ରାଜ୍ୟସଭା ଉପନିର୍ବାଚନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ସୁଜିତ୍ କୁମାର

ରାଜ୍ୟସଭା ଉପନିର୍ବାଚନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ସୁଜିତ୍ କୁମାର। ସୁଜିତ କୁମାର ଏକମାତ୍ର ପ୍ରାର୍ଥୀ ଭାବେ ବିଜେପିରୁ ନାମାଙ୍କନ ଦାଖଲ କରିଥିଲେ। ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ପରେ ସୁଜିତ୍ ସଂସଦରେ କଳାହାଣ୍ଡି ତଥା ଓଡ଼ିଶା ପ୍ରସଙ୍ଗ ଉଠାଇବେ ବୋଲି କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ବିଜେଡିରୁ ନେତା ମୁହଁ ଫେରାଇବା ଆରମ୍ଭ କଲେଣି। କଳାହାଣ୍ଡିର ୮୦% ପଞ୍ଚାୟତ ପ୍ରତିନିଧି ବିଜେପିରେ ମିଶି ସାରିଲେଣି। ଆଗାମୀ ଦିନରେ ଅନେକ ନେତା ବିଜେପିରେ ମିଶିବେ। ଗତ ସେପ୍ଟେମ୍ବର ମାସରେ ସୁଜିତ କୁମାର ରାଜ୍ୟସଭାରୁ ଇସ୍ତଫା ଦେବା ପରେ ଏହି ଆସନଟି ଖାଲି ପଡ଼ିଥିଲା। ସେ ରାଜ୍ୟସଭା ପଦ ସହିତ ବିଜେଡିରୁ ମଧ୍ୟ ଇସ୍ତଫା ଦେଇଥିଲେ। ପରେ ବିଜେପିରେ ମିଶିଥିଲେ।

ଖାଲି ଥିବା ଏହି ଗୋଟିଏ ରାଜ୍ୟସଭା ପଦବୀ ପାଇଁ ଉପନିର୍ବାଚନ ହେବାକୁ ଯାଉଥିବା ବେଳେ ବିଜେପି ସୁଜିତ କୁମାରଙ୍କୁ ପ୍ରାର୍ଥୀ କରିଛି। ଗତକାଲି ସେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିର ନାମାଙ୍କନ ପତ୍ର ଦାଖଲ କରିଥିଲେ। ସେ ଏକୁଟିଆ ନାମାନଙ୍କନ ପତ୍ର ଭରିଥିବାରୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ଏକ ପ୍ରକାର ନିଶ୍ଚିତ। ସେ ୨୦୨୬ ଏପ୍ରିଲ ପର୍ଯ୍ୟନ୍ତ ଏହି ପଦରେ ରହିବେ। ଏହା ପୂର୍ବରୁ ମମତା ମହନ୍ତ ବିଜେଡି ଛାଡ଼ି ବିଜେପିରେ ମିଶିବା ପରେ ଦଳ ତାଙ୍କୁ ରାଜ୍ୟସଭା ପଠାଇଥିଲା। ସୂଚନାଯୋଗ୍ୟ, ଓଡ଼ିଶା ସମେତ ୪ ରାଜ୍ୟରେ ଖାଲି ପଡ଼ିଥିବା ୬ଟି ଆସନରେ ଉପନିର୍ବାଚନ କରିବା ପାଇଁ ଏବେ ଚାଲିଛି ପ୍ରକ୍ରିୟା।

  • Related Posts

    ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର

    ନୟାଗଡ଼: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହର ବିଲ୍ ପାସ୍ କରିବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପଞ୍ଚାୟତ ଡାଟାଏଣ୍ଟ୍ରି ଅପରେଟର। ଡାଟା ଏଣ୍ଟ୍ରି ଅପରେଟର ଜଣକ ହେଲେ ରଣପୁର…

    Continue reading
    ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଟଙ୍କା

    ଭୁବନେଶ୍ବର : ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏଥିସହ ୨୫ ଜୁଲାଇ ସୁଦ୍ଧା ଯେଉଁ ଆବେଦନଗୁଡ଼ିକର ନାମ ଜିଲ୍ଲା ସ୍ତରରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ