ଯୁକ୍ତ ୩ ପାଇଁ ଗାଇଡଲାଇନ ପରିବର୍ତ୍ତନ : ଉଚ୍ଚଶିକ୍ଷା ମନ୍ତ୍ରୀ

ଯୁକ୍ତ ୩ ନାମଲେଖା ଗାଇଡଲାଇନରେ ପରିବର୍ତ୍ତନ। ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇଲେ ବି ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଛାତ୍ରଛାତ୍ରୀଙ୍କୁ ସୁଯୋଗ ମିଳିବ। ଅର୍ଥାତ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟାରେ ଭାଗ ନେଇପାରିବେ ଛାତ୍ରଛାତ୍ରୀ।

ଆଜି ପ୍ରେସମିଟରେ ଏହି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ଛାତ୍ରଛାତ୍ରୀଙ୍କ ହିତ ଦୃଷ୍ଟିରୁ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଥିବା ସେ କହିଛନ୍ତି। ଏନେଇ ୱେବସାଇଟ୍ ଆଉଥରେ ଖୋଲାଯାଇଛି। ଆସନ୍ତାବର୍ଷଠୁ ଏହି ନିୟମ କଡ଼ାକଡ଼ି ଭାବେ ପାଳନ କରାଯିବ।

୨୦୨୪-୨୫ ଶିକ୍ଷାବର୍ଷରେ ଯୁକ୍ତ ତିନି ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ପ୍ରକ୍ରିୟା ଗତ ୧୨ ତାରିଖରୁ ଆରମ୍ଭ ହୋଇଛି। ଏହି ପ୍ରକ୍ରିୟା ଆସନ୍ତା ୨୬ ତାରିଖ ଯାଏ ଚାଲିବ।

ପୂର୍ବରୁ ଜାରି ହୋଇଥିବା ଗାଇଡଲାଇନ୍ ଅନୁସାରେ ପ୍ରଥମ ପର୍ଯ୍ୟାୟରେ ଚଏସ୍ ଲକିଂ କରିଥିବା ଛାତ୍ରଛାତ୍ରୀ ଦ୍ୱିତୀୟ ପର୍ଯ୍ୟାୟରେ ଆବେଦନ କରିପାରିବେ ନାହିଁ ବୋଲି ଉଲ୍ଲେଖ ରହିଥିଲା। ମାତ୍ର ଏହି ନିୟମରେ ଏବେ ପରିବର୍ତ୍ତନ କରାଯାଇଛି।

ଏନେଇ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି, ଛାତ୍ରଛାତ୍ରୀଙ୍କ ହିତ ଦୃଷ୍ଟିରୁ ଏହି ନିୟମରେ ସଂଶୋଧନ କରାଯାଇଛି। ଫଳରେ ଯେଉଁମାନେ ପ୍ରଥମ ପର୍ଯ୍ୟାୟରେ ଚଏସ୍ ଲକିଂ କରି ସାରିଛନ୍ତି, ସେମାନଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ସୁଯୋଗ ଗତକାଲିଠୁ ଦିଆଯାଇଛି। ଏଥିପାଇଁ ସରକାରଙ୍କ ୱେବସାଇଟ୍‌ ଖୋଲି ଦିଆଯାଇଛି। ଏହା ପିଲାଙ୍କ ଭବିଷ୍ୟତ ନିର୍ଦ୍ଧାରଣରେ ସହାୟକ ହେବ ବୋଲି ବିଚାର କରି ଏପରି ପଦକ୍ଷେପ ନିଆଯାଇଛି।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ