ଆଇନ ଊଦ୍ଧ୍ୱର୍ରେ କେହି ନୁହନ୍ତି: ସୂର୍ଯ୍ୟବଂଶୀ

ଭୁବନେଶ୍ୱର: ଆଇଏଏସ ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ସମନ ପ୍ରସଙ୍ଗରେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ନିଜର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ ବିଷ୍ଣୁପଦଙ୍କୁ ହୋଇଥିବା ସମନ ବିଭାଗ ସମ୍ପର୍କିତ ନୁହେଁ । ଯାହାକୁ ବି ସମନ ହେବ, ସେ ସଚିବ ହୁଅନ୍ତୁ କି ମନ୍ତ୍ରୀ ଆଇନ ଊଦ୍ଧ୍ୱର୍ରେ କେହି ନୁହନ୍ତି । ଆଇନ ଯାହା ଥିବ ସେହି ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଆଗକୁ ସେ ବିଭାଗରେ ରହିବେ କି ନାହିଁ ସେ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେବେ ବୋଲି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ।

ଏହା ପୂର୍ବରୁ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଥିଲେ ଯେ ଦୁର୍ନୀତି ପ୍ରମାଣିତ ହେଲେ କଡ଼ା ଆକ୍ସନ ନିଆଯିବ । ଦୁର୍ନୀତି ପ୍ରତିସରକାରଙ୍କ ଶୂନ ସହନଶୀଳତା ରହିଛି । ଯେତେବଡ଼ ଅଧିକାରୀ ହୁଅନ୍ତୁ କି ମନ୍ତ୍ରୀ ଯଦି ଦୁର୍ନୀତିରେ ଲିପ୍ତ ରହନ୍ତି ତେବେ ଆକ୍ସନ ହେବ । ଯଦି ଲିଙ୍କ ବାହାରେ ତେବେ ତଦନ୍ତ ହେବ ବୋଲି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ହରିଚନ୍ଦନ କହିଥିଲେ ।

ପ୍ରକାଶ ଯେ ଗତ ସପ୍ତାହରେ ରାଜଧାନୀର ଏକ ହୋଟେଲ ସମ୍ମୁଖରୁ ଏକ କାର୍‌ରୁ ୧୦ ଲକ୍ଷ ଟଙ୍କା ଓ ସୁନା ଜବତ ଘଟଣା ଏବେ ନୂଆ ମୋଡ଼ ନେଇଛି। ଗତ କିଛିଦିନ ହେଲା ଏହି ଘଟଣାକୁ ନେଇ ସିବିଆଇ ଯାଞ୍ଚ ଚଳାଇଥିବାବେଳେ ରାଜ୍ୟ ସରକାରଙ୍କ ପ୍ରମୁଖ ସଚିବ ତଥା ଆଇଏଏସ୍‌ ବିଷ୍ଣୁପଦ ସେଠୀ ଏବେ ସିବିଆଇ ସ୍କାନରକୁ ଆସିଛନ୍ତି। ଏଡି ଘଟଣାରେ ଆଇଏଏସ୍‌ ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ପକ୍ଷରୁ ସମନ ଜାରି କରାଯାଇଛି। ଡିସେମ୍ବର ୧୧ ତାରିଖ ସକାଳ ୧୦ ଟାରେ ସିବିଆଇ ଅଫିସରେ ହାଜର ପାଇଁ ବିଷ୍ଣୁପଦଙ୍କୁ ହୋଇଥିଲା ନୋଟିସ। ହେଲେ ଏନେଇ ମୁହଁ ଖୋଲିନାହାନ୍ତି ଆଇଏଏସ୍‌ ବିଷ୍ଣୁପଦ ସେଠୀ।

  • Related Posts

    ପଶ୍ଚିମବଙ୍ଗ ନିର୍ବାଚନ ପ୍ରଚାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗରେ ବିଜେପି ପାଇଁ ନିର୍ବାଚନ ପ୍ରଚାରରେ ସାମିଲ ହୋଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଦିନିକିଆ ପଶ୍ଚିମବଙ୍ଗ ଗସ୍ତରେ ଯାଇ ବୀରଭୂମ ଜିଲ୍ଲାର ଚାରି ଜଣ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଦାଖଲରେ ସାମିଲ ହୋଇଥିଲେ। ଏହି ଅବସରରେ ବୀରଭୂମ…

    Continue reading
    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ