ପୁଣି ଖୋଲିବ ରତ୍ନଭଣ୍ଡାର

ପୁରୀ: ଆଜି ଅର୍ଥାତ୍‌ ଶୁକ୍ରବାର ପୁଣି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଏସ୍‌ଓପି ଅନୁସାରେ ଖାଲି କରାଯାଇଥିବା ଆଲମାରୀ ଓ ସିନ୍ଦୁକ ସ୍ଥାନାନ୍ତର କରାଯିବ। ଅପରାହ୍ନ ୧ଟାରୁ ସ୍ଥାନାନ୍ତରଣ ପ୍ରକ୍ରିୟା ଆରମ୍ଭ ହେବ। ସ୍ଥାନାନ୍ତର ସରିବା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ମାତ୍ର ଆନନ୍ଦ ବଜାରରୁ ଅବଢ଼ା ମିଳିବ ବୋଲି ସୂଚନା ମିଳିଛି।  ଜଗମୋହନରୁ ବେହରଣ ଦ୍ବାର ଦେଇ ପଶ୍ଚିମଦ୍ବାର ନିକଟ ନୀଳାଦ୍ରି ମ୍ୟୁଜିୟମ ନିକଟ ରୁମ୍‌କୁ ଆଲମାରୀ ଓ ସିନ୍ଦୁକ ସ୍ଥାନାନ୍ତର କରାଯିବ।

ସ୍ଥାନାନ୍ତରଣ ସରିବା ପରେ ଦର୍ଶନ ଆରମ୍ଭ ହେବ ବୋଲି କହିଛନ୍ତି ଶ୍ରୀମନ୍ଦିର ଉପ ମୁଖ୍ୟ ପ୍ରଶାସକ। ସୂଚନା ଅନୁସାରେ, ଶ୍ରୀମନ୍ଦିର ଭିତର ଓ ବାହାର ରତ୍ନଭଣ୍ଡାରରେ ୩ଟି କାଠ ଆଲମାରୀ, ଗୋଟିଏ ଷ୍ଟିଲ ଆଲମାରୀ, ୨ଟି କାଠ ସିନ୍ଦୁକ ଓ ଗୋଟିଏ ଲୁହା ସିନ୍ଦୁକ ରହିଛି। ଏଥିରେ ଥିବା ସମସ୍ତ ଅଳଙ୍କାର ଷ୍ଟ୍ରଙ୍ଗରୁମରେ ରଖାଯାଇଛି।

ତେବେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ପ୍ରବେଶ ଓ ଯାଞ୍ଚ ପାଇଁ ୧୨ଜଣିଆ କମିଟି ଗଠନ ହୋଇଛି। ଏଥିରେ  ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ.ଅରବିନ୍ଦ ପାଢ଼ୀ, ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ଜଷ୍ଟିସ୍‌ ବିଶ୍ବନାଥ ରଥ, ସଦସ୍ୟ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ୍‌ ରାଜୀବ ସାହୁ, ପରିଚାଳନା କମିଟି ସଦସ୍ୟ ଦୁର୍ଗାପ୍ରସାଦ ଦାସମହାପାତ୍ର, ବରିଷ୍ଠ ସେବାୟତ ମଧୁସୂଦନ ସିଂହାରୀ, ଛତିଶାନିଯୋଗ ନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର, ଜଗନ୍ନାଥ ଦାସମହାପାତ୍ର, ସୌମେନ୍ଦ୍ର ମୁଦାଲି, ଭଣ୍ଡାର ମେକାପ ଗଣେଶ ମେକାପ, ତଢ଼ଉକରଣ ସୁଧାଂଶୁ ଶେଖର ପଟ୍ଟନାୟକ, ଦେଉଳକରଣ ଚନ୍ଦ୍ରଶେଖର ମଙ୍ଗରାଜ ପ୍ରମୁଖ କମିଟିରେ ରହିଛନ୍ତି।

Related Posts

ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

Continue reading
ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

Continue reading

Leave a Reply

Your email address will not be published. Required fields are marked *

You Missed

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ