ଶକ୍ତିଶାଳୀ ଭୂକମ୍ପ ନେଲାଣି ୯୭ ଜଣଙ୍କ ଜୀବନ

ନେପାଳ : ତିବ୍ଦତରେ ହୋଇଥିବା ଶକ୍ତିଶାଳୀ ଭୂକମ୍ପରେ ବଢ଼ୁଛି ମୃତ୍ୟୁସଂଖ୍ୟା। ବିଭିନ୍ନ ସ୍ଥାନରେ ବୃହତ୍ତକାୟ କୋଠା ଭୁଶୁଡ଼ି ପ୍ରାୟ ୯୭ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏଥିରେ ଏପର୍ଯ୍ୟନ୍ତ ୧୩୦ରୁ ଅଧିକ ଆହତଙ୍କୁ ଉଦ୍ଧାର କରାଯାଇଛି। ବର୍ତ୍ତମାନ ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ମୃତାହତଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି। ଅନ୍ତର୍ଜାତୀୟ ଗଣମାଧ୍ୟମ ସୂଚନା ଅନୁଯାୟୀ ଆଜି ସକାଳେ ଗୋଟାଏ ଘଣ୍ଟା ମଧ୍ୟରେ ଲଗାତାର ୬ ଥର ଭୂମିକମ୍ପ ହୋଇଥିଲା। ପ୍ରଥମ ଥର ୭.୧ ତୀବ୍ରତାରେ ହୋଇଥିବା ଶକ୍ତିଶାଳୀ ଭୂକମ୍ପ ବିଶେଷ କରି ନେପାଳ ଓ ତିବ୍ଦତରେ ଅନେକ ବିଶାଳକାୟ କୋଠାକୁ ମାଟିରେ ମିଶାଇ ଦେଇଥିଲା। ଏହା ତଳେ ଅନେକ ଲୋକ ଚାପି ହୋଇଯାଇଥିଲେ। ଏହି ଭୂକମ୍ପ ଝଟକା ତିବ୍ଦତ ଓ ନେପାଳ ସମେତ ଚୀନ, ବାଙ୍ଗଲାଦେଶ ଓ ଉତ୍ତର ଭାରତର ଅନେକ ସ୍ଥାନରେ ଅନୁଭୂତ ହୋଇଛି। ଭାରତରେ ରାଜଧାନୀ ଦିଲ୍ଲୀଠାରୁ ଆରମ୍ଭ କରି ବିହାର, ପଶ୍ଚିମବଙ୍ଗ, ଆସାମ ଭଳି ରାଜ୍ୟର ବିଭିନ୍ନ ସ୍ଥାନରେ ଭୂକମ୍ପ ଝଟକା କାରଣରୁ ଲୋକେ ଭୟରେ ନିଜ ନିଜ ଘରୁ ବାହାରକୁ ପଳାଇ ଆସିଥିଲେ।

  • Related Posts

    ଶ୍ରଦ୍ଧାଳୁଙ୍କ ଉପରେ ମାଡିଗଲା ଟ୍ରକ, ୧୨ ମୃତ

    ନୂଆଦିଲ୍ଲୀ: କୋଲକାତା ଦୁର୍ଗାପୂଜା ମଣ୍ଡପ ଦଳାଚକଟା ଭିତରେ ଆଉ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ମଧ୍ୟପ୍ରଦେଶ ଗ୍ବାଲିୟରରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ୧୨ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଛି । ୨୯ ଜଣ ଆହତ…

    Continue reading
    ମଣ୍ଡପରେ ଦଳାଚକଟା ଟ୍ରାଜେଡି; ୭ ଗିରଫ

    କୋଲକାତା; ପଶ୍ଚିମବଙ୍ଗ ରାଜଧାନୀ ଉତ୍ତର କୋଲକାତାରେ ଦୁର୍ଗପୂଜା ମହୋତ୍ସବରେ ହୃଦୟବିଦାରକ ଅଘଟଣ ଘଟିଛି । ଚୋରବାଗାନର ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କର ମୃତ୍ୟୁ ଘଟିଛି । ୩୦ ଜଣ ଆହତ ହୋଇଛନ୍ତି । କୋଲକାତା ପୁଲିସ ହତ୍ୟା ମାମଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି