ଅବସର ଗ୍ରହଣ ଦିନ ହିଁ ପୂର୍ଣ୍ଣାଙ୍ଗ ପେନସନ୍‌‌ : ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଅବସର ଗ୍ରହଣ ଦିନ ହିଁ ପୂର୍ଣ୍ଣାଙ୍ଗ ପେନସନ୍‌‌ ପ୍ରଦାନ କରାଯିବ। ଏଭଳି କିଛି ନିୟମ କରି ଗତ ୨୦୧୯ ମସିହାରେ ରାଜ୍ୟ ସରକାର ବିଜ୍ଞପ୍ତି ଜାରି କରିବା ସହ ବିଭିନ୍ନ ବିଭାଗକୁ ଏହା ପାଳନ କରିବାକୁ ସାଧାରଣ ପ୍ରଶାସନ ବିଭାଗ ନିର୍ଦ୍ଦେଶ ଦେଇଥିଲା। କିନ୍ତୁ ରାଜ୍ୟ ସରକାରଙ୍କ ଏହି ନିର୍ଦ୍ଦେଶ ସତ୍ତ୍ବେ ଅନେକ ବିଭାଗ ଏହି କାର୍ୟ୍ୟ କରିବାରେ ଟାଳଟୁଳ ନୀତି ଆପଣାଉଛନ୍ତି। ଏନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଉଦ୍‌‌ବେଗ ପ୍ରକାଶ କରିବା ସହ ତୁରନ୍ତ ନିୟମକୁ କଡ଼ାକଡ଼ି ଅନୁପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟ ଶାସନ ସଚିବ ସମସ୍ତ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ କମିସନର ତଥା ଶାସ ସଚିବଙ୍କୁ ଚିଠି ଲେଖି ଦର୍ଶାଇଛନ୍ତି ଯେ ରାଜ୍ୟ ସରକାର ସରକାରୀ କର୍ମଚାରୀଙ୍କୁ ଅବସର ଗ୍ରହଣ ଦିବସ ଦିନ ପୂର୍ଣ୍ଣାଙ୍ଗ ପେନସନ ପ୍ରଦାନ କରିବା ପାଇଁ ୨୦୧୯ ଡିସେମ୍ବର ୧୨ରୁ ନିଷ୍ପତ୍ତି ନେଇଛନ୍ତି। ତେଣୁ ଓଡ଼ିଶା ସିଭିଲ୍‌‌ ସର୍ଭିସ ପେନସନ୍‌‌ ନିୟମ-୧୯୯୨ ଓ ସାଧାରଣ ପ୍ରଶାସନ ବିଭାଗର ୨୦୧୯ ଡିସେମ୍ୱର ୧୨ ତାରିଖର ଚିଠି ଅନୁସାରେ ସମସ୍ତ ଯୋଗ୍ୟ ସରକାରୀ କର୍ମଚାରୀଙ୍କୁ ସେମାନଙ୍କର ଅବସର ଦିନ ହିଁ ପୂର୍ଣ୍ଣାଙ୍ଗ ପେନସନ୍‌‌ ପ୍ରଦାନ କରିବାକୁ ପଦକ୍ଷେପ ନେବେ।

  • Related Posts

    ‘ହର୍ ଘର୍ ଜଲ୍’ ଲକ୍ଷ୍ୟ ପୂରଣ ପାଇଁ ଓଡିଶାରେ ସ୍ପଷ୍ଟ ରୋଡମ୍ୟାପ ପ୍ରସ୍ତୁତ- ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର,୨୪/୦୩/୨୦୨୬: ଓଡିଶାରେ ଜଳ ଜୀବନ ମିଶନ 2.0ର କାର୍ଯ୍ୟକାରିତା ଉଦ୍ଦେଶ୍ୟରେ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରାଳୟ ଏବଂ ଓଡିଶା ସରକାରଙ୍କ ମଧ୍ୟରେ ଏକ MoU ସ୍ଵାକ୍ଷର ହୋଇଛି | ଆଭାସୀ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲୋକସେବା…

    Continue reading
    ସଚିବାଳୟର ଅଧିକାରୀମାନଙ୍କ ପାଇଁ ‘ପୋଶ୍’ ସଚେତନତା କର୍ମଶାଳା

    ଭୁବନେଶ୍ୱର, ୨୪/୦୩/୨୦୨୬: କର୍ମକ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯାତନା (ପ୍ରତିରୋଧ, ନିଷେଧ ଏବଂ ନିରାକରଣ) ଅଧିନିୟମ, ୨୦୧୩ (POSH Act) ଉପରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏକ କର୍ମଶାଳା ଭୁବନେଶ୍ୱରସ୍ଥିତ ରାଜ୍ୟ ସଚିବାଳୟର ଅଧିକାରୀମାନଙ୍କ ପାଇଁ ଅନୁଷ୍ଠିତ ହୋଇଯାଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ