ଓ ବଲାଙ୍ଗୀର ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗ ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି, “ବର୍ଷା ଯୋଗୁଁ ରାତିର ପାରଦ ମଧ୍ୟ ବୃଦ୍ଧି ପାଇବ। ହେଲେ ଶୀତର ପ୍ରଭାବ କମିବନି। କାରଣ ଦିନ ତାପମାତ୍ରା ହ୍ରାସ ପାଇବା ସହ ପବନ ମଧ୍ୟ ପ୍ରବାହିତ ହେବ। ବର୍ଷା ଓ କୋହଲା ପାଗ ଦ୍ୱାରା ଦିନରେ ଲୋକେ ଅଧିକ ଶୀତ ଅନୁଭବ କରିବେ। ଏପରି ସ୍ଥିତି ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରହିବ। ରାତିରେ ତାପମାତ୍ରା ୩ ରୁ ୫ ଡିଗ୍ରୀ ବୃଦ୍ଧି ପାଇବ। ୨୨ ରୁ ପୁଣି କମିବ ରାତ୍ରି ତାପମାତ୍ରା। ଅନ୍ୟପଟେ ଗତ ୨୪ ଘଣ୍ଟାରେ ୧୩ ଟି ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳକୁ ରହିଥିବାବେଳେ ରାଉରେକଲାରେ ସର୍ବନିମ୍ନ ତାପମାତ୍ରା ୫.୭ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ସେହିପରି ଅନୁଗୋଳରେ ୯.୦ଂ , ଝାରସୁଗୁଡାରେ ୭.୨ଂ, ଭବାନୀପାଟଣା ୯.୦, ନବରଙ୍ଗପୁର କିରେଇ ଓ ଚିପିଲିମାରେ ୯.୦ ଓ ଭଦ୍ରକରେ ୯.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ