ଅକ୍ଟୋବର ୨ରୁ ଭୁବନେଶ୍ୱରରୁ ବ୍ୟାଙ୍କକ୍‌କୁ ପୁଣି ଉଡ଼ିବ ବିମାନ

ଭୁବନେଶ୍ୱର: ଭୁବନେଶ୍ୱରରୁ ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ସେବା ପୁଣି ଆରମ୍ଭ ହେବ। ଅକ୍ଟୋବର ୨ରୁ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ବ୍ୟାଙ୍କକ୍‌ ରୁଟ୍‌ରେ ବିମାନ ଉଡ଼ିବ। ସପ୍ତାହକୁ ଦୁଇଥର ଏହି ବିମାନ ସେବା ଉପଲବ୍ଧ ହେବ। ଫଳରେ ଓଡ଼ିଶାରୁ ଥାଇଲାଣ୍ଡ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଯୋଗାଯୋଗ ବ୍ୟବସ୍ଥା ଆହୁରି ସୁବିଧାଜନକ ହେବ। ବ୍ୟାଙ୍କକ୍‌ ବିମାନ ସେବା ପୁନଃ ଆରମ୍ଭ ହେବା ଦ୍ୱାରା ଓଡ଼ିଶାର ପର୍ଯ୍ୟଟକ, ବ୍ୟବସାୟୀ ଓ ବିଦେଶ ଯାତ୍ରୀମାନେ ଉପକୃତ ହେବେ ବୋଲି ଆଶା କରାଯାଉଛି।

ଏନେଇ ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ କହିଛନ୍ତି, ବ୍ୟାଙ୍କକ୍‌ ଏକ ଟୁରିଷ୍ଟ ଜାଗା ଏବଂ ମୌସୁମୀ ଋତୁ ସାଧାରଣତଃ ଅଫ୍‌ ସିଜିନ୍‌ ହୋଇଥାଏ। ତେଣୁ ଏହି କାରଣ ଏବଂ ଅନ୍ୟକିଛି କାରଣ ପାଇଁ ଗତ ଜୁଲାଇରୁ ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ଯୋଗାଯୋଗ ଅସ୍ଥାୟୀ ଭାବେ ବନ୍ଦ ରହିଥିଲା। ଏବେ ପୁଣି ଏହି ରୁଟ୍‌ରେ ବିମାନ ସେବା ଆରମ୍ଭ ହେବ। ବିଶେଷକରି ଭୁବନେଶ୍ୱରରୁ ଦକ୍ଷିଣ-ପୂର୍ବ ଏସିଆ ସହ ଆକାଶପଥରେ ଯୋଗାଯୋଗକୁ ଏହି ସେବା ଆହୁରି ସୁଦୃଢ଼ କରିବ ବୋଲି ସେ ସୂଚନା ଦେଇଛନ୍ତି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ