SUBHADRA MONEY ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା

ନୟାଗଡ଼: ସୁଭଦ୍ରା ଯୋଜନା ଅର୍ଥ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନୟାଗଡ଼ ଲାଠିପଡ଼ା ଟାଙ୍ଗି ପଡ଼ିଆ ସୁଭଦ୍ରା ମଞ୍ଚରୁ ପଠାଇଲେ ଟଙ୍କା । ୫ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ଖାତାକୁ ଗଲା ।ଆଜି ମିଳିଛି ସୁଭଦ୍ରାର ପଞ୍ଚମ କିସ୍ତି। ରାକ୍ଷୀ ପୂର୍ଣ୍ଣିମା ଅବସରରେ ହିତାଧିକାରୀଙ୍କୁ ଟଙ୍କା ବାଣ୍ଟିଛନ୍ତି ରାଜ୍ୟ ସରକାର । ପଞ୍ଚମ କିସ୍ତି ମାଧ୍ୟମରେ ପ୍ରତ୍ୟେକ ଯୋଗ୍ୟ ମହିଳା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ଲେଖାଏଁ ପଠାଇଛନ୍ତି ସରକାର। ମୋଟ ୧ କୋଟି ୩ ଲକ୍ଷ ୨୬ ହଜାର ୧୬୨ ଜଣ ଯୋଗ୍ୟ ହିତାଧିକାରୀ ଏହି କିସ୍ତି ଗ୍ରହଣ କରିବାକୁ ମନୋନୀତ ହୋଇଥିଲେ ।
୫ ହଜାର ୧୬୦ କୋଟିରୁ ଅଧିକ ଟଙ୍କା ହସ୍ତାନ୍ତର କରାଯାଇଛି । ପ୍ରଥମ ଥର ପାଇଁ ୨ ଲକ୍ଷ ୨୧ ହଜାର ୫୪ ମହିଳା ସୁଭଦ୍ରା ଟଙ୍କା ପାଇଛନ୍ତି । ବାଦ ପଡିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଏକା ସଙ୍ଗେ ୫ଟି କିସ୍ତି ମିଳିଛି । ନୟାଗଡ଼ ଜିଲ୍ଲାର ଲାଠିପଡ଼ାରେ ବିରାଟ ସମାବେଶରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ କରିଛନ୍ତି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସମେତ ରାଜ୍ୟ ମନ୍ତ୍ରିମଣ୍ଡଳର ଏକାଧିକ ସଦସ୍ୟ ଯୋଗ ଦେଇଛନ୍ତି ।

  • Related Posts

    POLICE MEETING ଶନିବାର ରାଜ୍ୟ ପୁଲିସର ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ

    ରାଜ୍ୟରେ ଆଇନଶୃଙ୍ଖଳା ରକ୍ଷା ଓ ଅପରାଧ ନିୟନ୍ତ୍ରଣ ସମେତ ପୁଲିସ ଡିଜି-ଆଇଜି ସମ୍ମିଳନୀ-୨୦୨୫ରେ ନିଆଯାଇଥିବା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିଗୁଡ଼ିକର ଅଗ୍ରଗତିର ସମୀକ୍ଷା ପାଇଁ ଆସନ୍ତା ଶନିବାର(୨୯ତାରିଖ) ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

    Continue reading
    FLOOD IN NEPAL ନେପାଳ ପ୍ରଳୟ; ଆଉ ୩ ଓଡ଼ିଆ ନିଖୋଜ

    ବରଗଡ଼: ନେପାଳର ପ୍ରଳୟଙ୍କରୀ ବନ୍ୟା ଭିତରେ ଫସି ଆଉ ୩ ଓଡ଼ିଆ ନିଖୋଜ ଥିବା ଖବର ଆସିଛି। ବରଗଡ଼ ଜିଲ୍ଲା ଜାମପାଲି ଗାଁର ଦମ୍ପତି ଓ ସେମାନଙ୍କ ୨ ବର୍ଷର ଶିଶୁ କନ୍ୟାଙ୍କ ସହ ଯୋଗାଯୋଗ ହୋଇପାରୁନଥିବା ସୂଚନା ମିଳିଛି।ନିଖୋଜ ଦମ୍ପତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ