ଅନ୍ତ୍ୟୋଦୟ ଗୃହ ଯୋଜନାରେ ୪୮ ହଜାର ହିତାଧିକାରୀଙ୍କୁ ମିଳିବ ପ୍ରଥମ କିସ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ରବିବାର ରାଜ୍ୟବ୍ୟାପୀ ୪୭୧ଟି ନୂଆ ଗ୍ରାମପଞ୍ଚାୟତ କାର୍ୟ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ହେବାକୁ ଯାଉଛି । ଯାହା ଲୋକଙ୍କୁ ସମ୍ମାନ, ସୁବିଧା ଓ ସମାଧାନ ଯୋଗାଇବାରେ ‘ସେବାର ନୂଆ ମନ୍ଦିର’ ହେବ ଏବଂ ଏକ ‘ଓ୍ଵାନ୍ ଷ୍ଟପ୍ ସର୍ଭିସ୍ ସେଣ୍ଟର’ ଭାବରେ କାର୍ୟ୍ୟ କରି ଶାସନ ଅପେକ୍ଷା ସେବାକୁ ଅଧିକ ପ୍ରାଧାନ୍ୟ ଦେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ କରି କହିଛନ୍ତି, ଆମ ସରକାର ସର୍ବଦା ଓଡ଼ିଶାର ସର୍ବାଙ୍ଗୀନ ବିକାଶ ନିମନ୍ତେ ସମର୍ପିତ ଭାବରେ କାର୍ୟ୍ୟ କରୁଛନ୍ତି । ଓଡ଼ିଶାର ଗ୍ରାମୀଣ ଭିତ୍ତିଭୂମିକୁ ସଶକ୍ତ ଓ ସୁଦୃଢ଼ କରିବା ଦିଗରେ ଆଜିର ଦିନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହେବାକୁ ଯାଉଛି । ଆମର ଆର୍ଥିକ ଅନଗ୍ରସର ଓ ଉପେକ୍ଷିତ ଭାଇ ଓ ଭଉଣୀମାନଙ୍କୁ ଏକ ସୁରକ୍ଷିତ ଓ ମର୍ୟ୍ୟାଦାପୂର୍ଣ୍ଣ ଆଶ୍ରୟସ୍ଥଳ ଯୋଗାଇ ଦେବା ଉଦ୍ଦେଶ୍ୟରେ ଏହି ଅବସରରେ, ଆମେ ଅନ୍ତ୍ୟୋଦୟ ଗୃହ ଯୋଜନାର ୪୮ ହଜାର ୬୯୩ ଜଣ ହିତାଧିକାରୀଙ୍କୁ ଏକକାଳୀନ ପ୍ରଥମ କିସ୍ତି ମଧ୍ୟ ବଣ୍ଟନ କରିବାକୁ ଯାଉଛୁ । ଏହି ପଦକ୍ଷେପଗୁଡ଼ିକ ଗ୍ରାମାଞ୍ଚଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ସହ ବିକଶିତ ଓଡ଼ିଶାର ସ୍ୱପ୍ନକୁ ସାକାର କରିବ ।

  • Related Posts

    ହସ୍ତତନ୍ତ ପିନ୍ଧି ଓଡ଼ିଶା ବାସୀ ପାଳିଲେ “ଆମ ପୋଷାକ ଆମ ପରିଚୟ” ଦିବସ

    ୨ ଏପ୍ରିଲ, ୨୦୨୬, ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳନ ହେଉଛି ଓଡ଼ିଆ ପକ୍ଷ। ଆଜି ଓଡ଼ିଆ ପକ୍ଷ ପାଳନର ଦ୍ଵିତୀୟ ଦିବସରେ ଓଡ଼ିଶା ବାସୀ ପାରମ୍ପରିକ ପୋଷାକ…

    Continue reading
    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ