ଅଭିବୃଦ୍ଧି ହାର ୫.୪%କୁ କମାଇଲା ରିଜର୍ଭ ବ୍ୟାଙ୍କ, ରେପୋ ରେଟ୍‌ ସ୍ଥିର

ମୁଦ୍ରାସ୍ଫୀତି ଦୃଷ୍ଟିକୋଣରୁ କ୍ରମାଗତ ଏକାଦଶ ଥର ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ ତା’ର ଋଣ ହାର ଅପରିବର୍ତ୍ତିତ ରଖିଛି। କିନ୍ତୁ ଚଳିତ ବର୍ଷର ଅଭିବୃଦ୍ଧି ହାର କମାଇ ଦେଇଛି। ଏ ନେଇ ଘୋଷଣା କରିଛନ୍ତି ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ। ସେ କହିଛନ୍ତି ଯେ ରିଜର୍ଭ ବ୍ୟାଙ୍କର ୬ ଜଣିଆ ମୁଦ୍ରା ନୀତି କମିଟିର ଏକ ବୈଠକ ବସିଥିଲା। ଏଥିରେ ରେପୋ ରେଟ୍‌ ୬.୫ ପ୍ରତିଶତରେ ସ୍ଥିର ରଖିବାକୁ ୪ ଜଣ ସଦସ୍ୟ ମତ ଦେଇଥିଲେ ଓ ୨ ଜଣ ଏହାକୁ ବିରୋଧ କରିଥିଲେ। ତେଣୁ ସଂଖ୍ୟାଧିକ ମତ ଅନୁସାରେ ନିଷ୍ପତ୍ତି ହେଲା ଯେ ରେପୋ ରେଟ୍‌ ଅପରିବର୍ତ୍ତିତ ରହିବ। ଅଭିବୃଦ୍ଧି ହାର ଆକଳନ ହ୍ରାସ ପାଉଥିବା ସତ୍ତ୍ୱେ ରେପୋ ରେଟ୍‌ ଅପରିବର୍ତ୍ତିତ ରହିଛି। ରେପୋ ରେଟ୍‌ ଅପରିବର୍ତ୍ତିତ ରହିବା ଅର୍ଥ ବ୍ୟାଙ୍କ ଋଣର ସୁଧ ହାର ମଧ୍ୟ ଅପରିବର୍ତ୍ତିତ ରହିବ। ପୁଞ୍ଜି ନିବେଶକାରୀମାନେ ସୁଧ ହାର ହ୍ରାସ ପାଇବ ବୋଲି ଆଶା କରୁଥିଲେ।

ଏଠାରେ ଉଲ୍ଲେଖଯୋଗ୍ୟ ଯେ ଏହି ସମୟରେ ଦେଶର ଅଭିବୃଦ୍ଧି ହାର ୭ ପ୍ରତିଶତ ହେବ ବୋଲି ଭାରତୀୟ ରିଜର୍ଭ ବ୍ୟାଙ୍କ ଆକଳନ କରିଥିଲା। ମାତ୍ର ଏହା କ୍ରମାଗତ ଭାବେ ହ୍ରାସ ପାଉଥିବା ହିସାବ ହେଉଛି। ଗତ ଜୁଲାଇ-ସେପ୍ଟେମ୍ବର ମଧ୍ୟରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତ ଥିବାର ହିସାବ ହୋଇଛି। ଏହା ୭ ପ୍ରତିଶତ ଅଭିବୃଦ୍ଧି ହାର ଆକଳନଠାରୁ କମ୍‌। ୨୦୨୨ ମେ ମାସଠାରୁ ୨୦୨୩ ଏପ୍ରିଲ ମାସ ଯାଏଁ ଭାରତୀୟ ରିଜର୍ଭ ବ୍ୟାଙ୍କ କ୍ରମାଗତ ଭାବେ ଛଅ ଥର ରେପୋ ରେଟ୍‌ ବୃଦ୍ଧି କରିଥିଲା। ଏହି ସମୟରେ ରେପୋ ରେଟ୍‌ରେ ୨୫୦ ବେସିସ ପଏଣ୍ଟ ବୃଦ୍ଧି ପାଇଥିଲା। ଏହା ପରଠାରୁ ବ୍ୟାଙ୍କ କ୍ରମାଗତ ଭାବେ ରେପୋ ରେଟ୍‌ ସ୍ଥିର ରଖିଛି। ସୂଚନାଯୋଗ୍ୟ ଯେ ପ୍ରତି ଦୁଇ ମାସରେ ଥରେ ରିଜର୍ଭ ବ୍ୟାଙ୍କର ମୁଦ୍ରା ନୀତି କମିଟିର ବୈଠକ ବସି ରେପୋ ରେଟ୍‌ ବୃଦ୍ଧିହ୍ରାସ ନିଷ୍ପତ୍ତି ନେଇଥାଏ।

ଚଳିତ ଆର୍ଥିକ ବର୍ଷ ଜିଡିପି ଅଭିବୃଦ୍ଧି ହାର ୭.୨ ପ୍ରତିଶତ ହେବ ବୋଲି ଆକଳନ କରାଯାଇଥିଲା। ମାତ୍ର, ଏବେ ତାହା ୬.୬ ପ୍ରତିଶତ ହେବ ବୋଲି ରିଜର୍ଭ ବ୍ୟାଙ୍କ ହିସାବ କରୁଛି। ବ୍ୟାଙ୍କର ହିସାବ ଅନୁସାରେ ମୁଦ୍ରାସ୍ଫୀତି ହାର ୪.୫ ପ୍ରତିଶତରୁ ୪.୮ ପ୍ରତିଶତକୁ ବୃଦ୍ଧି ପାଇଛି। ଗତ ଅକ୍ଟୋବରରେ ଏହା ୬ ପ୍ରତିଶତକୁ ବୃଦ୍ଧି ପାଇଥିଲା। ତାହା ସାଧାରଣ ଖାଉଟିଙ୍କ ପାଇଁ ଅସହ୍ୟ ଥିଲା। ବଜାରରେ, ବିଶେଷକରି ଖାଦ୍ୟଦ୍ରବ୍ୟର ମୂଲ୍ୟବୃଦ୍ଧି ଯୋଗୁଁ ଖାଉଟିମାନଙ୍କର କ୍ରୟ କ୍ଷମତା ହ୍ରାସ ପାଇଛି। ଆଗକୁ ଏହା କମିପାରେ ବୋଲି ଆକଳନ କରାଯାଉଥିବା ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର କହିଛନ୍ତି। ମୁଦ୍ରା ନୀତି କମିଟି କହିଛି ଯେ ବଜାରରେ ଦୀର୍ଘସ୍ଥାୟୀ ଭାବେ ଦର ସ୍ଥିର ରହିଲେ ହିଁ ଦେଶର ଆର୍ଥିକ ସ୍ଥିତି ମଜବୁତ୍‌ ହୋଇଥାଏ।

  • Related Posts

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ଭାରତର ନିର୍ବାଚନ କମିସନର ଅନ୍ୟ ଦୁଇ ନିର୍ବାଚନ କମିସନରଙ୍କ ସମ୍ମତି ବିନା ଏକପାଖିଆ ନିଷ୍ପତ୍ତି ନେବାର ଅଭିଯୋଗରେ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ନିଲମ୍ବିତ କରିବା ପାଇଁ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ଜ୍ଞାନେଶ…

    Continue reading
    ପାଇଲଟଙ୍କ ଟାର୍ଗେଟରେ ଥିଲା ବିମାନ ବନ୍ଦର

    ଫ୍ଲାଏ ଦୁବାଇ ବିମାନର ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ନେଇ ସବୁଠି ଚର୍ଚ୍ଚା । ଛୁରା ମାଡ଼ ସତ୍ତ୍ୱେ ବି ହାରନମାନି ଶହ ଶହ ଯାତ୍ରୀଙ୍କ ଜୀବନ ବଞ୍ଚାଇବାକୁ ନେଇ ତାଙ୍କୁ ଦେଶ ବିଦେଶରୁ ତାଙ୍କର ସାହସୀକତା ପାଇଁ ଅନେକ ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ