ଅଟୋ ଓଲଟି ୬ ଛାତ୍ରଛାତ୍ରୀ ଗୁରୁତର

ସୋର: ସୋର କୁପାରୀ ରାସ୍ତା କୋଚିଲା କୋଇଲି ଠାରେ ଅଭାବନୀୟ ଘଟଣା ଘଟିଛି। ଅଟୋ ଓଲଟି ୬ ଛାତ୍ରଛାତ୍ରୀ ଆହତ। ବାଲେଶ୍ଵର ଜିଲ୍ଲା ଖଇରା ବ୍ଲକ କୁରୁଣ୍ଟା, କଳିହା ଏବଂ ଗଣ୍ଡିବେଡ ଗାଁରୁ ଏକ ଅଟୋ ଆଦର୍ଶ ବିଦ୍ୟାଳୟର କିଛି ଛାତ୍ରଛାତ୍ରୀଙ୍କୁ ନେଇ ଅର୍ଜୁନପୁରସ୍ଥିତ ଆଦର୍ଶ ବିଦ୍ୟାଳୟକୁ ଯାଉଥିଲା। ଏତିକି ବେଳେ ଭାରସାମ୍ୟ ହରାଇ ଅଟୋଟି କୁପାରୀ ରାସ୍ତା ନିକଟରେ ଓଲଟି ପଡିଥିଲା। ଦୁର୍ଘଟଣାରେ ୬ଜଣ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଖଇରା ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ସୋର ଖଇରା ରାସ୍ତା ଦୂରାବସ୍ଥା ଯୋଗୁଁ ଏଭଳି ଅଘଟଣ ଘଟିଥିବା ସ୍ଥାନୀୟ ଲୋକ ଅଭିଯୋଗ କରିଛନ୍ତି।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ