ଅପ୍ରେଲ୍ ୧୬ରୁ ଆରମ୍ଭ ହେବ ଗୃହଗଣନା ଏବଂ ଗୃହତାଲିକା ପ୍ରସ୍ତୁତି

ଓଡ଼ିଶାର ୩୦ ଜିଲ୍ଲାରେ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଅପ୍ରେଲ୍ ୧୬ରୁ ଆରମ୍ଭ ହେବ ଗୃହଗଣନା ଏବଂ ଗୃହତାଲିକା ପ୍ରସ୍ତୁତି। ଗଣନାକାରୀମାନେ ଘର ଘର ବୁଲି ତଥ୍ୟ ସଂଗ୍ରହ କରିବେ। ଏ ନେଇ ସୂଚନା ଦେଇଛନ୍ତି ଜନ ଗଣନା ନିର୍ଦ୍ଦେଶାଳୟର ନିର୍ଦେଶକ। ଏଥିପାଇଁ ତାଲିମ ପ୍ରାପ୍ତ ଗଣନାକାରୀ ଓ ସୁପରଭାଇଜରମାନେ ଘରକୁ ଘର ବୁଲି ତଥ୍ୟ ସଂଗ୍ରହ କରିବେ। ଏହା ପୂର୍ବରୁ ଅପ୍ରେଲ୍ ୧ ତାରିଖରୁ ଅପ୍ରେଲ୍ ୧୫ ତାରିଖ ମଧ୍ୟ ରାତ୍ରି ପର୍ଯ୍ୟନ୍ତ ସ୍ବ-ଗଣନାର ପ୍ରାବଧାନ ରହିଛି । ଏହି କାର୍ଯକ୍ରମରେ Self-Enumeration Portal (SE) ମାଧ୍ୟମରେ ଜନସାଧାରଣ ନିଜର ତଥ୍ୟ ନିଜେ ପ୍ରଦାନ କରି ପାରିବେ। ରାଜ୍ୟ ଗଣଶିକ୍ଷା ବିଭାଗର ପ୍ରାଥମିକ ଶିକ୍ଷକମାନଙ୍କୁ ଗଣନାକାରୀ ଭାବରେ ନିଯୁକ୍ତ କରାଯିବାର କାର୍ଯ୍ୟକ୍ରମ ରହିଛି ଏବଂ ହାଇସ୍କୁଲର ଶିକ୍ଷକମାନେ ସୁପରଭାଇଜର ଭାବରେ କାର୍ଯ୍ୟ କରିବେ। ଭାରତୀୟ ଜନଗଣନାରେ ଏହା ହେଉଛି ପ୍ରଥମ ଡିଜିଟାଲ ଜନଗଣନା । ଏହି ଜନଗଣନାରେ CMMS Portalର ବ୍ୟବହାର ରହିବା ସହିତ ହାଉସ୍ ଲିଷ୍ଟିଙ୍ଗ ବ୍ଳକ ସୃଷ୍ଟି କରିବା ପାଇଁ ଡିଜିଟାଲ ମାଧ୍ୟମର ଉପଯୋଗ କରାଯାଇଛି।

  • Related Posts

    ୧୦ ପର୍ଯ୍ୟନ୍ତ କାଳବୈଶାଖୀ

    ଭୁବନେଶ୍ୱର: ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ ଆନ୍ଧ୍ରପ୍ରଦେଶର ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉଚ୍ଚରେ ଆଉ ଏକ…

    Continue reading
    ନୂତନ ଭାବେ ନିଯୁକ୍ତି ପାଇଥିବା କୁଳପତିଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଅଭିନନ୍ଦନ

    ଭୁବନେଶ୍ୱର: ରାଜ୍ୟର ୧୪ଟି ବିଶ୍ୱ ବିଦ୍ୟାଳୟରେ ନୂତନ ଭାବେ କୁଳପତି ନିଯୁକ୍ତି ଦିଆଯାଇଛି। ନୂତନ କୁଳପତିମାନଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଅଭିନନ୍ଦନ ଜଣାଇଛନ୍ତି। ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ, କୁଳପତି ପଦବୀ ଖାଲି ଥିବା ରାଜ୍ୟର ସମସ୍ତ ୧୪ଟି ବିଶ୍ୱବିଦ୍ୟାଳୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ