ମମତା ବାନାର୍ଜୀଙ୍କୁ କଡ଼ା ଜବାବ ଦେଲେ ଗଣେଶରାମ ଖୁଣ୍ଟିଆ

ଭୁବନେଶ୍ବର: ବାଘକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବୟାନ ଉପରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ କଡ଼ା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଓଡ଼ିଶାରୁ ଆଉ କିଛି ବାଘ ପଶ୍ଚିମବଙ୍ଗ ଯାଇନି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯେମିତି ସମ୍ମାନ ଦେବେ, ସେମିତି ସମ୍ମାନ ପାଇବେ। ଆଇନ୍ ସବୁ ରାଜ୍ୟ ପାଇଁ, ସମସ୍ତେ ମାନିବା କଥା। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ ଆହୁରି କହିଛନ୍ତି, ଓଡ଼ିଶାରେ ଡବଲ ଇଞ୍ଜିନ ସରକାର। କେନ୍ଦ୍ରରେ ନରେନ୍ଦ୍ର ମୋଦୀଜୀଙ୍କ ସରକାର ଓ ଓଡ଼ିଶାରେ ବିଜେପିର ମୋହନ ଚରଣ ମାଝୀଙ୍କ ସରକାର ଅଛି ବୋଲି ତାଙ୍କର ଟିକେ ଆକ୍ରୋଶ ଅଛି। ଆମ ପାଖରେ ପର୍ଯ୍ୟାପ୍ତ ଜଙ୍ଗଲ ଅଛି। ଜଙ୍ଗଲ ଯେଉଁଠି ଅଛି ଜୀବଜନ୍ତୁ ସେଠାକୁ ଯିବେ। ବାଘ ରଖିବା ପାଇଁ ଆମ ପାଖରେ ଜାଗା ନ ଥିଲେ ଶିମିଳିପାଳ ଭଳି ଅଭୟାରଣ୍ୟ କେମିତି ଅଛି? ଜାତୀୟ ଜଙ୍ଗଲ ନିୟମ ଅନୁସାରେ ସବୁ ସରକାର ସହଯୋଗ କରିବା କଥା। ସବୁ ସରକାରଙ୍କ ସହଯୋଗ ଆମେ ଆଶା କରୁଛୁ। ଆମେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଓ ସେଠାକାର ବନ ବିଭାଗକୁ ଧନ୍ୟବାଦ ଦେଉଛୁ।

  • Related Posts

    ଆଜି ନୋମିନେସନ୍ ପ୍ରତ୍ୟାହାର, ଅପରାହ୍ନ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା

    ଭୁବନେଶ୍ୱର: ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଛି । ଶୁକ୍ରବାର ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଅପରାହ୍ନରେ ପ୍ରାର୍ଥୀପତ୍ର ଯାଞ୍ଚ ପରେ ସଂଧ୍ୟାରେ ବୈଧ ନାମାଙ୍କନ ପ୍ରକାଶ ପାଇଥିଲା । ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର…

    Continue reading
    ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋହନ ଭାଗବତ

    ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱଂୟସେବକ ସଂଘର ସରସଂଘଚାଳକ ଡ. ମୋହନ ଭାଗବତ ଶନିବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ସେ ଆଜି ଅପରାହ୍ନ ୪ ଘଟିକାରେ ସମ୍ବଲପୁରରେ ପହଞ୍ଚିବେ ବୋଲି ସଂଘର ଓଡ଼ିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ସୁମନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ