‘ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ’ ଗଠନ ପାଇଁ ଟାସ୍କ ଫୋର୍ସ

ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ’ ଗଠନ କରିବା ପାଇଁ ରାଜ୍ୟ ସରକାର ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି। ଆଜି ଏନେଇ ବିଧାନସଭାରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଅଧ୍ୟକ୍ଷତାରେ ଏହି ଟାସ୍କ ଫୋର୍ସ ଗଠନ କରାଯାଇଛି। ଏଥିରେ ବାଣିଜ୍ୟ ଓ ପରିବହନ ଏବଂ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନା, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ରାଷ୍ଟ୍ର ମନ୍ତ୍ରୀ (ସ୍ୱାଧୀନ) ଗୋକୁଳାନନ୍ଦ ମଲ୍ଲିକ, ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ, କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର, ମାଲକାନଗିରି ବିଧାୟକ ନରସିଂହ ମାଡକାମି, ପାରଳାଖେମୁଣ୍ଡି ବିଧାୟକ ରୁପେଶ କୁମାର ପାଣିଗ୍ରାହୀ, ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ ଓ ପଟ୍ଟାଙ୍ଗୀ ବିଧାୟକ ରାମଚନ୍ଦ୍ର କାଡାମଙ୍କୁ ସଦସ୍ୟ ଭାବେ ରଖାଯାଇଛି।

ଏହା ସହିତ ଏହି ଟାସ୍କ ଫୋର୍ସରେ ୩ ଜଣ ଏକ୍ସ-ଅଫିସିଓ ମେମ୍ବର ମଧ୍ୟ ରହିଛନ୍ତି। ସେମାନେ ହେଉଛନ୍ତି- ଦକ୍ଷିଣାଞ୍ଚଳ ଆରଡିସି, କେନ୍ଦ୍ରାଞ୍ଚଳ ଆରଡିସି ଓ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ। ଯୋଜନା ଓ ସଂଯୋଜନ ବିଭାଗର ସ୍ୱତନ୍ତ୍ର ସଚିବ ଏହାର ସଦସ୍ୟ ଆବାହକ ଅଛନ୍ତି। ଏହି ଟାସ୍କ ଫୋର୍ସ ସଂପର୍କରେ ଘୋଷଣା କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ କହିଥିଲେ ଯେ, ଓଡ଼ିଶାର ଦକ୍ଷିଣାଞ୍ଚଳର ବିକାଶ ସହିତ ବିକାଶ ପ୍ରକ୍ରିୟାରେ ସବୁ ବର୍ଗଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ‘ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ’ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଏହି ବିକାଶ ପରିଷଦ କିପରି ଗଠିତ ହେବ, ଏଥିରେ କେଉଁ ଜିଲ୍ଲା ଓ ବ୍ଲକ ସାମିଲ ହେବ ଏବଂ ଏହାର ଢାଞ୍ଚା ଓ କାର୍ଯ୍ୟପ୍ରଣାଳୀ କ’ଣ ରହିବ, ସେ ସମ୍ପର୍କରେ ସୁଚିନ୍ତିତ ମତାମତ ଦେବା ପାଇଁ ଏହି ଟାସ୍କ ଫୋର୍ସ ଗଠନ କରାଯାଇଛି। ଗଠନ ହେବାର ୩୦ ଦିନ ମଧ୍ୟରେ ଏହି ଟାସ୍କ ଫୋର୍ସ ରିପୋର୍ଟ ଦାଖଲ କରିବ।

  • Related Posts

    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading
    ୮ ନକଲି ସିଆଇଡିକୁ ବାନ୍ଧିଲା ଅସଲି ପୁଲିସ

    ଭୁବନେଶ୍ୱର : ନକଲି ସିଆଇଡିଙ୍କୁ ବାନ୍ଧିଲା ଅସଲି ପୁଲିସ। ଚନ୍ଦ୍ରଶେଖର ପୁଲିସ ଏହି ନକଲି ସିଆଇଡି ଅଧିକାରୀଙ୍କୁ ଗିରଫ କରିଛି। ସିଆଇଡି ପରିଚୟ ଦେଇ ଏମାନେ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବ୍ୟବସାୟୀଙ୍କୁ ଲୁଟୁଥିଲେ। ଚନ୍ଦ୍ରଶେଖରପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନ ବାହାରେ ଗିରଫ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ