
ଭୁବନେଶ୍ବର: ଭୋଗରାଇ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ଅନନ୍ତ ଦାସଙ୍କ ବିୟୋଗରେ ପିସିସି ସଭାପତି ଭକ୍ତ ଚରଣ ଦାସ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି କି ଶ୍ରୀ ଦାସଙ୍କ ବିୟୋଗ ମୋତେ ଗଭୀର ଦୁଃଖ ଦେବା ସହ ମର୍ମାହତ କରିଛି।
ସ୍ବର୍ଗତ ଅନନ୍ତ ଦାସଙ୍କ ବିୟୋଗ ବାଲେଶ୍ଵରରେ କାହିଁକି ରାଜନୈତିକ କ୍ଷେତ୍ରରେ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏହି ଦୁଃଖଦ ସମୟରେ ମହାପ୍ରଭୁ ଜଗନ୍ନାଥ ତାଙ୍କ ପରିବାରଙ୍କୁ ଶକ୍ତି ଓ ସାହସ ପ୍ରଦାନ କରିବା କରିବା ପାଇଁ ପ୍ରାର୍ଥନା କରିଛନ୍ତି ପିସିସି ସଭାପତି ଶ୍ରୀ ଦାସ ।
ପରଲୋକରେ ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ । ଭୋର ସାଢେ ୩ଟାରେ ଭୁବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି । ଭୋଗରାଇ ନିର୍ବାଚନ ମଣ୍ଡଳୀରୁ ସେ ଲଗାତାର ୪ଥର ବିଧାୟକ ହୋଇଥିଲେ । ୨୦୦୪ରୁ ୨୦୧୯ ପର୍ୟ୍ୟନ୍ତ ୪ଥର ବିଜେଡିରୁ ବିଧାୟକ ଥିଲେ ଅନନ୍ତ । ତାଙ୍କ ପରଲୋକ ପରେ ନିର୍ବାଚନ ମଣ୍ଡଳୀ ସହ ଦଳୀୟ କର୍ମୀଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି ।



