ଆଖି ବୁଜିଲେ ବଳଙ୍ଗା ପୀଡ଼ିତା

ଭୁବନେଶ୍ୱର: ଚିକିତ୍ସାଧୀନ ଅବସ୍ଥାରେ ଦିଲ୍ଲୀ ଏମ୍ସରେ ଆଜି ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ହୋଇଯାଇଛି। ଅବସ୍ଥା ଗୁରୁତର ଥିବାରୁ ଗତ ଜୁଲାଇ ୨୦ ତାରିଖରେ ତାଙ୍କୁ ଭୁବନେଶ୍ୱରରୁ ଦିଲ୍ଲୀକୁ ଏୟାର ଲିଫ୍ଟ କରାଯାଇଥିଲା। ଭୁବନେଶ୍ୱରର ଏମ୍‌ସରୁ ତାଙ୍କୁ ଦିଲ୍ଲୀ ଏମ୍‌ସକୁ ନିଆଯାଇଥିଲା। ଆସନ୍ତାକାଲି ଦିଲ୍ଲୀ ଏମ୍‌ସରେ ତାଙ୍କର ଶବ ବ୍ୟବଚ୍ଛେଦ କରାଯିବ। ଶବ ବ୍ୟବଚ୍ଛେଦ ପରେ ତାଙ୍କ ମୃତଦେହକୁ ଓଡ଼ିଶା ଅଣାଯିବ ବୋଲି ସୂଚନା ମିଳିଛି।
ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ସେ ତାଙ୍କ ‘ଏକ୍ସ’ରେ ଲେଖିଛନ୍ତି, ବଳଙ୍ଗା ଘଟଣାରେ ପୀଡ଼ିତା ଝିଅଟିର ମୃତ୍ୟୁ ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ। ସରକାରଙ୍କ ସମସ୍ତ ପ୍ରୟାସ ଏବଂ ଏମ୍ସ ଦିଲ୍ଲୀରେ ବିଶେଷଜ୍ଞ ଡାକ୍ତରୀ ଦଳଙ୍କ ଅହୋରାତ୍ର ଚେଷ୍ଟା ସତ୍ତ୍ୱେ ତାଙ୍କ ଜୀବନ ରକ୍ଷା କରାଯାଇ ପାରିଲା ନାହିଁ। ମୁଁ ଝିଅଟିର ଅମର ଆତ୍ମାର ସଦଗତି କାମନା କରୁଛି ଏବଂ ଏହି ଅପୂରଣୀୟ କ୍ଷତିକୁ ସହିବା ପାଇଁ ତାଙ୍କ ପରିବାରକୁ ଶକ୍ତି ମିଳୁ ବୋଲି ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଛି।

  • Related Posts

    ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ କାର୍ୟ୍ୟକ୍ରମରେ ସାମିଲ ହୋଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଚିକିତ୍ସା ସେବା ଯୋଗାଇ ଦେବାନେଇ ଆଡଭାନ୍ସ ଲାଇଫ ସପୋର୍ଟ ସିଷ୍ଟମ ଥିବା ୩ଟି ଅତ୍ୟାଧୁନିକ…

    ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    ରାଉରକେଲା: ଆଇିଇଡ଼ି ବିସ୍ଫୋରଣରେ ରେଳୱେ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ସହୟତା ଘୋଷଣା ହୋଇଛି । ସିଏମ୍‌ଆରଏଫ୍‌ରୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କାର୍ୟ୍ୟରତ କି-ମ୍ୟାନ୍ ଇଟୁଆ ଓରାମଙ୍କ ପରିବାରକୁ ଆର୍ଥିକ ସହାୟତା…

    Leave a Reply

    Your email address will not be published. Required fields are marked *

    You Missed

    ଅପରାଧୀଙ୍କୁ ସୁରକ୍ଷା ସହ କ୍ଲିନଚିଟ୍ ଦେବା ରାଜ୍ୟ ସରକାରଙ୍କୁ ମହାଙ୍ଗା ପଡ଼ିବ :- ଅଳକା ଲାମ୍ବା

    ଅପରାଧୀଙ୍କୁ ସୁରକ୍ଷା ସହ କ୍ଲିନଚିଟ୍ ଦେବା ରାଜ୍ୟ ସରକାରଙ୍କୁ ମହାଙ୍ଗା ପଡ଼ିବ :- ଅଳକା ଲାମ୍ବା

    ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    ଅତ୍ୟାଧୁନିକ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା !

    ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା !

    କେନାଲକୁ ଖସିଲା କାର୍:୧୧ ମୃତ

    କେନାଲକୁ ଖସିଲା କାର୍:୧୧ ମୃତ

    ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    କାହା ଜୀବନକୁ ନେଇ ରାଜନୀତି କରିବା ଅନୁଚିତ୍‌:ଉପ-ମୁଖ୍ୟମନ୍ତ୍ରୀ

    କାହା ଜୀବନକୁ ନେଇ ରାଜନୀତି କରିବା ଅନୁଚିତ୍‌:ଉପ-ମୁଖ୍ୟମନ୍ତ୍ରୀ