IAS ସ୍ତରରେ ଅଦଳ ବଦଳ : ପୋମା ଟୁଡୁ ହେଲେ କୃଷି ବିଭାଗ ନିର୍ଦ୍ଦେଶକ

IAS ସ୍ତରରେ ଅଦଳ ବଦଳ କଲେ ରାଜ୍ୟ ସରକାର । ପୋମା ଟୁଡୁ ହେଲେ କୃଷି ବିଭାଗ ନିର୍ଦ୍ଦେଶକ, କାଜୁ ଉନ୍ନୟନ ନିଗମ ଏମଡି ଭାବେ ମଧ୍ୟ ପୋମା ଟୁଡୁଙ୍କୁ ଅତିରିକ୍ତ ଦାୟିତ୍ବ ମିଳିଛି । ସେହିପରି ଗାଭାଲି ପରାଗ ହର୍ଷଦଙ୍କୁ NHM ଏମଡି ଦାୟିତ୍ବ, ବିଜୟ ଅମୃତ କୁଲାଙ୍ଗେଙ୍କୁ ଦକ୍ଷିଣାଞ୍ଚଳ ରେଞ୍ଜ୍ RDC ଦାୟିତ୍ବ, ଚକ୍ରବର୍ତ୍ତୀ ସିଂ ରାଠୋରଙ୍କୁ ଉଦ୍ୟାନ କୃଷି ନିର୍ଦ୍ଦେଶକ ଭାବେ ଅତିରକ୍ତ ଦାୟିତ୍ବ ମିଳିଛି । ଓମଫେଡ୍ ଏମଡି ଭାବେ ପ୍ରଣତି ଛୋଟରାୟ ଦାୟିତ୍ବ ତୁଲାଇବେ। ଶୁବ୍ର କୁମାର ପଣ୍ଡା ଆଗ୍ରୋ ଇଣ୍ଡଷ୍ଟ୍ରିଜ୍ କର୍ପୋରେସନ ଏମ୍ ଡି ଭାବେ ଅତିରିକ୍ତ ଦାୟିତ୍ବ ତୁଲାଇବେ। ସଂଗ୍ରାମ କେଶରୀ ମହାପାତ୍ରଙ୍କୁ ସମ୍ବଲପୁର ଉତ୍ତରାଞ୍ଚଳ ରାଜସ୍ୱ କମିଶନର ଭାବେ ନିଯୁକ୍ତ କରାଯାଇଛି । ଏହାସହ ସେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଦାୟିତ୍ୱ ମଧ୍ୟ ତୁଲାଇବେ । ପୂର୍ବରୁ ସେ ବ୍ରହ୍ମପୁର ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନର ଦାୟିତ୍ୱରେ ଥିଲେ । କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଥିବା ଶୁଭମ ସକ୍ସେନାଙ୍କୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ବା ବିଡିଏର ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି । କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଡକ୍ଟର ଗାଭାଲି ପରାଗ ହର୍ଷଦଙ୍କୁ ଜାତୀୟ ସ୍ୱାସ୍ଥ୍ୟ ମିଶନ ବା NHM ର ପରିଚାଳନା ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଛି ।

  • Related Posts

    ଅର୍ଣ୍ଣବ ଅପଡେଟ୍ : ପାରାଦୀପ ବନ୍ଦରରେ ୨ ନମ୍ବର ସଙ୍କେତ

    ଜଗତସିଂହପୁର:ବାତ୍ୟା ଅର୍ଣ୍ଣବ ଅକ୍ଟୋବର ୨୮ ତାରିଖରେ ଆନ୍ଧ୍ରପ୍ରଦେଶର ୟାନାମ ଓ କାକିନାଡା ମଧ୍ୟରେ ସ୍ଥଳଭାଗ ଛୁଇଁପାରେ । ସେହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୧୫ରୁ ୧୨୫ କିଲୋମିଟର ରହିବା ସହ ଝଟକା ପବନର ବେଗ ୧୪୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ…

    Continue reading
    ବିଏମ୍‌ସି ବୈଠକରେ ହଙ୍ଗାମା

    ଭୁବନେଶ୍ୱର ବିଏମ୍‌ସି କର୍ପୋରେସନ ବୈଠକରେ ତୀବ୍ର ଉତ୍ତେଜନା। ବୈଠକ ଚାଲିଥିବା ବେଳେ କର୍ପୋରେଟରଙ୍କ ମଧ୍ୟରେ ଦେଖାଦେଇଛି ଅସନ୍ତୋଷ। ଅଧାରୁ ବୈଠକ ବନ୍ଦ କରି ନାରାବାଜି କରିବା ସହ ଧାରଣାରେ ବସିଛନ୍ତି କର୍ପୋରେଟର। ସେମାନଙ୍କୁ ବୁଝାଶୁଝା କରିଛନ୍ତି ବିଏମ୍‌ସି କମିଶନର ଓ ମେୟର।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…