ଅଭିଜିତ ମଜୁମଦାର ଅସୁସ୍ଥ, ଘରୋଇ ହସ୍ପିଟାଲରେ ଭର୍ତ୍ତି

କଟକ: ଅଭିଜିତ୍ ମଜୁମ୍‌ଦାର ଅସୁସ୍ଥ । ଓଲିଉଡର ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ଓ ଗାୟକ ଅଭିଜିତ ମଜୁମଦାର ଅସୁସ୍ଥ । ଯାହା ପରେ ତାଙ୍କୁ କଟକସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କର ଚିକିତ୍ସା ଜାରି ରହିଥିବା ସୂଚନା ମିଳିଛି । ରବିବାର ଓଲିଉଡର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଦୁମଦାର ଅସୁସ୍ଥ ହୋଇଛନ୍ତି । କଟକ ସ୍ଥିତ ବାସଭବନରେ ସେ ଅସୁସ୍ଥ ହେବା ପରେ ତୁରନ୍ତ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । କଟକସ୍ଥିତ ଏକ ଘରୋଇ ହସ୍ପିଟାଲରେ ଅଭିଜିତ ମଜୁମଦାରଙ୍କ ଚିକିତ୍ସା ଜାରି ରହିଛି । ତେବେ କେଉଁ କାରଣର ତାଙ୍କ ଦେହ ଅସୁସ୍ଥ ହୋଇଛି । ତାହା ଏବେ ଯାଏଁ ଅସ୍ପଷ୍ଟ ରହିଛି । ଡାକ୍ତରି ଟିମ୍ ଲଗାତର ଭାବେ ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖିଛନ୍ତି ।ସୂଚନାଯୋଗ୍ୟ ଯେ, ଅନେକ ଆଲବମ ପାଇଁ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଅଭିଜିତ ମଦୁମଦାର । ୨୦୦୦ମସିହାରେ କାଶିଆ କପିଳା ଜରିଆରେ ଫିଲ୍ମ ଦୁନିଆରେ ପାଦ ଥାପିଥିଲେ ଅଭିଜିତ ମଜୁମଦାର । ଯାହାପରେ ସେ ଆଉ ପଛକୁ ଫେରି ଚାହିଁ ନାହାନ୍ତି । ବର୍ତ୍ତମାନ ଯାଏଁ ୫୦ରୁ ଅଧିକ ଫିଲ୍ମ ପାଇଁ ସଙ୍ଗୀତ ନିର୍ଦ୍ଦେଶନା ଦେଇ ସାରିଛନ୍ତି । ଯେଉଁଥିରେ ଏକାଧିକ ଫିଲ୍ମରେ ଗୀତ ବି ଗାଇଛନ୍ତି ।

  • Related Posts

    ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର

    ନୟାଗଡ଼: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହର ବିଲ୍ ପାସ୍ କରିବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପଞ୍ଚାୟତ ଡାଟାଏଣ୍ଟ୍ରି ଅପରେଟର। ଡାଟା ଏଣ୍ଟ୍ରି ଅପରେଟର ଜଣକ ହେଲେ ରଣପୁର…

    Continue reading
    ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଟଙ୍କା

    ଭୁବନେଶ୍ବର : ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏଥିସହ ୨୫ ଜୁଲାଇ ସୁଦ୍ଧା ଯେଉଁ ଆବେଦନଗୁଡ଼ିକର ନାମ ଜିଲ୍ଲା ସ୍ତରରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ