ହାଇବ୍ରିଡ ମୋଡରେ ହେବ ଚାମ୍ପିୟନ୍ସ ଟ୍ରଫି

ଲାହୋର : ଚାମ୍ପିୟନ୍ସ ଟ୍ରଫିକୁ ନେଇ ଗତ କିଛି ମାସ ହେଲା ଚାଲିଥିବା ଅଚଳାବସ୍ଥା ଦୂର ହୋଇଛି । ଆଇସିସି ଏହି ଟୁର୍ଣ୍ଣାମେଣ୍ଟ ପାଇଁ ‘ହାଇବ୍ରିଡ୍ ମଡେଲ୍’କୁ ମଞ୍ଜୁରି ଦେଇଛି । ପାକିସ୍ତାନ କ୍ରିକେଟ୍ ବୋର୍ଡ (ପିସିବି) ହାଇବ୍ରିଡ୍ ମଡେଲରେ ଚାମ୍ପିୟନ୍ସ ଟ୍ରଫି ଆୟୋଜନ କରିବାକୁ ରାଜି ହୋଇଛି। ଏହାବ୍ୟତୀତ ଆଇସିସି ମଧ୍ୟ ପାକିସ୍ତାନ ବୋର୍ଡର ଏକ ବଡ଼ ସର୍ତ୍ତକୁ ଗ୍ରହଣ କରିଛି।

ବିସିସିଆଇ ଓ ପାକିସ୍ତାନ କ୍ରିକେଟ୍ ବୋର୍ଡ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହେବା ପରେ ପାକିସ୍ତାନ ଓ ଦୁବାଇରେ ହାଇବ୍ରିଡ୍ ମଡେଲରେ ଚାମ୍ପିୟନ୍ସ ଟ୍ରଫି ଖେଳାଯିବ ବୋଲି ‘ସ୍ପୋର୍ଟସ୍ ତକ୍’ରେ ପ୍ରକାଶିତ ଏକ ରିପୋର୍ଟରୁ ଜଣାପଡ଼ିଛି। ଟୁର୍ଣ୍ଣାମେଣ୍ଟରେ ଟିମ୍ ଇଣ୍ଡିଆର ମ୍ୟାଚ୍ ଦୁବାଇରେ ଖେଳାଯିବ। ଚାମ୍ପିୟନ୍ସ ଟ୍ରଫିର ୧୦ଟି ମ୍ୟାଚ୍ ଆୟୋଜନ କରିବ ପାକିସ୍ତାନ । ଲିଗ୍ ପର୍ଯ୍ୟାୟରେ ଭାରତର ତିନୋଟି ଯାକ ମ୍ୟାଚ୍ ଦୁବାଇରେ ଖେଳାଯିବ। ଭାରତର ଲିଗ୍ ମ୍ୟାଚ୍ ବ୍ୟତୀତ ଟୁର୍ଣ୍ଣାମେଣ୍ଟର ସେମିଫାଇନାଲ ଓ ଫାଇନାଲ୍ ମ୍ୟାଚ୍ ମଧ୍ୟ ଦୁବାଇରେ ଅନୁଷ୍ଠିତ ହେବ। ଯଦି ନକଆଉଟ୍ ପର୍ଯ୍ୟାୟ ପୂର୍ବରୁ ଟିମ୍ ଇଣ୍ଡିଆ ବାଦ୍ ପଡ଼େ, ତେବେ ଏଭଳି ସ୍ଥିତିରେ ଲାହୋର ଓ ରାୱଲପିଣ୍ଡିରେ ସେମିଫାଇନାଲ ଓ ଫାଇନାଲ୍ ଖେଳାଯିବ।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ