rain in odisha ୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ, ଆସନ୍ତା ୨୪ ତାରିଖ ଯାଏ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି।

ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମ ବର୍ଷା ହେବା ସହ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବିଶେଷକରି ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି ଜିଲାରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି ହୋଇଛି।

ଏହା ସହିତ ବର୍ଷା ସମୟରେ ବଜ୍ରପାତ ଓ ଝଟକା ପବନ ହେବାର ଆଶଙ୍କା ମଧ୍ୟ ରହିଛି। ତେଣୁ ଲୋକମାନଙ୍କୁ ପାଣିପାଗ ବିଭାଗର ସତର୍କ ସୂଚନା ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି।

ବଙ୍ଗୋପସାଗରରେ ନୂଆ ଲଘୁଚାପ ସୃଷ୍ଟି ହେବା ଯୋଗୁ ପୂର୍ବ ଓ କେନ୍ଦ୍ରୀୟ ଭାରତରେ ମୌସୁମୀ ବର୍ଷା ପୁଣି ସକ୍ରିୟ ହେବାର ସମ୍ଭାବନା ରହିଛି।

  • Related Posts

    puri temple ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ଝୁଲଣ ଯାତ୍ରା

    ପୁରୀ : ଆଜିଠୁ ମହାପ୍ରଭୁଙ୍କ ଝୁଲଣ ଯାତ । ଶ୍ରୀମନ୍ଦିର ସହିତ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ବାଡ଼ିରେ ଆଜିଠାରୁ ଆରମ୍ଭ ହୋଇଛି ଝୁଲଣ ଯାତ୍ରାର ମାହୋଲ । ଏହି ଯାତ୍ରା ସାତଦିନ ଧରି ଚାଲିବ। ଶ୍ରାବଣ ଶୁକ୍ଳ ଦଶମୀରୁ ଭାଦ୍ରବ…

    Continue reading
    ପାରିବାରିକ କଳହ, ବିଷ ପିଇଲେ ଦମ୍ପତି: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

    ଭୁବନେଶ୍ୱର : ବିଷ ପିଇଦେଲେ ଦମ୍ପତି ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର । ଭୁବନେଶ୍ବର ଖଣ୍ଡଗିରି ଥାନା ବାରଭୁଜା ବସ୍ତିରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଗଞ୍ଜାମ କେନ୍ଦୁପଲ୍ଲି ଅଞ୍ଚଳର ସ୍ବପ୍ନା ପାତ୍ର । ଗୁରୁତର ଜିତେନ୍ଦ୍ର ପାତ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ