ସୁଭଦ୍ରାରେ ଟଙ୍କା ପାଇଲେଣି ୮୦,୨୯,୭୪୧ ଜଣ ମହିଳା

ଭୁବନେଶ୍ୱର : ସୁଭଦ୍ରା ଯୋଜନା ଅଧିନରେ ଚଳିତ ମାସ ୨ତାରିଖ ସୁଦ୍ଧା ୧,୦୫,୪୩,୨୩୮ ଜଣ ମହିଳା ଆବେଦନ କରିଥିବାବେଳେ ସେମାନଙ୍କ ମଧ୍ୟରୁ ୮୦,୨୯,୭୪୧ଜଣ ଟଙ୍କା ପାଇଛନ୍ତି । ଏହି ମହିଳାଙ୍କୁ ମୋଟ୍‍ ୪୦୧୪ କୋଟି ୮୭ ଲକ୍ଷ ୫ହଜାର ଟଙ୍କା ପ୍ରଦାନ କରାଯାଇଛିା
ସୁଭଦ୍ରା ଯୋଜନା ସଂକ୍ରାନ୍ତରେ ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀ ପଚାରିଥିବା ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି ମହିଳା ଓ ଶିଶୁ ବିକାଶ ବିଭାଗ ଦାୟିତ୍ୱରେ ଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଶ୍ରୀମତୀ ପରିଡା କହିଛନ୍ତି ଯେ ଅବଶିଷ୍ଟ ଆବେଦନକାରୀମାନଙ୍କ ଯୋଗ୍ୟତା ପ୍ରମାଣିତ ହେଲାପରେ ଅର୍ଥ ପ୍ରଦାନ କରାଯିବ । ୨୧ରୁ ୬୦ବର୍ଷ ମଧ୍ୟରେ ଥିବା ସମସ୍ତ ଯୋଗ୍ୟ ମହିଳାଙ୍କୁ ସୁଭଦ୍ରା ଅଧିନରେ ସାମିଲ କରିବାପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି । ସେହିଭଳି ଶ୍ରୀ ତ୍ରିପାଠୀଙ୍କ ଅନ୍ୟଏକ ପ୍ରଶ୍ନର ଉତ୍ତରରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଝାରସୁଗୁଡା ଜିଲ୍ଲାରେ ୧,୩୬,୮୦୧ ଜଣ ମହିଳା ଆବେଦନ କରିଥିବାବେଳେ ସେମାନଙ୍କ ମଧ୍ୟରୁ ୯୮,୯୭୮ଜଣ ସୁଭଦ୍ରା ଟଙ୍କା ପାଇସାରିଛନ୍ତି । ୩୫୨ଜଣ ହିତାଧିକାରୀ ବ୍ୟାଙ୍କ/ଆଧାର ତ୍ରୁଟି ପାଇଁ ଟଙ୍କା ପାଇପାରି ନାହାନ୍ତି, ୨୮୮୧ ଜଣ ଆବେଦନକାରୀ ଅଯୋଗ୍ୟ ହେବା ଓ ୩,୫୯୦ ଜଣଙ୍କ ଆବେଦନପତ୍ରର ଯୋଗ୍ୟତା ନିର୍ଦ୍ଧାରଣ ହୋଇନଥିବାରୁ ଟଙ୍କା ପାଇପାରି ନାହାନ୍ତି ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ