ରାଜ୍ୟସଭା ଅଧ୍ୟକ୍ଷଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଖାରଜ

ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ଼ଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଖାରଜ ହୋଇଯାଇଛି। ସମ୍ବିଧାନର ଧାରା ୬୭(ବି) ଅଧୀନରେ ବିରୋଧୀ ଇଣ୍ଡିଆ ମେଣ୍ଟ ପକ୍ଷରୁ ଏହି ଅନାସ୍ଥା ପ୍ରସ୍ତାବ ଆଗତ ହୋଇଥିଲା। ହେଲେ ଅନାସ୍ଥା ପ୍ରସ୍ତାବ ଆଗତ ହେବା ପୂର୍ବରୁ ୧୪ ଦିନିଆ ନୋଟିସ ଦିଆଯାଇନଥିବା ଓ ପ୍ରସ୍ତାବରେ ଅଧ୍ୟକ୍ଷ ଧନଖଡ଼ଙ୍କ ନାମର ବନାନ ଭୁଲ ଲେଖାଯାଇଥିବା ଦର୍ଶାଇ ଏହି ଅନାସ୍ଥା ପ୍ରସ୍ତାବକୁ ଖାରଜ କରିଦେଇଛନ୍ତି ରାଜ୍ୟସଭାର ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂହ।

ସୂଚନା ଅନୁସାରେ ରାଜ୍ୟସଭା ଉପାଧ୍ୟକ୍ଷ କହିଛନ୍ତି ଯେ ଦେଶର ଦ୍ଵିତୀୟ ସର୍ବୋଚ୍ଚ ସାମ୍ବିଧାନିକ ପଦରେ ରହିଥିବା ବ୍ୟକ୍ତିଙ୍କୁ ବଦନାମ କରିବା ପାଇଁ ଏହି ପ୍ରସ୍ତାବ ଆଗତ କରାଯାଇଥିଲା। ଉପରାଷ୍ଟ୍ରପତିଙ୍କ ବିରୋଧରେ ମନଗଢ଼ା କାହାଣୀ କହିବା ପାଇଁ ଏକ ମିଳିତ ସାମ୍ବାଦିକ ସମ୍ମିଳନୀ ମଧ୍ୟ କରାଯାଇଥିଲା ବୋଲି ସେ କହିଛନ୍ତି। ତେବେ ଏହି ଅନାସ୍ଥା ପ୍ରସ୍ତାବକୁ ଖାରଜ କରିବାର କାରଣ ଦର୍ଶାଇବାକୁ ଯାଇ ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂହ କହିଛନ୍ତି ଯେ ଏଭଳି ପ୍ରସ୍ତାବ ଆଣିବା ପାଇଁ ୧୪ ଦିନିଆ ନୋଟିସ ଦେବା ବାଧ୍ୟତାମୂଳକ। ହେଲେ ଏ କ୍ଷେତ୍ରରେ ଏହି ନୋଟିସ ଦିଆଯାଇନାହିଁ। ଏଥିରେ ଗୃହର ଅଧ୍ୟକ୍ଷ ଧନଖଡ଼ଙ୍କ ନାମର ବନାନ ମଧ୍ୟ ଭୁଲ ଲେଖାଯାଇଥିବା ସେ କହିଛନ୍ତି। ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ଼ଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଖାରଜ ହୋଇଯାଇଛି। ସମ୍ବିଧାନର ଧାରା ୬୭(ବି) ଅଧୀନରେ ବିରୋଧୀ ଇଣ୍ଡିଆ ମେଣ୍ଟ ପକ୍ଷରୁ ଏହି ଅନାସ୍ଥା ପ୍ରସ୍ତାବ ଆଗତ ହୋଇଥିଲା। ହେଲେ ଅନାସ୍ଥା ପ୍ରସ୍ତାବ ଆଗତ ହେବା ପୂର୍ବରୁ ୧୪ ଦିନିଆ ନୋଟିସ ଦିଆଯାଇନଥିବା ଓ ପ୍ରସ୍ତାବରେ ଅଧ୍ୟକ୍ଷ ଧନଖଡ଼ଙ୍କ ନାମର ବନାନ ଭୁଲ ଲେଖାଯାଇଥିବା ଦର୍ଶାଇ ଏହି ଅନାସ୍ଥା ପ୍ରସ୍ତାବକୁ ଖାରଜ କରିଦେଇଛନ୍ତି ରାଜ୍ୟସଭାର ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂହ।

ସୂଚନା ଅନୁସାରେ ରାଜ୍ୟସଭା ଉପାଧ୍ୟକ୍ଷ କହିଛନ୍ତି ଯେ ଦେଶର ଦ୍ଵିତୀୟ ସର୍ବୋଚ୍ଚ ସାମ୍ବିଧାନିକ ପଦରେ ରହିଥିବା ବ୍ୟକ୍ତିଙ୍କୁ ବଦନାମ କରିବା ପାଇଁ ଏହି ପ୍ରସ୍ତାବ ଆଗତ କରାଯାଇଥିଲା। ଉପରାଷ୍ଟ୍ରପତିଙ୍କ ବିରୋଧରେ ମନଗଢ଼ା କାହାଣୀ କହିବା ପାଇଁ ଏକ ମିଳିତ ସାମ୍ବାଦିକ ସମ୍ମିଳନୀ ମଧ୍ୟ କରାଯାଇଥିଲା ବୋଲି ସେ କହିଛନ୍ତି। ତେବେ ଏହି ଅନାସ୍ଥା ପ୍ରସ୍ତାବକୁ ଖାରଜ କରିବାର କାରଣ ଦର୍ଶାଇବାକୁ ଯାଇ ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂହ କହିଛନ୍ତି ଯେ ଏଭଳି ପ୍ରସ୍ତାବ ଆଣିବା ପାଇଁ ୧୪ ଦିନିଆ ନୋଟିସ ଦେବା ବାଧ୍ୟତାମୂଳକ। ହେଲେ ଏ କ୍ଷେତ୍ରରେ ଏହି ନୋଟିସ ଦିଆଯାଇନାହିଁ। ଏଥିରେ ଗୃହର ଅଧ୍ୟକ୍ଷ ଧନଖଡ଼ଙ୍କ ନାମର ବନାନ ମଧ୍ୟ ଭୁଲ ଲେଖାଯାଇଥିବା ସେ କହିଛନ୍ତି।

  • Related Posts

    ୧୨ରେ ପୂର୍ଣ୍ଣ ସୂର୍ଯ୍ୟ ପରାଗ

    ନୂଆଦିଲ୍ଲୀ : ପ୍ରକୃତିର ଅନ୍ୟତମ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ। ପୂର୍ଣ୍ଣ ସୂର୍ଯ୍ୟ ପରାଗ ପ୍ରଭାବରେ ୟୁରୋପ ଖୁବ୍ କମ୍ ସମୟ ପାଇଁ ଦିବାଲୋକରେ ଅନ୍ଧକାରମୟ ହୋଇଯିବ । ମହାକାଶର କିଛି କ୍ଷେତ୍ରରେ ୧ ମିନିଟ୍ରୁ ଟିକିଏ ଅଧିକ…

    Continue reading
    ଓଲଟିଲା ବସ୍, ୭ ମୃତ

    ନୂଆଦିଲ୍ଲୀ : ହିମାଚଳ ପ୍ରଦେଶର ଚମ୍ଵା ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା। ଶନିବାର ସକାଳେ ତୀସା-ବୈରାଗଡ଼ ରାସ୍ତାରେ ଚାଲୁଜ ବୁଲାଣି ନିକଟରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୧ ଜଣ ଆହତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ