OSRTC ସିଏଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ : ଭୁବନେଶ୍ବରର ୬ଟି ସ୍ଥାନରେ ଚଢ଼ାଉ ଚାଲିଛି

ଭୁବନେଶ୍ୱର : ଓଏସ୍‌ଆର୍‌ଟିସି ଚିଫ୍‌ ଆକାଉଣ୍ଟ ଅଫିସର(ସିଏଓ)ଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ସିଏଓ ବିଜୟ ମଙ୍ଗରାଜଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଇଛି। ଭୁବନେଶ୍ବରର ୬ଟି ଓ ବାରିପଦାର ଗୋଟିଏ ସ୍ଥାନରେ ଚଢ଼ାଉ ଚାଲିଛି। ଭୁବନେଶ୍ବର ଅଫିସ ସମେତ ନନ୍ଦନ ବିହାର, ପଳାଶୁଣୀରେ ମଧ୍ୟ ଚଢ଼ାଉ ଜାରିରହିଛି।

୧) ଫ୍ଲାଟ୍‌ ନଂ ୩୦୧, ଟାଓ୍ବାର-୬, ଜେଡ-୧ ଇଷ୍ଟେଟ୍‌, ନନ୍ଦନକାନନ ରୋଡ୍‌, ନନ୍ଦନବିହାର, ଭୁବନେଶ୍ୱର।

୨) ଭୁବନେଶ୍ୱରର ପଳାଶୁଣିସ୍ଥିତ ପ୍ଲଟ୍‌ ନଂ-୯୧୮ରେ ଏକ ଦୁଇ ମହଲା କୋଠା।

୩) ଭୁବନେଶ୍ୱରର ପଳାଶୁଣିସ୍ଥିତ ପ୍ଲଟ୍‌ ନଂ-୮୯୨ରେ ଦୁଇ ମହଲା କୋଠା।

୪) ମୟୂରଭଞ୍ଜର ଢିପସାହିସ୍ଥିତ ଭୂୟାଁ ନିବାସ।

୫) ଭୁବନେଶ୍ୱରର ଓଏସ୍‌ଆର୍‌ଟିସିର ମୁଖ୍ୟ ଆକାଉଣ୍ଟ ଅଫିସ।

୬) ଭୁବନେଶ୍ୱରର ଖାରବେଳ ଭବନସ୍ଥିତ ଆର୍ଥିକ ପରାମର୍ଶଦାତା କାର୍ଯ୍ୟାଳୟର ସ୍ବତନ୍ତ୍ର ସଚିବ, ବାଣିଜ୍ୟ ଏବଂ ପରିବହନ, ୫ମ ମହଲା କୋଠା।

୭) କାର୍ଯ୍ୟାଳୟର ନିର୍ଦ୍ଦେଶକ, ବ୍ୟବସାୟ ବିକାଶ ଏବଂ ଅର୍ଥ, ଓଆର୍‌ଆଇଡିଏଲ୍‌, ୬ ମହଲା, ଇଡ୍‌କୋ ଟାଓ୍ବାର, ଜନପଥ, ଭୁବନେଶ୍ୱର।

ଏବେ ଚଢ଼ାଉ ଚାଲିଛି। ଚଢ଼ାଉ ପରେ ମୋଟ୍‌ର ସମ୍ପତ୍ତିର ଆକଳନ କରାଯିବ ବୋଲି ଜନୈକ ଅଧିକାରୀ କହିଛନ୍ତି।

Related Posts

ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

Continue reading
ଜଣେ ବି ଚାଷୀର ଧାନ ରହିବ ନାହିଁ: ସମବାୟ ମନ୍ତ୍ରୀ

ଭୁବନେଶ୍ୱର: ଏଥର ଖରିଫରେ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଛି। ଧାନ ବିକ୍ରି କରିଛନ୍ତି ୧୮ ଲକ୍ଷ ୬୪ ହଜାର ଚାଷୀ। ଏଯାବତ ୭୭ ଲକ୍ଷ ମେଟ୍ରିକ୍ ଟନ ଧାନ କିଣା ସରିଛି। ବାକି ବଳକା ଧାନ କିଣିବାକୁ ୭ ଦିନ…

Continue reading

Leave a Reply

Your email address will not be published. Required fields are marked *

You Missed

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

ଖରାଦିନର ଖାଦ୍ୟ

୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

ଭାଲେଣ୍ଟାଇନ୍ ଦିବସ

ଭାଲେଣ୍ଟାଇନ୍ ଦିବସ