ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ ରାଜ୍‌ କୁନ୍ଦ୍ରାଙ୍କ ଘରେ ଇଡ଼ି ଚଢ଼ଉ

ମୁମ୍ବାଇ: ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଶୁକ୍ରବାର ଦିନ ଅଶ୍ଳୀଳ ନେଟୱାର୍କ ସହ ଜଡିତ ଅର୍ଥ ହେର୍‌ଫେର୍‌ ମାମଲାରେ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀଙ୍କ ସ୍ୱାମୀ ତଥା ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କ ବାସଭବନ ତଥା କାର୍ଯ୍ୟାଳୟରେ ଚଢ଼ଉ କରିିଛି। କେନ୍ଦ୍ରୀୟ ଏଜେନ୍ସି ଏହି ତଦନ୍ତ ଆରମ୍ଭ କରି କୁନ୍ଦ୍ରାଙ୍କ ସହଯୋଗୀଙ୍କ ପୂରା ପରିସରକୁ ମଧ୍ୟ ଖୋଜୁଛି ବୋଲି ଅଧିକାରୀମାନେ କହିଛନ୍ତି। ‘ଅଶ୍ଳୀଳ’ ଚଳଚ୍ଚିତ୍ର ନିର୍ମାଣ ଅଭିଯୋଗରେ କୁନ୍ଦ୍ରାଙ୍କୁ ଜୁନ୍ ୨୦୨୧ରେ ଗିରଫ କରାଯାଇଥିଲା। ଦୁଇ ମାସ ଜେଲରେ ରହିବା ପରେ ସେ ସେ‌ପ୍ଟେମ୍ବର ୨୦୨୧ରେ ଜାମିନରେ ବାହାରକୁ ଆସିଥିଲେ। ମୁମ୍ବାଇ ପୁଲିସର କହିବାନୁସାରେ, ରାଜ ଏହି ମାମଲାରେ ମୁଖ୍ୟ ଷଡଯନ୍ତ୍ରକାରୀ ଥିଲେ। ତେବେ ଏହି ମାମଲାକୁ ନେଇ ଏବେ ତାଙ୍କ ବାସଭବନ ଓ ବିଭିନ୍ନ କାର୍ଯ୍ୟାଳୟରେ ଚଢ଼ଉ କରୁଛି ଇଡି।

  • Related Posts

    ଆଜିଠାରୁ PUCC ଯାଞ୍ଚ କଡ଼ାକଡ଼ି: ଧରାପଡ଼ିଲେ ଗଣିବେ ୧୦ ହଜାର ଟଙ୍କା ଜରିମାନା

    ଭୁବନେଶ୍ବର:ଆଜିଠାରୁ କଡ଼ାକଡ଼ି ହେବ PUCC ଯାଞ୍ଚ । ଧରାପଡ଼ିଲେ ଗଣିବେ ୧୦ ହଜାର ଟଙ୍କା ଜରିମାନା। ଆଜି ଠାରୁ ସାରା ରାଜ୍ୟରେ ପ୍ରଦୂଷଣ ପ୍ରମାଣପତ୍ର ଯାଞ୍ଚ ପ୍ରକ୍ରିୟାକୁ ଅଧିକ କଡ଼ାକଡ଼ି କରାଯାଇଛି। ପୂର୍ବରୁ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ ଏପ୍ରିଲ ପହିଲା ଯାଏଁ…

    Continue reading
    ଜନତାଙ୍କ ଉପରେ ନପଡ଼ୁ ଯୁଦ୍ଧର ପ୍ରଭାବ: ପ୍ରଧାନମନ୍ତ୍ରୀ

    ମଧ୍ୟପ୍ରାଚ୍ୟ ଯୁଦ୍ଧ ସ୍ଥିତିରେ ଦେଶବାସୀଙ୍କୁ ସୁରକ୍ଷା ଦିଅ। ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ନିରନ୍ତର ସହିତ ଦରଦାମ ସ୍ଥିର ରଖ। ସୁରକ୍ଷା ସଂପର୍କିତ କ୍ୟାବିନେଟ୍ କମିଟି ବା CCS ବୈଠକରେ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମଧ୍ୟପ୍ରାଚ୍ୟ ଯୁଦ୍ଧ ସ୍ଥିତିକୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ