ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏହି ବୈଠକରେ ‘ସମଗ୍ର ଶିକ୍ଷା ୩.୦’ କୁ ଆଗାମୀ ଦିନରେ ଅଧିକ ଦକ୍ଷ, ସ୍ୱଚ୍ଛ ଏବଂ ଫଳାଫଳ-ଭିତ୍ତିକ କରିବା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି ।

ଚଳିତ ବର୍ଷ ଠାରୁ ଦେଶର ସ୍କୁଲ ଶିକ୍ଷା ବ୍ୟବସ୍ଥାରେ ଅଧିକ ସମନ୍ୱୟ ତଥା ବ୍ୟାପକ ପ୍ରଭାବ ପକାଇବା ପାଇଁ ଏକ ଏକୀକୃତ ଆଭିମୁଖ୍ୟ ଗ୍ରହଣ କରାଯିବ ବୋଲି କେନ୍ଦ୍ର ମନ୍ତ୍ରୀ ସୂଚନା ଦେଇଛନ୍ତି । ସେ କହିଛନ୍ତି, ଏହି ଯୋଜନା ଅନୁଯାୟୀ ସମଗ୍ର ଶିକ୍ଷା ଅଭିଯାନ, ପିଏମ୍-ପୋଷଣ, ଉଲ୍ଲାସ, ପିଏମ୍-ଶ୍ରୀ ଏବଂ ଅନ୍ୟାନ୍ୟ ସମସ୍ତ ପ୍ରମୁଖ ଫ୍ଲାଗସିପ୍ ଯୋଜନାଗୁଡ଼ିକର ମିଶ୍ରଣ ବା ସମନ୍ୱୟ କରାଯିବ, ଯାହା ସମଗ୍ର ଶିକ୍ଷା ବ୍ୟବସ୍ଥା ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା କରିବାରେ ସହାୟକ ହେବ ।

ଏହା ବ୍ୟତୀତ, ବୈଠକରେ ସହଯୋଗୀ ସଂଘୀୟ ବ୍ୟବସ୍ଥାର ବିଚାରକୁ ବଜାୟ ରଖି କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଆଗାମୀ ଦିନର ସମ୍ପର୍କ ଏବଂ ସହଯେଗକୁ ଆହୁରି ମଜବୁତ କରିବା ଉପରେ ମଧ୍ୟ ବିସ୍ତୃତ ଭାବେ ଚର୍ଚ୍ଚା କରାଯାଇଛି । ଜାତୀୟ ଶିକ୍ଷା ନୀତିର ପ୍ରଭାବଶାଳୀ କାର୍ଯ୍ୟକାରିତା ଉପରେ ଅଧିକ ଦୃଷ୍ଟି ଦିଆଯିବ । ଏଥିରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଇନୋଭେସନ, ସଠିକ୍ ପୋଷଣ, ଦକ୍ଷତା ବିକାଶ, କ୍ରୀଡ଼ା ଏବଂ କଳାର ବିକାଶ ଉପରେ ବିଶେଷ ପ୍ରାଧାନ୍ୟ ଦିଆଯିବ । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ପ୍ରଧାନ ଆଶା ପ୍ରକଟ କରିଛନ୍ତି ଯେ, ଏହି ସମସ୍ତ ସାମଗ୍ରିକ ପ୍ରୟାସ ଦେଶର ଶିକ୍ଷାର୍ଥୀମାନଙ୍କୁ ଆଗାମୀ ଦିନରେ ଅଧିକ ସଶକ୍ତ ଓ ସମର୍ଥ କରି ଗଢ଼ିତୋଳିବ । ଏହାସହ ବିକଶିତ ଭାରତ ୨୦୪୭ର ସ୍ୱପ୍ନକୁ ସାକାର କରିବା ପାଇଁ ଦେଶକୁ ଆବଶ୍ୟକ ହେଉଥିବା ଦକ୍ଷ ମାନବ ସମ୍ବଳ ବା ମାନବ ପୁଞ୍ଜି ଗଠନରେ ଏହି ପଦକ୍ଷେପ ଏକ ପ୍ରମୁଖ ଏବଂ ପରିବର୍ତ୍ତନକାରୀ ଭୂମିକା ଗ୍ରହଣ କରିବ ।

  • Related Posts

    ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

    ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

    Continue reading
    ନିଟ୍ ପୁନଃ ପରୀକ୍ଷା: ବ୍ୟକ୍ତିଗତ ଭାବେ ତୀକ୍ଷ୍ଣ ନଜର ରଖିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ

    ନୂଆଦିଲ୍ଲୀ: ନିଟ୍ ପେପର ଲିକ୍ ବିବାଦ ପରେ ଜୁନ୍ ୨୧ ତାରିଖରେ ହେବାକୁ ଥିବା ନିଟ୍ ପୁନଃ ପରୀକ୍ଷା ପାଇଁ କେନ୍ଦ୍ର ସରକାର ବର୍ତ୍ତମାନ ପ୍ରକ୍ରିୟାର ପ୍ରତ୍ୟେକ ପର୍ୟ୍ୟାୟରେ ସୁରକ୍ଷା କଡ଼ାକଡ଼ି କରୁଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଦିଲ୍ଲୀସ୍ଥିତ ବାସଭବନରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ