RAIN ୬ଦିନ ପର୍ଯ୍ୟନ୍ତ ବର୍ଷା ହେବା ନେଇ ପୂର୍ବାନୁମାନ

ଭୁବନେଶ୍ୱର: ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଗ ଅନୁକୂଳ ହେଉଥିବାବେଳେ ୨୧ ଜିଲାକୁ ଝଡ଼ବର୍ଷା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଶୁକ୍ରବାର ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିବା ସହିତ ତାପମାତ୍ରା ଅଧିକ ରହିଥିଲା। ତେବେ ଶନିବାରଠାରୁ ଆସନ୍ତା ୬ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ବିଶେଷକରି କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଝଡ଼ବର୍ଷା ପାଇଁ ସତର୍କ କରାଯାଇଛି। ସେହପରି ଶନିବାର ମଧ୍ୟ ସୁନ୍ଦରଗଡ଼, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର, କଳାହାଣ୍ଡି ଜିଲାକୁ ପ୍ରବଳ ବର୍ଷା ପାଇଁ ଏବଂ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଝଡ଼ବର୍ଷା ପାଇଁ ସତର୍କ ସୂଚନା ଦିଆଯାଇଛି।

  • Related Posts

    ଏଥର ଦଶହରା ପାଗ ଶୁଖିଲା

    ଭୁବନେଶ୍ବର : ମାଲାକ୍କା ସମୁଦ୍ର ସନ୍ଧି ପ୍ରଣାଳୀ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନରୁ ୯.୪କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପୀ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହି ଘୂର୍ଣ୍ଣିବଳୟ ଆଣ୍ଡାମାନ ସାଗର ଅଞ୍ଚଳରେ ପହଞ୍ଚିବ। ଆସନ୍ତା ୧୩ତାରିଖ…

    Continue reading
    ଆଜିଠାରୁ ଶକ୍ତିପୀଠରେ ନବରାତ୍ର ପୂଜା

    ଆଜିଠାରୁ ଶକ୍ତିପୀଠରେ ଆରମ୍ଭ ହେଉଛି ନଅ ଦିନ ଧରି ମାଆଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା। ମାଆଙ୍କ ଆଗମନକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଶକ୍ତିପୀଠ। ନଅ ଦିନ ଧରି ବିଭିନ୍ନ ରୀତିନୀତି ଅନୁସାରେ ମାଆଙ୍କ ପୂଜା କରାଯିବ। ଏହି ଅବସରରେ ମାଆଙ୍କ ଦର୍ଶନ ପାଇଁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ