ସ୍ମାର୍ଟ ମିଟର ବାଧ୍ୟତାମୂଳକ

ବ୍ୟୁରୋ : ଏଣିକି ସ୍ମାର୍ଟ ମିଟର ହେବ ବାଧ୍ୟତାମୂଳକ । ସ୍ମାର୍ଟ ମିଟରରେ ଅଧିକ ବିଲ୍ ଆସୁଥିବା ଅଭିଯୋଗ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କେଭି ସିଙ୍ଗଦେଓ । ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଟେକ୍ନୋଲଜି ସହ ଯୋଡିହେବାକୁ ହେଲେ ସ୍ମାର୍ଟ ମିଟର ଲଗାଇବାକୁ ହିଁ ପଡିବ । ଏହା ଭାରତ ସରକାରଙ୍କ ଗାଇଡଲାଇନରେ ଅଛି । ସ୍ମାର୍ଟ ମିଟର ନେଇ ଯାହାର ଅଭିଯୋଗ ଅଛି ସେମାନେ ଲିଖିତ ଭାବେ ଜଣାନ୍ତୁ ବୋଲି କହିଛନ୍ତି କେ.ଭି ସିଂଦେଓ ।

ସାଧାରଣ ମିଟର ନେଇ ଟେଷ୍ଟ କରି ଦେଖାଇ ଦିଆଯିବ । ଏବେ ଯାଏଁ ଲୋକଙ୍କର ସୁଇଚ ବନ୍ଦ କରିବାର ଅଭ୍ୟାସ ଯାଇନି । ତେଣୁ ଆବଶ୍ୟକ ନଥିଲେ ଲୋକେ ସୁଇଚ ବନ୍ଦ କରନ୍ତୁ । ସ୍ମାର୍ଟ ମିଟରରେ ଅଧିକ ବିଲ୍ ଉଠୁନି । ତେଣୁ ସ୍ମାର୍ଟ ମିଟର ଲାଗିବା ବାଧ୍ୟତାମୂଳକ ବୋଲି କହିଛନ୍ତି ଶକ୍ତି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କେ.ଭି ସିଂଦେଓ ।

ଗତ କିଛି ମାସ ତଳେ ବରଗଡ ଜିଲ୍ଲାରେ ସ୍ମାର୍ଟ ମିଟରକୁ ନେଇ ତାତି ଥିଲେ ଗାଁ ଲୋକେ । ବରଗଡ ଗ୍ରିଡ୍ ଅଫିସ ସମ୍ମୁଖରେ ପୁଳା ପୁଳା ସ୍ମାର୍ଟ ମିଟର ଆଣି ଭାଙ୍ଗିଥିଲେ ଚାଷୀ ଓ ସାଧାରଣ ଉପଭୋକ୍ତା । ଅଭିଯୋଗ ଥିଲା ସ୍ମାର୍ଟ ମିଟରରେ ଅଧିକ ବିଲ୍ ଉଠୁଛି । ଏହି ଆଧାରରେ ବରଗଡ ଗ୍ରିଡ୍ ଅଫିସ ଘେରିବା ସହ ଗେଟ୍ ସମ୍ନାରେ ସ୍ମାର୍ଟ ମିଟର ଭାଙ୍ଗିଥିଲେ ଲୋକେ । ଏବେ ପୁଣି ସେହି ସ୍ମାର୍ଟ ମିଟରକୁ ନେଇ ବିବା ଦେଖାଦେଇଥିବା ବେଳେ ସ୍ମାର୍ଟ ମିଟର ବାଧ୍ୟତାମୂଳକ ବୋଲି ସଫା ସଫା କହିଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ କେ.ଭି ସିଂ ଦେଓ ।

  • Related Posts

    ରାଜରାଜଶ୍ୱେର ବେଶରେ ଦର୍ଶନ ଦେବେ ମହାପ୍ରଭୁ

    ପୁରୀ: ଶ୍ରୀମନ୍ଦିରରେ ଆଜି ପାଳନ ହେଉଛି ପବିତ୍ର ଦଶହରା ତଥା ବିଜୟା ଦଶମୀ । ଏହି ଅବସରରେ ଭକ୍ତମାନଙ୍କୁ ସୁନାବେଶ ତଥା ରାଜରାଜଶ୍ୱେର ବେଶରେ ସଜ୍ଜିତ ହୋଇ ଦର୍ଶନ ଦିଅନ୍ତି ଶ୍ରୀଜିଉ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି, ଚନ୍ଦନ, ନୂଆ…

    Continue reading
    ଅପରାଧୀଙ୍କୁ ତାଙ୍କ ଭାଷାରେ ଜବାବ ଦିଆଯିବ: ପୋଲିସ ଡିଜି

    କଟକ: ‘ନକ୍ସଲ ହୁଅନ୍ତୁ କିମ୍ବା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ କିମ୍ବା ଯେକୌଣସି ଅପରାଧୀ । ଅପରାଧୀଙ୍କୁ ସେମାନଙ୍କ ଭାଷାରେ ହିଁ ଜବାବ୍ ଦିଆଯିବ । ଏଥିପାଇଁ ପୋଲିସ ଶହୀଦ ହେବା ପାଇଁ ବି ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଆଜି(ବୁଧବାର) କଟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି