ବର୍ଷାରେ ଫସଲହାନୀ ହୋଇଥିଲେ ଚାଷୀଙ୍କୁ କ୍ଷତିପୂରଣ ମିଳିବ: ମନ୍ତ୍ରୀ

ଭୁବନେଶ୍ବର: ଚଳିତ ମାସ ୧୭ ତାରିଖ ଠାରୁ ରାଜ୍ୟରେ ବର୍ଷା ଜାରି ରହିଛି। ବଡ଼ଧରଣର ବର୍ଷା ହୋଇ ନଥିବା ବେଳେ ହାଲୁକାରୁ ମଧ୍ୟମଧରଣର ବର୍ଷା ଚାଷୀକୁଳଙ୍କୁ କ୍ଷତି ପହଞ୍ଚାଇଛି। ଫସଲ ଅମଳ ସମୟରେ ବର୍ଷା ଜାରି ରହିଥିବାରୁ ଚାଷୀମାନେ ହନ୍ତସନ୍ତ ହେଉଛନ୍ତି। ଚାଷୀମାନଙ୍କର ଧାନ ଏବେ ଖେତରେ ଥିବା ବେଳେ ଏଥିରେ ଗଜା ହେବାର ଆଶଙ୍କା ଉପୁଜିଛି। ଏହାରି ମଧ୍ୟରେ ରାଜ୍ୟ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତଙ୍କ ବୟାନ ଚାଷୀମାନଙ୍କୁ ଆଶସ୍ତି ପ୍ରଦାନ କରିଛି। ଶ୍ରୀ ବଳସାମନ୍ତ କହିଛନ୍ତି ଯେ, ବର୍ଷାରେ ଫସଲହାନୀ ହୋଇଥିଲେ ଚାଷୀମାନଙ୍କୁ କ୍ଷତିପୂରଣ ମିଳିବ। ଫସଲହାନୀର ତଦାରଖ କରିବା ପାଇଁ ଏକ କମିଟି ଗଠନ କରାଯିବ। ଏହି କମିଟି ସ୍ପଟ୍କୁ ଯାଇ ତଦନ୍ତ କରିବ। ଫସଲହାନୀ ହୋଇଥିଲେ କ୍ଷତିପୂରଣ ମିଳିବ। ସବୁ ଚାଷୀମାନଙ୍କୁ ବୀମାଭୁକ୍ତ କରାଯାଇଛି। ବୀମା କଂପାନିଙ୍କ ଉପରେ ନଜର ରଖାଯାଇଛି। କୌଣସି କଂପାନି ଠକି ପାରିବେ ନାହିଁ। ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଉତ୍ତର ତାମିଲନାଡୁ ଉପକୂଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, କଟକ-ଭୁବନେଶ୍ବର ସମେତ ୯ ଜିଲ୍ଲାକୁ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଫଳରେ ଏହି ସମୟ ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ଗଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, କଟକ, ରାୟଗଡ଼ା ଓ ପୁରୀରେ ହାଲୁକାରୁ ମଧ୍ୟମଧରଣର ବର୍ଷା ଜାରି ରହିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ଗଜପତି, ଖୋର୍ଦ୍ଧା, କଟକ, ରାୟଗଡ଼ା, ବାଲେଶ୍ବର, ମୟୂରଭଂଜ, କେନ୍ଦୁଝର, ଭଦ୍ରକ ଓ କେନ୍ଦ୍ରାପଡ଼ା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

  • Related Posts

    ଅବକାରୀ ମାଫିଆ ସାବଧାନ : ଘର ଉପରେ ହେବ ଚଢ଼ାଉ

    ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷ୍ୟତାରେ ଅବକାରୀ ବିଭାଗର ସମୀକ୍ଷା ବୈଠକ – ଅକ୍ଟୋବର ୧୦ ରୁ ୩୧ ପର୍ଯ୍ୟନ୍ତ ହେବ ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ – ବେଆଇନ କାରବାର ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ – ଦଣ୍ଡବିଧାନ ପ୍ରକ୍ରିୟାକୁ ଅଧିକ…

    Continue reading
    ଏସଇବିସି କମିଶନ ଗଠିତ : ଅବସରପ୍ରାପ୍ତ ବିଚାରପତି ପ୍ରମଥ ହେଲେ ଅଧ୍ୟକ୍ଷ

    ଭୁବନେଶ୍ୱର, ୭ ।୧୦ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥାଗୁଡିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ