ଅରବିନ୍ଦ ମହାପାତ୍ରଙ୍କୁ ଭେଟିଲେ ଦିଲୀପ ରାୟ

ଭୁବନେଶ୍ବର: ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ଭେଟିଲେ ରାଜ୍ୟସଭା ପାଇଁ ପ୍ରାର୍ଥୀ ହେବାକୁ ଯାଉଥିବା ବରିଷ୍ଠ ରାଜନେତା, ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟ। ଆସନ୍ତାକାଲି ନାମାଙ୍କନ ଭରିବେ ଦିଲୀପ ରାୟ।

ବରିଷ୍ଠ ରାଜନେତା ଦିଲ୍ଲୀପ ରାୟ ସ୍ବାଧୀନ ପ୍ରାର୍ଥୀ ଭାବେ ରାଜ୍ୟସଭା ନିର୍ବାଚନ ଲଢିବେ। ଆସନ୍ତା ୫ତାରିଖରେ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିବେ ବୋଲି ଜଣାପଡିଛି । ତେବେ ଦିଲ୍ଲୀପଙ୍କ ସ୍ବାଧୀନ ପ୍ରାର୍ଥୀତ୍ବକୁ ସମର୍ଥନ କରିବ ବିଜେପି। ଏ ନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି। ଦିଲ୍ଲୀପ ରାୟ ନିଶ୍ଚୟ ଜିତିବେ ବୋଲି ମନମୋହନ କହିଛନ୍ତି।

ଏହାପୂର୍ବରୁ ବିଜୁ ଜନତା ଦଳ ସଂତୃପ୍ତ ମିଶ୍ର ଏବଂ ଡ. ଦତ୍ତେଶ୍ୱର ହୋତାଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିସାରିଛି । ୪ର୍ଥ ପ୍ରାର୍ଥୀ ଭାବେ ଦତ୍ତେଶ୍ବରଙ୍କୁ ବିଜେଡି ପ୍ରାର୍ଥୀ କରିଛି। ଡ. ଦତ୍ତେଶ୍ୱର ହୋତାଙ୍କୁ କଂଗ୍ରେସ ପକ୍ଷରୁ ସମର୍ଥନ ଦିଆଯାଇଛି । ଫଳରେ ୪ର୍ଥ ଆସନ ପାଇଁ ଡ.ଦତ୍ତେଶ୍ବର ହୋତା ଓ ଦିଲ୍ଲୀପ ରାୟଙ୍କ ମଧ୍ୟରେ ଟକ୍କର ହେବ।

୨୦୦୨ରେ ଦିଲ୍ଲୀପ ରାୟ ସ୍ୱାଧୀନ ପ୍ରାର୍ଥୀ ଭାବେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । ସେତେବେଳେ ବିଜେଡିର ବିରୋଧ ସତ୍ତ୍ୱେ କ୍ରସ ଭୋଟିଂରେ ବାଜି ମାରିଥିଲେ ଦିଲ୍ଲୀପ । ତେଣୁ ଦିଲ୍ଲୀପ ରାୟଙ୍କ ଏଣ୍ଟ୍ରି ରାଜ୍ୟସଭା ଭୋଟ ଗଣିତ ବଡ଼ ରୋଚକ କରିବ ବୋଲି ଆଲୋଚନା ହେଉଛି। ଦିଲ୍ଲୀପ ୩ ଥର ବିଧାୟକ ଓ ୨ ଥର ରାଜ୍ୟସଭା ସାଂସଦ ହେବା ସହ ମନ୍ତ୍ରୀ ମଧ୍ୟ ହୋଇଛନ୍ତି।

  • Related Posts

    ଭୁବନେଶ୍ବର ଫେରିଲେ କଂଗ୍ରେସ ବିଧାୟକ

    ଭୁବନେଶ୍ୱର: ରାଜ୍ୟ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ହଟାଅ ଅଭିଯାନରେ ଦିଲ୍ଲୀ ଯାଇଥିବା କଂଗ୍ରେସର ୫ ବିଧାୟକ ଶୁକ୍ରବାର ରାତିରେ ଭୁବନେଶ୍ବର ଫେରିଛନ୍ତି। ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ନେତୃତ୍ବରେ ସି.ଏସ. ରାଜନ ଏକ୍କା, ମଙ୍ଗୁ ଖିଲ,…

    Continue reading
    ପୋଲିସ ଆଇନର ରକ୍ଷକ ନୁହେଁ, ସତ୍ତାର ସୁରକ୍ଷା କର୍ମୀ:କଂଗ୍ରେସ

    ଭୁବନେଶ୍ୱର: ରାଜ୍ୟ ରାଜଧାନୀରେ ଜଣେ ଦୁଷ୍କର୍ମ ପୀଡିତାଙ୍କୁ ପୋଲିସର ନିର୍ଯାତନା ଏବଂ ଅର୍ଥ ଆଦାୟ ବିଷୟକୁ ନେଇ ଓଡିଶା ପୋଲିସ ପୁଣି ଥରେ କଳା କାରନାମା ରଚିଛି ଏବଂ ଏହାକୁ ନେଇ କଂଗ୍ରେସ ଭବନଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ