ରାଜ୍ୟସଭା ଉପନିର୍ବାଚନ, ବିଜେପିର ସୁଜିତ କୁମାର ଏକ ମାତ୍ର ପ୍ରାର୍ଥୀ

ଡିସେମ୍ବର ୨୦ ତାରିଖରେ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନ ପାଇଁ ଓଡ଼ିଶାରୁ ବିଜେପିର ସୁଜିତ କୁମାର ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଆଜି ଏନେଇ ଓଡ଼ିଶା ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଗତ ସେପ୍ଟେମ୍ବର ମାସରେ ସୁଜିତ କୁମାର ରାଜ୍ୟସଭାରୁ ଇସ୍ତଫା ଦେବା ପରେ ଏହି ଆସନଟି ଖାଲି ପଡ଼ିଥିଲା। ସେ ରାଜ୍ୟସଭା ପଦ ସହିତ ବିଜେଡିରୁ ମଧ୍ୟ ଇସ୍ତଫା ଦେଇଥିଲେ। ପରେ ବିଜେପିରେ ମିଶିଥିଲେ। ଖାଲି ଥିବା ଏହି ଗୋଟିଏ ରାଜ୍ୟସଭା ପଦବୀ ପାଇଁ ଉପନିର୍ବାଚନ ହେବାକୁ ଯାଉଥିବା ବେଳେ ବିଜେପି ସୁଜିତ କୁମାରଙ୍କୁ ପ୍ରାର୍ଥୀ କରିଛି। ଗତକାଲି ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିର ନାମାଙ୍କନ ପତ୍ର ଦାଖଲ କରିଥିଲେ। ସେ ଏକୁଟିଆ ନାମାନଙ୍କନ ପତ୍ର ଭରିଥିବାରୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ଏକ ପ୍ରକାର ନିଶ୍ଚିତ। ସେ ୨୦୨୬ ଏପ୍ରିଲ ପର୍ଯ୍ୟନ୍ତ ଏହି ପଦରେ ରହିବେ। ଏହା ପୂର୍ବରୁ ମମତା ମହନ୍ତ ବିଜେଡି ଛାଡ଼ି ବିଜେପିରେ ମିଶିବା ପରେ ଦଳ ତାଙ୍କୁ ରାଜ୍ୟସଭା ପଠାଇଥିଲା। ସୂଚନାଯୋଗ୍ୟ, ଓଡ଼ିଶା ସମେତ ୪ ରାଜ୍ୟରେ ଖାଲି ପଡ଼ିଥିବା ୬ଟି ଆସନରେ ଉପନିର୍ବାଚନ କରିବା ପାଇଁ ଏବେ ଚାଲିଛି ପ୍ରକ୍ରିୟା।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ