ଦେବଗଡ଼:ରାଜ୍ୟ ଗ୍ରାମ୍ୟ ଉନ୍ନୟନ,ପାନୀୟଜଳ ଓ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ଆଜି ଦେବଗଡ ଜିଲ୍ଲା ଗସ୍ତ ରେ ଆସି ବିଭିନ୍ନ କାର୍ଯ୍ୟକ୍ରମ ରେ ଯୋଗଦେଇଛନ୍ତି।ମନ୍ତ୍ରୀ ଦେବଗଡ ଜିଲ୍ଲା ତିଲେଇବଣି ବ୍ଲକର କଂସର ଗ୍ରାମରେ ଥିବା ଏକଲବ୍ୟ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ନୂତନ ଅତିରିକ୍ତ ଶ୍ରେଣୀ କୋଠରୀ ଓ ନୂତନ ମୁଖ ଫାଟକ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।ପରେ କଲେଜ ପରିସର ରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେଇ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ସମ୍ପର୍କରେ ଉପସ୍ଥିତ ଜନସାଧାରଣଙ୍କୁ ଅବଗତ କରାଇଥିଲେ।ଏହି ଅବସରରେ ସେ ଜନସାଧାରଣଙ୍କର ବିଭିନ୍ନ ସମସ୍ୟା ସମ୍ପର୍କୀତ ଅଭିଯୋଗପତ୍ର ଗ୍ରହଣ କରିବା ସହ ଏହାର ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।ଏହି କାର୍ଯ୍ୟକ୍ରମରେ ପୂର୍ବ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ, ବିଜେପି ଜିଲ୍ଲା ସଭାପତି ଅରୁଣ ସାହୁ, ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ପ୍ରଶାନ୍ତ ବେହେରା,ତିଲେଇବଣି ପଂଚାୟତ ସମିତିର ଉପାଧ୍ୟକ୍ଷା ଆରତୀ ପ୍ରଧାନ,ସାଂସଦଙ୍କ ପ୍ରତିନିଧି ଯୋଗେଶ ଚନ୍ଦ୍ର ପ୍ରଧାନ, ତିଲେଇବଣି ବ୍ଲକ ବିଡିଓ ପ୍ରିୟଦର୍ଶନୀ ମିର୍ଦ୍ଧା,ଏକଲବ୍ୟ ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷା ଡ.ବିନୀତା ମହାପାତ୍ର ଉପସ୍ଥିତ ଥିଲେ।
ଏସ୍ସିବି ମେଡିକାଲ ସର୍ଜରୀ ୱାର୍ଡରେ ଅଗ୍ନିକାଣ୍ଡ
କଟକ ୪।୬: ଏସ୍ସିବି ପିଛା ଛାଡ଼ୁନି ଅଗ୍ନିକାଣ୍ଡ । କଟକ ଏସ୍ସିବି ମେଡ଼ିକାଲରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ଏସ୍ସିବି ମେଡିକାଲ ସର୍ଜରୀ ୱାର୍ଡରେ ବିଦ୍ୟୁତ ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ଜଣାପଡିଛି । ୱାର୍ଡ ଭିତରେ ଥିବା…

