ଅଗଷ୍ଟ ୨ରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧିର ୨୦ତମ କିସ୍ତି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍-କିଷାନ) ଯୋଜନାର ୨୦ତମ କିସ୍ତି ଅଗଷ୍ଟ ୨ତାରିଖରେ ପ୍ରଦାନ କରାଯିବ। ଏହି ପରିପ୍ରେକ୍ଷୀରେ, କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ଅଧ୍ୟକ୍ଷତାରେ ଆଜି ନୂଆଦିଲ୍ଲୀରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ କାର୍ୟ୍ୟକ୍ରମର ପ୍ରସ୍ତୁତି ଏବଂ ସର୍ବାଧିକ ସଂଖ୍ୟକ ଚାଷୀଙ୍କ ନିକଟରେ ଏହାର ଲାଭ ପହଞ୍ଚିବା ସୁନିଶ୍ଚିତ କରିବା ପାଇଁ ସମୀକ୍ଷା କରାଯାଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଉତ୍ତର ପ୍ରଦେଶର ବାରାଣସୀରେ ଏହି କାର୍ୟ୍ୟକ୍ରମ ଅନୁଷ୍ଠିତ ହେବ।ବୈଠକରେ, ଶ୍ରୀ ଚୌହାନ ଜାତୀୟ, ରାଜ୍ୟ, ଜିଲ୍ଲା ଏବଂ ଗ୍ରାମ ସ୍ତରରେ ଚାଷୀମାନଙ୍କୁ କାର୍ୟ୍ୟକ୍ରମ ସହିତ ଯୋଡ଼ିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ଏବଂ ଏହି କାର୍ୟ୍ୟକ୍ରମକୁ ଏକ ଦେଶବ୍ୟାପୀ ଅଭିଯାନ ଭାବରେ ଆୟୋଜନ କରିବାକୁ ଆହ୍ୱାନ ଦେଇଥିଲେ। ସେ ଏହି କାର୍ୟ୍ୟକ୍ରମରେ ଅଂଶଗ୍ରହଣ କରିବାକୁ ଦେଶବ୍ୟାପୀ ଚାଷୀମାନଙ୍କୁ ମଧ୍ୟ ଆହ୍ୱାନ କରିଥିଲେ।

ମନ୍ତ୍ରୀ କହିଥିଲେ ଯେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ, ଏହି ଯୋଜନା ଅଧୀନରେ ଚାଷୀମାନଙ୍କୁ ୩ଟି କିସ୍ତିରେ ୬ ହଜାର ଟଙ୍କା ହସ୍ତାନ୍ତର କରାଯାଉଛି, ପ୍ରତ୍ୟେକ କିସ୍ତି ପ୍ରତି ଚାରି ମାସରେ ଜାରି କରାଯିବ।

  • Related Posts

    ସୀମାପୁରୀ କୋଠା ଭୁଶୁଡ଼ିବା ଘଟଣା: ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି

    ନୂଆଦିଲ୍ଲୀ: ଉତ୍ତର-ପୂର୍ବ ଦିଲ୍ଲୀର ସୀମାପୁରୀ ଅଞ୍ଚଳରେ ଏକ ଚାରିମହଲା କୋଠା ଭୁଶୁଡ଼ି ପଡ଼ିବା ଘଟଣାରେ ଗୁରୁବାର ଆଉ ଦୁଇଜଣଙ୍କ ଶବ ଉଦ୍ଧାର ହେବା ପରେ ମୋଟ ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି ପାଇଛି। ବୁଧବାର ଅପରାହ୍ନ ପ୍ରାୟ ୩:୩୦ ସମୟରେ ଘଟିଥିବା ଏହି…

    Continue reading
    ‘ଭାରତ ନିଜର ବାୟୁସେନା ଯୋଦ୍ଧାମାନଙ୍କ ଉପରେ ଗର୍ବିତ’

    ନୂଆଦିଲ୍ଲୀ: ଭାରତୀୟ ବାୟୁସେନା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋସିଆଲ ମିଡିଆ ଏକ୍ସରେ ଏକ ବିଶେଷ ଭିଡିଓ ସେୟାର କରି ଲେଖିଛନ୍ତି, ‘ଭାରତ ନିଜର ବାୟୁସେନା ଯୋଦ୍ଧାମାନଙ୍କ ଉପରେ ଗର୍ବିତ’। ବାୟୁସେନା ଦିବସରେ, ଆମେ ଆମର ଆକାଶକୁ ସୁରକ୍ଷା ଦେବାରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ