ଅଚ୍ୟୁତଙ୍କୁ ଟାର୍ଗେଟ କଲେ ବାବୁ ସିଂ: ୮୦୦ ଦରମାରୁ ୧୫ ହଜାର କୋଟିର ମାଲିକ

ଭୁବନେଶ୍ୱର:କିଟରେ ଜଣେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଶୁକ୍ରବାର ବିଧାନସଭାରେ କଂଗ୍ରେସ ପକ୍ଷରୁ ଆଗତ ମୁଲତବୀ ପ୍ରସ୍ତାବ ଉପରେ ଆଲୋଚନା ଆରମ୍ଭ ହୋଇଛି । ଏହି ଅବସରରେ ବିଜେପି ବିଧାୟକ ବାବୁ ସିଂ ଆଲୋଚନାରେ ଅଂଶଗ୍ରହଣ କରି କିଟର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଟାର୍ଗେଟ କରିଛନ୍ତି । ଆଉ କହିଛନ୍ତି ଯେ ୧୯୯୧ ମସିହାରେ ମହର୍ଷିରେ ପଢ଼ାଇବା ବେଳେ ଅଚ୍ୟୁତ ୮୦୦ ଟଙ୍କା ଦରମା ପାଉଥିଲେ । ୩୧ ବର୍ଷ ପରେ ସେ ଏବେ ୧୫ ହଜାର କୋଟିର ମାଲିକ । କେମିତି ସେ ଏତେ କୋଟିର ମାଲିକ ହେଲେ ବୋଲି ଶ୍ରୀ ସିଂ ପ୍ରଶ୍ନ କରିଛନ୍ତି । ଏହାଛଡ଼ା ବାବୁ ସିଂ କହିଛନ୍ତି ଯେ ଅଚ୍ୟୁତ ସାମନ୍ତ ସମାଜକୁ ଲୁଣ୍ଠନ କରି ରାଜ୍ୟ ଓ ଦେଶକୁ ଲଜ୍ଜିତ କରିଛନ୍ତି ।

ଏହି ଅବସରରେ ଉଚ୍ଚଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବିବୃତ୍ତି ରଖି ଘଟଣାକୁ ନିନ୍ଦା କରିବା ସହ ବର୍ବୋରଚିତ ବୋଲି କହିଛନ୍ତି ।ଏହାଛଡ଼ା ସେ କହିଛନ୍ତି ଯେ କିଟ ଘଟଣାକୁକୁ ନେଇ ୩ଜଣିଆ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କ ସମେତ କେନ୍ଦ୍ର ସରକାର ଘଟଣାକୁ ଗୁରୁତର ସହ ନେଇଛନ୍ତି । କେନ୍ଦ୍ର ସରକାର ରାଜ୍ୟ ସରକାରଙ୍କ ସହ ନିୟମିତ ଯୋଗାଯୋଗରେ ଅଛନ୍ତି । ଯୋଗାଯୋଗରେ ରହି କେନ୍ଦ୍ର ସରକାର ଘଟଣା ସମ୍ପର୍କରେ ସବିଶେଷ ତଥ୍ୟ ନେଉଛନ୍ତି । ନେପାଳ କର୍ତ୍ତୃପକ୍ଷଙ୍କ ସହ ରାଜ୍ୟ ସରକାରଙ୍କ ପ୍ରତିନିଧି ବି ଆଲୋଚନା କରିଛନ୍ତି । ଏମିତିକି ଛାତ୍ରଛାତ୍ରୀଙ୍କ ସହ ବ୍ୟକ୍ତିଗତ ଆଲୋଚନା କରିଥିବା ଉଚ୍ଚଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି । ରାଜ୍ୟ ସରକାର ୪ଟି ୨୪ଘଣ୍ଟିଆ ହେଲ୍ପ ଲାଇନ ଜାରି କରିଛନ୍ତି । ନେପାଳ ଛାତ୍ରଛାତ୍ରୀଙ୍କୁ କ୍ୟାମ୍ପସ ଫେରିଆସିବାକୁ ଅନୁରୋଧ କରାଯାଇଛି । ଛାତ୍ରଛାତ୍ରୀଙ୍କ ପାଇଁ ରିମେଡିଆଲ କ୍ଲାସ ହେବ । ମିଡ ସେମିଷ୍ଟାର ଘୁଞ୍ଚାଯିବ । ରାଜ୍ୟ ସରକାର ଛାତ୍ରଛାତ୍ରୀଙ୍କ ଗସ୍ତ ଖର୍ଚ୍ଚ ବହନ କରିବେ ।

  • Related Posts

     ଆସନ୍ତା କାଲି ଦେଶର ୭୫୦ ଜିଲ୍ଲା ମୁଖ୍ୟାଳୟରେ ‘‘ବିକଶିତ ଭାରତ ସଂକଳ୍ପ ସଭା’’ଅନୁଷ୍ଠିତ ହେବ

    ଭାରତର ଗଣତାନ୍ତ୍ରିକ ଇତିହାସରେ ଏକ ଅତ୍ୟନ୍ତ ଗୌରବମୟ ଦିନ: ଶ୍ରୀ ମନମୋହନ ସାମଲ ଭୂବନେଶ୍ୱର, ତା.୦୬/୧୦: ସରକାରଙ୍କ ମୁଖ୍ୟ ଭାବରେ ନିରବଚ୍ଛିନ୍ନ ୨୫ ବର୍ଷର ଗୌରବମୟ ନେତୃତ୍ୱ ପୂରଣ କରିଥିବାରୁ କେନ୍ଦ୍ର କ୍ୟାବିନେଟ୍ ଆଜି ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କୁ…

    Continue reading
    ଅସ୍ତିତ୍ୱ ହରାଇ ବିଜେଡି ଏବେ ‘ନିର୍ମୂଳୀ ଲତା’ସଦୃଶ

     ଇଣ୍ଡି ମେଂଟ ଓ କଂଗ୍ରେସର ନୈତିକତାର ବଡ଼ ବଡ଼ କଥା କେବଳ ରାଜନୈତିକ ଡ୍ରାମାବାଜି  ବିଜେଡି ଓ ‘ଇଣ୍ଡି’ ମେଂଟର ମଧୁଚନ୍ଦ୍ରିକା ବହୁ ପୁରୁଣା  ନିଜ ରାଜନୈତିକ ସ୍ୱାର୍ଥ ପାଇଁ ଏବେ ବିଭିନ୍ନ ସାହାରା ଖୋଜୁଛି ବିଜୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ