ରାଜ୍ୟସଭା ଉପନିର୍ବାଚନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ସୁଜିତ୍ କୁମାର

ରାଜ୍ୟସଭା ଉପନିର୍ବାଚନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ସୁଜିତ୍ କୁମାର। ସୁଜିତ କୁମାର ଏକମାତ୍ର ପ୍ରାର୍ଥୀ ଭାବେ ବିଜେପିରୁ ନାମାଙ୍କନ ଦାଖଲ କରିଥିଲେ। ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ପରେ ସୁଜିତ୍ ସଂସଦରେ କଳାହାଣ୍ଡି ତଥା ଓଡ଼ିଶା ପ୍ରସଙ୍ଗ ଉଠାଇବେ ବୋଲି କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ବିଜେଡିରୁ ନେତା ମୁହଁ ଫେରାଇବା ଆରମ୍ଭ କଲେଣି। କଳାହାଣ୍ଡିର ୮୦% ପଞ୍ଚାୟତ ପ୍ରତିନିଧି ବିଜେପିରେ ମିଶି ସାରିଲେଣି। ଆଗାମୀ ଦିନରେ ଅନେକ ନେତା ବିଜେପିରେ ମିଶିବେ। ଗତ ସେପ୍ଟେମ୍ବର ମାସରେ ସୁଜିତ କୁମାର ରାଜ୍ୟସଭାରୁ ଇସ୍ତଫା ଦେବା ପରେ ଏହି ଆସନଟି ଖାଲି ପଡ଼ିଥିଲା। ସେ ରାଜ୍ୟସଭା ପଦ ସହିତ ବିଜେଡିରୁ ମଧ୍ୟ ଇସ୍ତଫା ଦେଇଥିଲେ। ପରେ ବିଜେପିରେ ମିଶିଥିଲେ।

ଖାଲି ଥିବା ଏହି ଗୋଟିଏ ରାଜ୍ୟସଭା ପଦବୀ ପାଇଁ ଉପନିର୍ବାଚନ ହେବାକୁ ଯାଉଥିବା ବେଳେ ବିଜେପି ସୁଜିତ କୁମାରଙ୍କୁ ପ୍ରାର୍ଥୀ କରିଛି। ଗତକାଲି ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିର ନାମାଙ୍କନ ପତ୍ର ଦାଖଲ କରିଥିଲେ। ସେ ଏକୁଟିଆ ନାମାନଙ୍କନ ପତ୍ର ଭରିଥିବାରୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ଏକ ପ୍ରକାର ନିଶ୍ଚିତ। ସେ ୨୦୨୬ ଏପ୍ରିଲ ପର୍ଯ୍ୟନ୍ତ ଏହି ପଦରେ ରହିବେ। ଏହା ପୂର୍ବରୁ ମମତା ମହନ୍ତ ବିଜେଡି ଛାଡ଼ି ବିଜେପିରେ ମିଶିବା ପରେ ଦଳ ତାଙ୍କୁ ରାଜ୍ୟସଭା ପଠାଇଥିଲା। ସୂଚନାଯୋଗ୍ୟ, ଓଡ଼ିଶା ସମେତ ୪ ରାଜ୍ୟରେ ଖାଲି ପଡ଼ିଥିବା ୬ଟି ଆସନରେ ଉପନିର୍ବାଚନ କରିବା ପାଇଁ ଏବେ ଚାଲିଛି ପ୍ରକ୍ରିୟା।

  • Garvita Odia

    Related Posts

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ଯୁବଶକ୍ତିଙ୍କୁ ନିଯୁକ୍ତି ଦେବା ଓ ସେମାନଙ୍କ ନିମନ୍ତେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଲୋକଙ୍କ ସରକାର ନିରନ୍ତର ପ୍ରୟାସ କରୁଛନ୍ତି । ଗତ ଏକ ବର୍ଷ ଭିତରେ ୯ଟି ପର୍ୟ୍ୟାୟରେ ପ୍ରାୟ ୨୮,୦୦୦ରୁ…

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ଭୁବନେଶ୍ୱର: ୨୦ ତାରିଖରେ ଖୋଲିବ ସବୁ ସ୍କୁଲ । ୧୮ ପରିବର୍ତ୍ତେ ୨୦ ତାରିଖରେ ସ୍କୁଲ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ଜିଲ୍ଲାର ଶିକ୍ଷାଧିକାରୀଙ୍କୁ ଚିଠି ଦିଆଯାଇଛି । ସ୍କୁଲ…

    Leave a Reply

    Your email address will not be published. Required fields are marked *

    You Missed

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ୫ ବିଭାଗର ୯୬୪ ଜଣଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ

    ୨୦ରୁ ଖୋଲିବ ସ୍କୁଲ

    ୨୦ରୁ ଖୋଲିବ ସ୍କୁଲ

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ଜନଗଣନା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ବୋମା ଧମକ, ମଝି ଆକାଶରୁ ଫେରିଗଲା ବିମାନକୁ

    ୨୦ରୁ ଖୋଲିବ ବିଦ୍ୟାଳୟ !

    ୨୦ରୁ ଖୋଲିବ ବିଦ୍ୟାଳୟ !