ଆଇଟିଡିଏଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲିଗୁଡା: ଆୟ ବର୍ହିଭୂତ ସମ୍ପତ୍ତି (ଡିଏ) ଠୁଳ କରିଥିବା ଅଭିଯୋଗରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଆଇଟିଡିଏର ସହକାରୀ ନିର୍ବାହୀ ଯନ୍ତ୍ରୀ (AEE) ବୈକୁଣ୍ଠ ନାଥ ବେହେରାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ବ୍ୟାପକ ଚଢ଼ାଉ ଆରମ୍ଭ ହୋଇଛି। ଶନିବାର ଭିଜିଲାନ୍ସର ଦୁଇ ଜଣ ଅତିରିକ୍ତ ଏସ୍‌ପିଙ୍କ ନେତୃତ୍ୱରେ ଏକ ବଡ଼ ଟିମ୍ ଭୁବନେଶ୍ୱର, ବାରିପଦା, ଯାଜପୁରର ଧର୍ମଶାଳା ଏବଂ କନ୍ଧମାଳର ବାଲିଗୁଡ଼ାରେ ଏକକାଳୀନ ତଲାସି ଚଳାଇଛି।
ମାନ୍ୟବର ସ୍ୱତନ୍ତ୍ର ବିଚାରପତି, ଭିଜିଲାନ୍ସ, ଭୁବନେଶ୍ୱରଙ୍କ ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ଆଧାରରେ ଏହି ଚଢ଼ାଉ ଚାଲିଥିବା ବେଳେ ଟିମ୍‌ରେ ୨ ଜଣ ଅତିରିକ୍ତ ଏସ୍‌ପି, ୫ ଜଣ ଡିଏସ୍‌ପି, ୬ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ କର୍ମଚାରୀ ସାମିଲ ଅଛନ୍ତି। ଭିଜିଲାନ୍ସ ପକ୍ଷରୁ ଶ୍ରୀ ବେହେରାଙ୍କ ଭୁବନେଶ୍ୱରରେ ଥିବା ଚାରି ମହଲା, ତିନି ମହଲା ଓ ଦୁଇ ମହଲା କୋଠା ସମେତ ମୋଟ ୯ଟି ସ୍ଥାନରେ ତଲାସି ଚାଲିଛି। ଏଥିରେ ତାଙ୍କ ପୈତୃକ ଘର, ସମ୍ପର୍କୀୟଙ୍କ ବାସଭବନ, ବାଲିଗୁଡ଼ାରେ ଥିବା କାର୍ଯ୍ୟାଳୟ ପ୍ରକୋଷ୍ଠ ଏବଂ ସରକାରୀ ବାସଭବନ ମଧ୍ୟ ସାମିଲ ରହିଛି। ତଲାସି ବେଳେ ବିଭିନ୍ନ ସମ୍ପତ୍ତି, ଦସ୍ତାବିଜ ଓ ନିବେଶ ସମ୍ପର୍କିତ ତଥ୍ୟ ଯାଞ୍ଚ କରାଯାଉଥିବା ଜଣାପଡ଼ିଛି। ତେବେ ଚଢ଼ାଉ ଜାରି ଥିବାରୁ ଏପର୍ଯ୍ୟନ୍ତ ସମ୍ପତ୍ତିର ପରିମାଣ କିମ୍ବା ମୂଲ୍ୟ ସମ୍ପର୍କରେ ଭିଜିଲାନ୍ସ ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ପ୍ରକାଶ କରାଯାଇନାହିଁ।

  • Related Posts

    ସୌମ୍ୟ ହତ୍ୟା ମାମଲା:ଏଯାବତ୍ ୩୦ ଜଣଙ୍କୁ ଜେରା

    ଭୁବନେଶ୍ଵର:ବହୁ ଚର୍ଚ୍ଚିତ ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ଆସିଲା ଚାଞ୍ଚଲ୍ୟ ଖବର। ସୌମ୍ୟ ହତ୍ୟା ମାମଲାରେ ଏଯାବତ୍ ୩୦ ଜଣଙ୍କୁ ଜେରା କଲା କ୍ରାଇମବ୍ରାଞ୍ଚ। ଏ ନେଇ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସାଙ୍ଗ, ପରିବାର ସମେତ ୩୦ ଜଣଙ୍କୁ…

    Continue reading
    ଭିଜିଲାନ୍ସ ଜାଲରେ TPCODL କର୍ମଚାରୀ

    ନରସିଂହପୁର:କ୍ଷତିଗ୍ରସ୍ତ ବିଦ୍ୟୁତ୍ ଖୁଣ୍ଟ ବଦଳାଇବା ପାଇଁ ମୋଟ ୨୫,୦୦୦ ଟଙ୍କା ଲାଞ୍ଚ ଦାବିରୁ ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ TPCODL କର୍ମଚାରୀଙ୍କୁ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି। ପୂର୍ବରୁ UPI କାରବାର ମାଧ୍ୟମରେ ୮,୦୦୦ ଟଙ୍କା ନିଆଯାଇଥିଲା । ଆଜି,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ