rain in odisha ଭୀଷଣ ବର୍ଷିବ, କେନ୍ଦୁଝର-ମୟୂରଭଞ୍ଜ-ବାଲେଶ୍ବରକୁ ରେଡ୍‌ ଆଲର୍ଟ

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ନୂଆ ଲଘୁଚାପ କ୍ଷେତ୍ର ପ୍ରଭାବରେ ଓଡ଼ିଶାରେ ଭାରି ବର୍ଷା ଲାଗି ରହିଛି । ବିଶେଷକରି ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହଛି । ଆଜି ସାରା ରାଜ୍ୟରେ ବର୍ଷା ଓ ବଜ୍ରପାତ ହେବାକୁ ଥିବା ବେଳେ ଅତି ଭୀଷଣ ବର୍ଷା ପାଇଁ ପାଣିପାଗ ବିଭାଗ ଉତ୍ତର ଓଡ଼ିଶାକୁ ରେଡ୍‌ ଆଲର୍ଟ ଓ ଅତି ପ୍ରବଳ ବର୍ଷା ପାଇଁ ପଶ୍ଚିମ ଓଡ଼ିଶାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ଆସନ୍ତା ସେପ୍ଟେମ୍ବର 4 ତାରିଖ ଯାଏଁ ବର୍ଷା ଲାଗି ରହିବ ।

ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି, “ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଥିବା ଲଘୁଚାପ କ୍ଷେତ୍ରର ପ୍ରଭାବରେ, 30 ତାରିଖରେ ଗାଙ୍ଗେୟ ପଶ୍ଚିମବଙ୍ଗରେ, 31 ତାରିଖରେ ଝାଡ଼ଖଣ୍ଡରେ, 1 ସେପ୍ଟେମ୍ବର ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଏବଂ 30 ଅଗଷ୍ଟରେ ଓଡ଼ିଶାରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।”

ଆଜି ଅତି ଭୀଷଣ ବର୍ଷା ପାଇଁ କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହାସହ ପୁରୀ, ଖୋରଧା, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ବୌଦ୍ଧ, ସୋନପୁର, ବରଗଡ଼, ନୂଆପଡ଼ା, ଝାରସୁଗୁଡ଼ା ଓ ନବରଙ୍ଗପୁର ଜିଲ୍ଲାକୁ ପ୍ରବଳ ବର୍ଷା ଲାଗି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅନ୍ୟସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ସୋମବାର ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବାନ ରହିଛି । ଏଥିପାଇଁ ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼ ଓ ନୂଆପଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଦେବଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗୀର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେପଟେ ଲଘୁଚାପ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଵର୍ଷା ହୋଇଥିବା ବେଳେ ଗୋଟେ ସ୍ଥାନରେ ଅତି ପ୍ରବଳ ବର୍ଷା ସହ 4ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ସର୍ବାଧିକ ବର୍ଷା ମୟୂରଭଞ୍ଜ ବାଙ୍ଗିରିପୋଷୀରେ 159 ମିମି ରେକର୍ଡ କରାଯାଇଛି ।

  • Related Posts

    ୭ ଦିନ ବଢ଼ିଲା ଧାନ ପଞ୍ଜିକରଣ ଅବଧି

    ଭୁବନେଶ୍ବର : ଚାଷୀଙ୍କ ପାଇଁ ଖୁସି ଖବର । ଆହୁରି ସପ୍ତାହେ ବଢ଼ିଲା ଧାନ ପଞ୍ଜିକରଣ ଅବଧି। ଆଗଷ୍ଟ ୩୧ରେ ସରୁଥିବା ପଞ୍ଜିକରଣ ଅବଧି କୁ ୭ ଦିନ ଘୁଞ୍ଚାଇଛନ୍ତି ସରକାର । ଏନେଇ ସୂଚନା ଦେଇଛନ୍ତି ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର…

    Continue reading
    ମନ୍‌ କି ବାତ୍‌ରେ ଓଡ଼ିଶାର ମୈଥିଲି ଭୁଏ

    ଭୁବନେଶ୍ୱର: ୧୩୭ ତମ ମନ୍‌ କି ବାତରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଦେଶବାସୀଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ବଡ଼ ବାର୍ତ୍ତା ଦେଇଛନ୍ତି । ଓଡ଼ିଶାର ମୈଥିଲି ଭୁଏଙ୍କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଡେବ୍ରିଗଡ଼ରେ କେନ୍ଦୁପତ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ