ଭୁବନେଶ୍ବର: ସିମ୍ ବକ୍ସ ମାମଲାରେ ଅଭିଯୁକ୍ତ ରାଜୁ ମଣ୍ଡଳକୁ କମିସନରେଟ୍ ପୁଲସ୍ ଆଉ ଦୁଇଦିନିଆ ରିମାଣ୍ଡରେ ନେଇଛି। ନିକଟରେ ରାଜୁକୁ ଝାରଖଣ୍ଡର ରାଞ୍ଚିକୁ ନେଇଥିଲା। ଭୁବନେଶ୍ୱର, କଟକ ପରେ ଝାରଖଣ୍ଡରେ ସିମ୍ ବକ୍ସ ରହିଛି ବୋଲି ତଦନ୍ତରୁ ଜଣାପଡ଼ିବା ପରେ ପୁଲିସ ତାକୁ ରାଞ୍ଚି ନେଇଥିଲା। ତଦନ୍ତକାରୀ ଟିମ୍ ସହିତ ଅଭିଯୁକ୍ତ ରାଜୁ ମଣ୍ଡଳକୁ ଝାରଖଣ୍ଡ ନିଆଯାଇଥିଲା। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ମାଷ୍ଟରମାଇଣ୍ଡ ଅସଦୁର ଜମାନକୁ ଗିରଫ କରିବା ପାଇଁ ଇଣ୍ଟରପୋଲର ସହାୟତା ନେଇଛି କମିସନରେଟ ପୁଲିସ।
ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ
ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…







