VIGILANCE RAID ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ୱ ସହାୟକ

ଜଗତସିଂହପୁର : ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ ।ସୂଚନାଅନୁଯାୟୀ, ଜଗତସିଂହପୁର ନାଉଗାଁ ତହସିଲର ବରିଷ୍ଠ ରାଜସ୍ୱ ସହାୟକ ଭଞ୍ଜ କିଶୋର ବେହେରାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ରଘୁନାଥପୁର ବ୍ଲକ ପାଟେଣୀ ଗାଁ ସ୍ଥିତ ପୈତୃକ ଘର, ଅଫିସ,ଶ୍ବଶୁର ଘର ଆଦି ୬ ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି । ସମସ୍ତ ସ୍ଥାବର ଆସ୍ଥାବର ସମ୍ପତ୍ତିର ଯାଞ୍ଚ ଚାଲିଛି ।

ତିର୍ତ୍ତୋଲ ବ୍ଲକରେ କାର୍ଯ୍ୟରତ ଥିବା ବେଳେ ଭଞ୍ଜକିଶୋରଙ୍କ ନାଁରେ ଦୁର୍ନୀତି କରୁଥିବା ନେଇ ଅଭିଯୋଗ ହୋଇଥିଲା । ୩କୋଟି ୨ଲକ୍ଷ ୯୫ ହଜାର ଟଙ୍କା ଚଳୁ କରିଦେଇଥିବା ଅଭିଯୋଗ ହୋଇଥିଲା । ସେହି ଅଭିଯୋଗ ଆଧାରରେ ଗତ ୧୨ ଅଗଷ୍ଟରେ ଭଞ୍ଜ କିଶୋରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ଭିଜିଲାନ୍ସ । ବର୍ତ୍ତମାନ ଏନେଇ କାର୍ଯ୍ୟନୁଷ୍ଠାନ ଚାଲିଛି । ଏବେବି ଭିଜିଲାନ୍ସ ଟିମ୍ ଚଢାଉ ଜାରି ରଖିଛି । ଚଢ଼ାଉ ଶେଷ ପରେ ହିଁ ସମ୍ପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିବ । ଦୀର୍ଘଦିନ ଧରି ଓଡ଼ିଶା ଭିଜିଲାନ୍ସ ତାଙ୍କ ଉପରେ ନଜର ରଖି ଆସିଥିଲେ ।

  • Related Posts

    ଉତ୍ତରାଖଣ୍ଡରେ ପୁଣି ୪.୨ତୀବ୍ରତାର ଭୂମିକମ୍ପ

    ଶନିବାର ରାତି ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲ୍ଲାରେ ୪.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ । ଯଦିଓ ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ, ତେବେ ଜାତୀୟ ଭୂକମ୍ପ ବିଜ୍ଞାନ…

    Continue reading
    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ