subhadra yojna ଆଜି ମିଳିବ ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି

ଭୁବନେଶ୍ୱର: ଆଜି ରାଖୀ ପୂର୍ଣ୍ଣିମା ଅବସରରେ ମିଳିବ ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି । ଏଥର ନୟାଗଡ଼ରେ ରାଜ୍ୟସ୍ତରୀୟ ଉତ୍ସବରେ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ୫ ହଜାର ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରାଯିବ । ଏଥିପାଇଁ ନୟାଗଡ଼ ବ୍ଲକ୍‌ ଲାଠିପଡ଼ା ଗ୍ରାମ ଖେଳପଡ଼ିଆଠାରେ ରାଜ୍ୟସ୍ତରୀୟ ସମ୍ମିଳନୀର ଆୟୋଜନ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ମିଳନୀର ଉଦ୍‌ଘାଟନ କରିବେ । କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଯୋଗଦେଇ ମହିଳାମାନଙ୍କୁ ଉଦ୍‌ବୋଧନ ଦେବେ ।

ସୂଚନା ଅନୁଯାୟୀ, ଆଜି ମୁଖ୍ୟମନ୍ତ୍ରୀ ୧୧ଟା ୧୫ରେ ହେଲିକପ୍ଟରରେ ଆସି ପହଞ୍ଚିବେ । ୧୧ଟା ୨୫ରେ ସଭା ଆରମ୍ଭ ହୋଇ ୧ଟା ୧୦ରେ ଶେଷ ହେବ । ସାଢ଼େ ଗୋଟାଏରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ । ମୁଖ୍ୟମନ୍ତ୍ରୀଙ୍କ ନୟାଗଡ଼ ଗସ୍ତ ପାଇଁ ଜିଲ୍ଲା ପ୍ରଶାସନ ଚଳଚଞ୍ଚଳ ହୋଇଉଠିଛି । ପଞ୍ଚମ କିସ୍ତିରେ ମୋଟ ୧.୦୩ କୋଟି ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ ବୋଲି ସୂଚନା ମିଳିଛି । ତନ୍ମଧ୍ୟରେ ୨ ଲକ୍ଷ ୨୧ ହଜାର ୫୪ ଜଣ ନୂଆ ହିତାଧିକାରୀ ଅଛନ୍ତି । ମୋଟ ୫,୧୬୦ କୋଟିରୁ ଅଧିକ ଟଙ୍କା ଡିବିଟି ମାଧ୍ୟମରେ ହସ୍ତାନ୍ତର କରାଯିବ । ଯେଉଁମାନଙ୍କର ପୂର୍ବରୁ ଏକ ବା ଏକାଧିକ କିସ୍ତି ବାକି ଅଛି, କ୍ଷେତ୍ର ଯାଞ୍ଚ ପରେ ସମସ୍ତଙ୍କୁ ସୁଭଦ୍ରା ଟଙ୍କା ମିଳିବ । ୫ମ କିସ୍ତିର ମାସକ ପରେ ବଞ୍ଚିତ ହିତାଧିକାରୀଙ୍କୁ ଟଙ୍କା ହସ୍ତାନ୍ତର କରାଯିବ ବୋଲି ସୂଚନା ମିଳିଛି ।

  • Related Posts

    SUBHADRA MONEY ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା

    ନୟାଗଡ଼: ସୁଭଦ୍ରା ଯୋଜନା ଅର୍ଥ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନୟାଗଡ଼ ଲାଠିପଡ଼ା ଟାଙ୍ଗି ପଡ଼ିଆ ସୁଭଦ୍ରା ମଞ୍ଚରୁ ପଠାଇଲେ ଟଙ୍କା । ୫ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ଖାତାକୁ ଗଲା ।ଆଜି ମିଳିଛି ସୁଭଦ୍ରାର…

    Continue reading
    POLICE MEETING ଶନିବାର ରାଜ୍ୟ ପୁଲିସର ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ

    ରାଜ୍ୟରେ ଆଇନଶୃଙ୍ଖଳା ରକ୍ଷା ଓ ଅପରାଧ ନିୟନ୍ତ୍ରଣ ସମେତ ପୁଲିସ ଡିଜି-ଆଇଜି ସମ୍ମିଳନୀ-୨୦୨୫ରେ ନିଆଯାଇଥିବା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିଗୁଡ଼ିକର ଅଗ୍ରଗତିର ସମୀକ୍ଷା ପାଇଁ ଆସନ୍ତା ଶନିବାର(୨୯ତାରିଖ) ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ