SENIOR CITIZEN ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ

ଦେବଗଡ଼:ବାରକୋଟ ବ୍ଲକର ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଆଜି ବ୍ଲକସ୍ତରୀୟ ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ମଞ୍ଚର ସଭାପତି ପଞ୍ଚାନନ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଇଗୋନୋର ଅବସରପ୍ରାପ୍ତ କୁଳପତି ଗୋପୀନାଥ ପ୍ରଧାନ ମୁଖ୍ୟଅତିଥି,ସତ୍ୟଭାମା ମେମୋରିଆଲର ଅଧ୍ୟକ୍ଷ ଯୋଗୀନାଥ ସାହୁ, ମଞ୍ଚର ସଂପାଦକ ପଞ୍ଚାନନ ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ନିଜର ବକ୍ତବ୍ୟ ରଖିଥିଲେ।ଏହାସହିତ ରୁଦ୍ରନାରାୟଣ ସାହୁ, ବସନ୍ତ ପ୍ରଧାନ, ଅଶୋକ ନାଏକ, କ୍ଷୀରସିନ୍ଧୁ ପ୍ରଧାନ ପ୍ରମୁଖ ମଧ୍ୟ ନିଜର ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ସତ୍ୟଭାମା ମେମୋରିଆଲ ପକ୍ଷରୁ ଆୟୋଜିତ ହୋଇଥିବା ପ୍ରବନ୍ଧ ଓ ବକୃତା ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମ‌ାନେ ପୁରସ୍କୃତ କରିଥିଲେ।କାର୍ଯ୍ୟକ୍ରମକୁ ରମାକାନ୍ତ ପ୍ରଧାନ ପରିଚାଳନା କରିଥିବାବେଳେ ପରାସର ସାହୁ ଧନ୍ୟବାଦ ଦେଇଥିଲେ।କାର୍ଯ୍ୟକ୍ରମ ପରିଚାଳନାରେ ହରିହର ସାହୁ ଓ ନିରଞ୍ଜନ ନନ୍ଦଙ୍କ ସମେତ ମଞ୍ଚର ବହୁ ସଦସ୍ୟ ସହଯୋଗ କରିଥିଲେ।

  • Related Posts

    puri temple ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ଝୁଲଣ ଯାତ୍ରା

    ପୁରୀ : ଆଜିଠୁ ମହାପ୍ରଭୁଙ୍କ ଝୁଲଣ ଯାତ । ଶ୍ରୀମନ୍ଦିର ସହିତ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ବାଡ଼ିରେ ଆଜିଠାରୁ ଆରମ୍ଭ ହୋଇଛି ଝୁଲଣ ଯାତ୍ରାର ମାହୋଲ । ଏହି ଯାତ୍ରା ସାତଦିନ ଧରି ଚାଲିବ। ଶ୍ରାବଣ ଶୁକ୍ଳ ଦଶମୀରୁ ଭାଦ୍ରବ…

    Continue reading
    ପାରିବାରିକ କଳହ, ବିଷ ପିଇଲେ ଦମ୍ପତି: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

    ଭୁବନେଶ୍ୱର : ବିଷ ପିଇଦେଲେ ଦମ୍ପତି ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର । ଭୁବନେଶ୍ବର ଖଣ୍ଡଗିରି ଥାନା ବାରଭୁଜା ବସ୍ତିରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଗଞ୍ଜାମ କେନ୍ଦୁପଲ୍ଲି ଅଞ୍ଚଳର ସ୍ବପ୍ନା ପାତ୍ର । ଗୁରୁତର ଜିତେନ୍ଦ୍ର ପାତ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ