ଓଡ଼ିଶାରେ ୨ ଯାଏଁ ବର୍ଷା!

ତାମିଲନାଡୁରେ ବାତ୍ୟା ‘ଫେଙ୍ଗଲ’ ଲ୍ୟାଣ୍ଡଫଲ୍‌ ପାଇଁ ପ୍ରକ୍ରିୟା ଆରମ୍ଭ କଲାଣି। ତା’ପୂର୍ବରୁ ଦେଖାଇଲାଣି କୋପ। ଏହାର ପ୍ରଭାବ କିନ୍ତୁ ଓଡ଼ିଶାରେ ଦେଖିବାକୁ ମିଳିଲାଣି। ତାମିଲନାଡୁରେ ବାତ୍ୟା ଲ୍ୟାଣ୍ଡଫଲ୍‌ କରିବା ପୂର୍ବରୁ ଉପକୂଳ ଓଡ଼ିଶାରେ ଝିପିଝିପି ବର୍ଷା ବର୍ଷା ସହ କୋହଲା ପାଗ କରିଛି। ଓଡ଼ିଶାରେ ଏପରି ପାଗ ଆଗାମୀ ୨ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆଗାମୀ ୨୪ ଘଣ୍ଟା ଭିତରେ ରାଜ୍ୟରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଉପକୂଳ ଓଡ଼ିଶା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଯାଜପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ। ଏଥିସହ ପାଗ ମେଘୁଆ ରହିବାର ସମ୍ଭାବନା ରହିଛି। ଠିକ୍‌ ସେହିପରି ୩୦ ଓ ୧ତାରିଖରେ ମଧ୍ୟ କିଛି ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣରବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, କଟକ, ଯାଜପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପାଗ ମେଘୁଆ ରହିବା ସହିତ ଗୋଟିଏରୁ ଦୁଇଟି ସ୍ଥାନାରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି। ୨ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି। ତା’ସହ ପାଗ ମେଘୁଆ ରହିପାରେ। ଭୁବନେଶ୍ୱରରେ କିଛି କିଛି ସ୍ଥାନରେ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ