ପୋଲାଭରମ୍ ପ୍ରସଙ୍ଗରେ ରାଜ୍ୟ ସରକାର ନୀରବ କାହିଁକି: କଂଗ୍ରେସ

ଭୁବନେଶ୍ବର: ପୋଲାଭରମ୍ ପ୍ରସଙ୍ଗ ନେଇ କଂଗ୍ରେସ ପକ୍ଷରୁ ସରକାରଙ୍କୁ ପ୍ରଶ୍ନ କରାଯାଇଛି। ବିଧାନସଭାରେ ମୁଲତବୀ ପ୍ରସ୍ତାବ ଅଗ୍ରାହ୍ୟ ହେବାରୁ କଂଗ୍ରେସ ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିଛନ୍ତି। ପୋଲାଭରମ୍‌ ପ୍ରସଙ୍ଗରେ ଓଡ଼ିଶା ବୁଡୁଥିବାବେଳେ, ଆନ୍ଧ୍ରପ୍ରଦେଶ ହସୁଛି । କିନ୍ତୁ ଓଡ଼ିଶା ସରକାର ନୀରବତା ଅବଲମ୍ବନ କରୁଛନ୍ତି ବୋଲି କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ ଅଭିଯୋଗ ଆଣିଛନ୍ତି । ସେ କହିଛନ୍ତି ପୋଲାଭରମ୍ ପ୍ରସଙ୍ଗ ନେଇ କେନ୍ଦ୍ର ସରକାର ଅହେତୁକ ଅନୁକମ୍ପା ପ୍ରଦର୍ଶନ କରୁଛନ୍ତି। କେନ୍ଦ୍ର ସରକାରଙ୍କ ଭଳି ରାଜ୍ୟର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାର ନୀରବଦ୍ରଷ୍ଟା ସାଜିଛନ୍ତି। ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ଲାଗି କଂଗ୍ରେସ ପକ୍ଷରୁ ମୁଲତବୀ ପ୍ରସ୍ତାବ ଆଣାଯାଇଥିଲା । କିନ୍ତୁ ସୁପ୍ରିମକୋର୍ଟଙ୍କ ଆଳ ଦେଖାଇ ଗୃହରେ ମୁଲତବୀ ପ୍ରସ୍ତାବକୁ ବାଚସ୍ପତି ଅଗ୍ରାହ୍ୟ କରିଦେଲେ । ସୂଚନାଯୋଗ୍ୟ, ଶୁକ୍ରବାର ବିଧାନସଭା ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ କଂଗ୍ରେସ ପକ୍ଷରୁ ପୋଲାଭରମ୍ ପ୍ରସଙ୍ଗ ଉଠାଯାଇଥିଲା । ଏହାସହ ମୁଲତବୀ ପ୍ରସ୍ତାବ ମଧ୍ୟ ଆଣାଯାଇଥିଲା । ଏହାକୁ ବାଚସ୍ପତି ଗ୍ରହଣ ନ କରିବାରୁ ଗୃହରେ କଂଗ୍ରେସ ସଦସ୍ୟମାନେ ହଟ୍ଟଗୋଳ କରିଥିଲେ। ଫଳରେ ବାଚସ୍ପତି ଗୃହକୁ ସାଢ଼େ ୧୧ଟା ପର୍ଯ୍ୟନ୍ତ ମୁଲତବୀ କରିଥିଲେ। ପରେ ପୁଣି ଏହି ପ୍ରସଙ୍ଗ ଉଠାଇ କଂଗ୍ରେସ ସଦସ୍ୟମାନେ ହଟ୍ଟଗୋଳ କରିଥିଲେ । ଫଳରେ ବାଚସ୍ପତି ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ରଖିଥିଲେ। ।

  • Related Posts

    ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼

    ଧର୍ମଶାଳା: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି ଗାଁରେ ଘଟିଛି ଏହି ଘଟଣା। ଏହାର ପ୍ରତିବାଦରେ ଏସ୍‌ପି ଅଫିସ୍ ଆଗରେ ବିଜେଡି କର୍ମୀ ଧାରଣା ଦେଇଛନ୍ତି। ଜିଲ୍ଲାର ପ୍ରମୁଖ ନେତାମାନେ…

    Continue reading
    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ